ତେଜରାତି ଦୋକାନରୁ ବିଦେଶୀ ମଦ ଜବତ: ଜଣେ ଗିରଫ

ପରଜଙ୍ଗ,୧୭।୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ ରୋଡ ଗ୍ରାମରେ ଥିବା ପ୍ରାଥମିକ ସ୍କୁଲ ନିକଟରେ ଥିବା ଏକ ତେଜରାତି ଦୋକାନରେ ପରଜଙ୍ଗ ଥାନା ଏସଆଇ ଦେବଗ୍ରାହୀ ମହାନ୍ତି,ଏଏସଆଇ ଜଳନ୍ଧର ବାରିକ ଚଢ଼ାଉ କରି ବିଭିନ୍ନ ପ୍ରକାର ର ବିଦେଶୀ ମଦ ଜବତ କରିବା ସହ ଚୋରା ମଦ ବିକ୍ରି ଅଭିଯୋଗରେ ଦୋକାନ ମାଲିକ ସଂଗ୍ରାମ ଶେଖର ସାହୁ ଙ୍କୁ ଗିରଫ କରାଯାଇଛି। ସଂଗ୍ରାମ ରୋଡ କୁନ୍ଦନଦେଇପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପାର୍ଶରେ ଏକ ତେଜରାତି ଦୋକାନ କରି ସେଥିରେ ଦୀର୍ଘ ଦିନ ଧରି ଚୋରା ମାଦକ ଦ୍ରବ୍ୟ, ବିଦେଶୀ ମଦ ବେଆଇନ ଭାବେ ବିକ୍ରି କରିଆସୁଥିଲେ। ଉକ୍ତ ଦୋକାନ ସମ୍ମୁଖରେ ପଞ୍ଚାୟତ କାର୍ଯ୍ୟାଳୟ ଥିବା ବେଳେ ଅଳ୍ପ ଦୂରରେ ଉପ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରହିଛି। ଦୈନନ୍ଦିନ ବିଭିନ୍ନ କାର୍ଯ୍ୟରେ ଲୋକଙ୍କ ଆଗମନ ହେଉଥିବା ବେଳେ ଛାତ୍ରଛାତ୍ରୀ ମାନେ ଶିକ୍ଷାଲାଭ ପାଇଁ ଆସିଥାନ୍ତି। ତେଜରାତି ଦୋକାନରେ ମଦ୍ୟପାନ କରି ଅସାମାଜିକ ବ୍ୟକ୍ତିମାନଙ୍କ ପାଦ୍ରୃଭାବ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଅନେକ ସମୟରେ ଛାତ୍ରଛାତ୍ରୀ, ସାଧାରଣ ଲୋକ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏସଂକ୍ରାନ୍ତରେ ପରଜଙ୍ଗ ଥାନାରେ ୫୪୨/୨୫ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଥିବା ଏସଆଇ ସୁଶ୍ରୀ ଅନାମିକା ସୂଚନା ଦେଇଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ପାଳନ କରୁନି ଉତ୍କଳ ଆଲୁମିନା: ୦.୦୧% ଶେୟାର ଦାବିରେ ବିସ୍ଥାପିତ, ପ୍ରଭାବିତଙ୍କ ଧାରଣା

ରାୟଗଡ଼ା/ଟିକିରି,୨୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା)- ବକ୍ସାଇଟ ଖଣି ପାଇଁ ରାୟଗଡ଼ା ଜିଲାର କାଶୀପୁର ବ୍ଲକ ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ବ୍ଲକ୍‌ରେ ରହିଥିବା…

ଗୋକୋଲମା: ଶେଷ ହେଲା ମା’ ମାଣିକେଶ୍ୱରୀ ଓ ବାବା ଅଗ୍ନି ଭୈରବଙ୍କ ମାଘ ଝାମୁ ଯାତ୍ରା…

ଥୁଆମୂଳ ରାମପୁର,୨୭।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗୋକୋଲମା ବଙ୍ଗଳା ପଡ଼ାଠାରେ ପାରମ୍ପରିକ ରୀତିନୀତି ଅନୁଯାୟୀ ମାଘ ଝାମୁ ଯାତ୍ରା…

ଡକରବାଡ଼ି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ବନ୍ଦ ଘଟଣା: ସମସ୍ତ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ, ଦରମା ବନ୍ଦ… 

ଦାରିଙ୍ଗବାଡ଼ି, ୨୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବିନା ନୋଟିସରେ ତାଲା ପକାଇ ବନ୍ଦ ରଖିବା…

ଆଜିଠୁ ଗୋପାଳପୁର ବେଳାଭୂମୀ ମହୋତ୍ସବ: କୁଲାଡ଼ରୁ ଗଲା ମଶାଲ ଶୋଭାଯାତ୍ରା…

ଭଞ୍ଜନଗର,୨୭।୧(ବାବୁଲା ପ୍ରଧାନ)- ମଙ୍ଗଳବାରଠାରୁ ଗୋପାଳପୁର ବେଳାଭୂମି ମହୋତ୍ସବ ଆରମ୍ଭ ହୋଇଛି। ତେଣୁ ଚଳିତ ବର୍ଷ ଏନେଇ ବ୍ୟାପକ ଆୟୋଜନ ହୋଇଥିବା ବେଳେ ମହୋତ୍ସବକୁ ଲୋକାଭିମୁଖୀ କରିବା ସହ…

ଆସନ୍ତା ୩ରେ ଜିଲାପାଳ ଅଫିସ ଘେରାଉ କରିବ ବିଜେଡି: କାର୍ଯ୍ୟକାରିଣୀ ବୈଠକରେ…

ଭବାନୀପାଟଣା, ୨୭।୧ (ଉତ୍ତମ କୁମାର ଦାଶ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ମଙ୍ଗଳବାର ଭବାନୀପାଟଣା ବ୍ଲକ ମେଦିନୀପୁର…

ହାଉସ୍‌ଓ୍ବାଇଫ୍‌ ବୋଲି ଚିନ୍ତିତ କି? ଘରୁ ଏହି ୫ ବ୍ୟବସାୟ ଆରମ୍ଭ କରି କରନ୍ତୁ ମୋଟା ଅଙ୍କର ରୋଜଗାର…

ନୂଆଦିଲ୍ଲୀ,୨୭।୧: ଆଜିକାଲି ସମୟରେ ଜଣେ ଗୃହିଣୀ ଘରେ ସୀମିତ ରହିବାକୁ ଚାହାଁନ୍ତି ନାହିଁ। ସେ ନିଜର ପରିଚୟ ତିଆରି କରିବାକୁ, ଆତ୍ମନିର୍ଭରଶୀଳ ହେବାକୁ ଏବଂ ପରିବାରର ଆୟରେ…

ଦେଓମାଳୀ ବୁଲିବାକୁ ଗଲାବେଳେ ଆଖିବୁଜିଲେ ଦୁଇ ସାଙ୍ଗ: ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି  ଅନ୍ୟଜଣେ

ପଟ୍ଟାଙ୍ଗି,୨୭।୦୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୁନ୍ଦୁଲି ହାଇସ୍କୁଲ ସମୁଖରେ ଏକ ପିକ୍‌ଅପ ଭ୍ୟାନ ସହ ମୋଟର ସାଇକେଲ ଧକ୍କା ହୋଇଛି। ଏଥିରେ …

ଯଦି ପାକିସ୍ତାନ ଟି୨୦ ବିଶ୍ୱକପ୍ ବର୍ଜନ କରେ ତେବେ କ’ଣ ହେବ?

ନୂଆଦିଲ୍ଲୀ,୨୭।୧: ଆଗାମୀ T20 ବିଶ୍ୱକପ୍‌କୁ ନେଇ କ୍ରିକେଟ୍ ଦୁନିଆରେ ଏବେ ଅସ୍ଥିରତା ଦେଖାଦେଇଛି। ବାଂଲାଦେଶ ସହ ଏକତା ପ୍ରଦର୍ଶନ କରି ପାକିସ୍ତାନ ଏହି ମେଗା ଇଭେଣ୍ଟକୁ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri