କଣ୍ଟେନର୍‌ରୁ ବିଦେଶୀ ମଦ ଜବତ ଘଟଣା: ଗିରଫ ସଂଖ୍ୟା ୫ରେ ପହଞ୍ଚିଲା

ଢେଙ୍କାନାଳ ଅଫିସ, ୧୩।୩: ଏକ କଣ୍ଟେନରରେ ଆସାମରୁ ଅନୁଗୋଳକୁ ୭୫ ଲକ୍ଷ ଟଙ୍କାର ମଦ ଚୋରା ଚାଲାଣ ବେଳେ ଢେଙ୍କାନାଳ ଅବକାରୀ ବିଭାଗ ହାତରେ ଧରାପଡ଼ିଥିଲା। ଗତ ୧ ତାରିଖରେ ଘଟିଥିବା ଏହି ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇ ଦେଇଥିଲା। ଏହି ଘଟଣାରେ ଢେଙ୍କାନାଳ ଜିଲା ଅବକାରୀ ବିଭାଗର ଫ୍ଲାଇଂ ସ୍କ୍ବାଡ୍‌ ଶନିବାର ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଜଗମୋହନ ସାହୁ ଏବଂ ତାଙ୍କ ବଡ଼ଭାଇ ବୀରେନ୍‌ ସାହୁ। ଏହି ଘଟଣାରେ ପୂର୍ବରୁ ୩ଜଣ ଧରାପଡ଼ିଥିବାବେଳେ ମୋଟ୍‌ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୫ରେ ପହଞ୍ଚତ୍ଛି।
ଢେଙ୍କାନାଳ ଜିଲା ଅବକାରୀ ବିଭାଗ ଅଧୀକ୍ଷକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ସୂଚନା ଅନୁଯାୟୀ, ଅବକାରୀ ବିଭାଗ ଫ୍ଲାଇଂ ସ୍କ୍ବାଡ୍‌ ଜଗମୋହନଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି। ତାଙ୍କ ନିକଟରୁ ଗଞ୍ଜେଇ ଏବଂ ଟଙ୍କା ଜବତ କରାଯାଇଛି। ଫ୍ଲାଇଂ ସ୍କ୍ବାଡ୍‌ ସୂଚନା ଆଧାରରେ ହିନ୍ଦୋଳରୁ ବୀରେନ୍‌ଙ୍କୁ ଗିରଫ କରାଯାଇଛି। ତେବେ ଏଭଳି ର଼୍ୟାକେଟ୍‌ ପଛରେ ଥିବା କିଙ୍ଗ୍‌ପିନ୍‌ଙ୍କ ପାଖରେ ଏଯାଏ ଅବକାରୀ ବିଭାଗ ପହଞ୍ଚତ୍ ପାରି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

୨ ନେତ୍ରୀଙ୍କ ସହ ଭାଜପା ଛାଡ଼ିଲେ ନିରୋଜ ନଳିନୀ

ଢେଙ୍କାନାଳ,୪ା୪(ରତନ ନାୟାର): ରାଜ୍ୟ ଭାଜପା କାର୍ଯ୍ୟକାରିଣୀ ସଦସ୍ୟା ନିରୋଜ ନଳିନୀ ମହାଳିକ ବୁଧବାର ଭାଜପାରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହିତ ଢେଙ୍କାନାଳ ଜିଲା ଭାଜପା ସମ୍ପାଦିକା...

ବିଜେଡି ଛାଡିଲେ ରାଜ୍ୟ ସମ୍ପାଦକ ହର୍ଷବର୍ଦ୍ଧନ

ଢେଙ୍କାନାଳ,୩ା୪(ରତନ ନାୟାର): ଢେଙ୍କାନାଳ ଜିଲା ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟ ବିଜେଡି ସମ୍ପାଦକ ହର୍ଷବର୍ଦ୍ଧନ ସିଂହଦେଓ ମଙ୍ଗଳବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri