ଏଲ୍‌ଆଇସିରେ ବିଦେଶୀ ନିବେଶ ୨୦% ରହିପାରେ

ନୂଆଦିଲ୍ଲୀ,୯।୯: ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି)ରେ ବିଦେଶୀ ସଂସ୍ଥାଗତ ନିବେଶକ(ଏଫ୍‌ଆଇଆଇ)ଙ୍କ ନିବେଶ ପ୍ରାୟ ୨୦% ରହିପାରେ। ଏହି ପ୍ରସଙ୍ଗ ଉପରେ ସରକାର ବର୍ତ୍ତମାନ ବିଚାର କରୁଥିବା ପ୍ରକ୍ରିୟା ସହ ଜଡ଼ିତ ଜଣେ ଅଧିକାରୀ ବୁଧବାର କହିଛନ୍ତି। ଭାରତୀୟ ପ୍ରତିଭୂତି ଏବଂ ବିନିମୟ ବୋର୍ଡ(ସେବି) ନିୟମ ମୁତାବକ, ବିଦେଶର ସଂସ୍ଥାଗତ ନିବେଶକମାନେ ଇନିସିଆଲ ପବ୍ଲିକ ଅଫର(ଆଇପିଓ)ରେ ଶେୟାର କ୍ରୟ କରିପାରିବେ। ମାତ୍ର ବିଦେଶୀ ନିବେଶ ନେଇ ଏଲ୍‌ଆଇସି ଆଇନରେ କୌଣସି ସୁବିଧା ରଖାଯାଇନାହିଁ। ଏଣୁ ଏହି ପ୍ରସ୍ତାବକୁ ବିଚାର କରିବାକୁ ହେଲେ ଏଲ୍‌ଆଇସି ଆଇନ ଏବଂ ସେବି ନିୟମ ମଧ୍ୟରେ ସଂଯୋଗ ସ୍ଥାପନ କରିବାକୁ ହେବ। ଏଲ୍‌ଆଇସି ଆଇପିଓ ଉପରେ କାର୍ଯ୍ୟ କରିବା ଲାଗି ସରକାର ୧୦ ମର୍ଚ୍ଚାଣ୍ଟ ବ୍ୟାଙ୍କର ନିଯୁକ୍ତ କରିଛନ୍ତି। ଗୋଲ୍ଡମ୍ୟାନ ସ୍ୟାଚ୍‌ ଇଣ୍ଡିଆ ସିକ୍ୟୁରିଟି ସମେତ ସିଟି ଗ୍ରୁପ୍‌ ଗ୍ଲୋବାଲ ମାର୍କେଟ ଇଣ୍ଡିଆ, ନୋମୁରା ଫାଇନାନ୍ସିଆଲ ଆଡଭାଇଜରି ଆଣ୍ଡ ସିକ୍ୟୁରିଟି ଇଣ୍ଡିଆ ଭଳି କମ୍ପାନୀ ଏହି କ୍ରମରେ ସାମିଲ ହୋଇଛନ୍ତି। ଏହି ରାଷ୍ଟ୍ରାୟତ୍ତ ଜୀବନ ବୀମା କମ୍ପାନୀରୁ ଅଂଶଧନ ବିକ୍ରି ସରକାର ପ୍ରାୟ ୯୦ ହଜାର କୋଟି ଟଙ୍କା ସଂଗ୍ରହ କରିବାକୁ ଯୋଜନା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri