ଲକ୍ଷାଧିକ ଟଙ୍କାର ବିଦେଶୀ ମଦ କାରଖାନା ଠାବ, ମଦ ତିଆରି ମେଶିନ ସହ ଜବତ ହେଲା…

ପରଜଙ୍ଗ,୨୬ା୧୦(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ପଞ୍ଚାୟତ କଟରାପଡ଼ା ଗ୍ରାମରେ ନକଲି ବିଦେଶୀ ମଦ କାରଖାନା ଠାବ। ପ୍ରାୟ ୩୦ ଲକ୍ଷ ଟଙ୍କାର ମଦ, ମଦ ତିଆରି ମେଶିନ, ୩୫୦ ଲିଟର ସ୍ପିରିଟ, ବିପୁଳ ବ୍ରାଣ୍ଡେଡ୍‌ ନକଲି ବିଦେଶୀ ମଦ, କାରମେଲ, ଲେବୁଲ ଷ୍ଟିକର, ଠିପି ସହ ବିଭିନ୍ନ ସାମଗ୍ରୀ ଜବତ କରିଛି ଅବକାରୀ ଟିମ୍‌। ପରଜଙ୍ଗ, କାମାକ୍ଷାନଗର ଓ ଭୁବନ ଅବକାରୀ ଟିମ୍‌ର ମିଳିତ ଚଢ଼ାଉ କରାଯାଇଥିଲା। ଏଥିରେ ସମ୍ପୃକ୍ତ ଜଣେ ମହିଳାଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ କନ୍ଦରସିଂହା ପଞ୍ଚାୟତ ଅନ୍ତର୍ଗତ କଟରାପଡ଼ା ଗାଁର ପଦ୍ମିନୀ ନାଏକ। ପଦ୍ମିନୀଙ୍କ ସ୍ବାମୀ ଫେରାର ହୋଇଯାଇଥିବା ଜଣାପଡ଼ିଛି। ତେବେ ଦୀର୍ଘଦିନ ଧରି ଏକ ଘର ଭିତରେ ବ୍ୟାପକ ପରିମାଣର ନକଲି ବିଦେଶୀ ବ୍ରାଣ୍ଡେଡ୍‌ ମଦ ତିଆରି କରାଯାଉଥିଲା। ଏହି ମଦଗୁଡିକ କେଉଁ ଅଞ୍ଚଳକୁ ଚାଲାଣ କରାଯାଉଥିଲା ତାହା ଅସ୍ପଷ୍ଟ ରହିଛି। ତେବେ ଖୁବ୍‌ଶୀଘ୍ର ମଦ କାରଖାନାର ଗୁମର ଖୋଲିବ ବୋଲି ଅବକାରୀ ସୂତ୍ରରୁ ଖବର ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁବ୍ରମଣ୍ୟମ ନୂତନ CDS ନିଯୁକ୍ତ, ସ୍ବାମୀନାଥନ୍‌ ନୌସେନା ମୁଖ୍ୟ ନିଯୁକ୍ତ

ନୂଆଦିଲ୍ଲୀ,୯।୫: ଭାରତ ସରକାର ସଶସ୍ତ୍ର ବାହିନୀରେ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଘୋଷଣା କରିଛନ୍ତି। କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଏନ୍‌.ଏସ୍‌. ରାଜା ସୁବ୍ରମଣିଙ୍କୁ ନୂତନ ପ୍ରତିରକ୍ଷା ମୁଖ୍ୟ(CDS) ଭାବେ…

ଚାର ଫଳ ଗୋଟାଇବାକୁ ଜଙ୍ଗଲକୁ ଯାଇଥିଲେ, ଭାଲୁର ଅତର୍କିତ ଆକ୍ରମଣରେ ଗୁରୁତର… 

ବଲାଙ୍ଗୀର,୯।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ଗୁଡିଘାଟ ପଞ୍ଚାୟତର କୁଟୁନିଝରନ ଗାଁରେ ଭାଲୁ ଆକ୍ରମଣରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ…

ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ: ୫୭ ମାମଲାର ଫଇସଲା

ଦିଗପହଣ୍ଡି,୯|୫(ଅଶେଷ ନାଥ ମିଶ୍ର) ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷ ଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ …

ସଞ୍ଜୀବ ଆରୋରା କିଏ? ଇଡି ହେପାଜତରେ ରିଅଲ ଇଷ୍ଟେଟ ଜଗତର ‘ମୁକୁଟହୀନ ସମ୍ରାଟ’ – ତାଙ୍କ ଗିରଫଦାରୀର କାରଣ ଜାଣନ୍ତୁ

ଚଣ୍ଡିଗଡ଼,୯।୫: ପଞ୍ଜାବର ସ୍ଥାନୀୟ ସରକାର ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗିରଫ କରାଯାଇଛି। ରିପୋର୍ଟ ଅନୁଯାୟୀ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ଏକ ଦଳ ଆରୋରାଙ୍କୁ…

‘ଦୁର୍ନୀତିଗ୍ରସ୍ତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ କରିବାର ପରମ୍ପରାକୁ ବଜାୟ ରଖିଛି ଭାଜପା’: ସଞ୍ଜୟ ରାଉତଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୯।୫: ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ଗୋଷ୍ଠୀର ନେତା ଏବଂ ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶୁଭେନ୍ଦୁ ଅଧିକାରୀଙ୍କୁ ଚୟନ କରିବା…

ସ୍ପେନରେ ନିଶା କାରବାରକୁ ଶକ୍ତ ଝଟକା, ୪୧ ଟନ କୋକେନ ଜବତ, ୭୭ ଗିରଫ

ମାଡ୍ରିଡ,୯।୫: ସମୁଦ୍ରରେ ନିଶା କାରବାର ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ସ୍ପାନିସ ପୋଲିସ ମୋଟ ୪୧ ଟନ କୋକେନ ଜବତ କରିଛି। କେବଳ ଏହି ଅପରେଶନଗୁଡ଼ିକ ମଧ୍ୟରୁ…

ସର୍ବସାଧାରଣ ପୋଖରୀ ଜବରଦଖଲ, ଆନ୍ଦୋଳନ ନିଷ୍ପତ୍ତି

ନୂଆପଡ଼ା,୯ା୫ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଚୁଳାଭାଟ ପଞ୍ଚାୟତ ଭଏଁଷାଦାଦର ଗଁାରେ ଥିବା ସର୍ବସାଧାରଣ ପୋଖରୀକୁ କେତେଜଣ ବ୍ୟକ୍ତି ଜବରଦଖଲ କରିଥିବାରୁ ଗ୍ରାମବାସୀ ଏହାକୁ ବିରୋଧ…

କେସିଙ୍ଗାରେ ରାଷ୍ଟ୍ରୀୟ ଲୋକ ଅଦାଲତ: ଚେକ ବାଉନ୍ସ ମାମଲାରେ …

କେସିଙ୍ଗା,୯।୫(ତୁମେଶ୍ୱର ସାହୁ,): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ତାଲୁକ ଆଇନ ସେବା ସମିତି ପକ୍ଷରୁ ଅଦାଲତ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅଧ୍ୟକ୍ଷା ଦୀପ୍ତି ସେଠଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri