ନକଲି ମଦ ପ୍ରସ୍ତୁତ କାରଖାନାରେ ଚଢ଼ାଉ: ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧ା୪: ଅବକାରୀ ଗୁଇନ୍ଦା ଟିମ୍‌ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଦିଗପହଣ୍ଡି ଥାନା ଅନ୍ତର୍ଗତ କଇଠଖଣ୍ଡି ଛକରେ ପାଟ୍ରୋଲିଂ କରୁଥିଲା। ଏକ ଅଟୋକୁ ଅଟକାଇ ଯାଞ୍ଚ ବେଳେ ସେଥିରେ ବିଦେଶୀ ମଦ ଚାଲାଣ ହେଉଥିବା ଜଣାପଡ଼ିଥିଲା। ଅଧିକ ଯାଞ୍ଚ ପରେ ଉକ୍ତ ବିଦେଶୀ ମଦ ନକଲି ହୋଇଥିବା ବେଳେ ଅଟୋ ଚାଳକ ତଥା ମାଲିକ ସରୋଜ କୁମାର ପଣ୍ଡା(୩୬) ନିଜ ଘରେ ଫ୍ୟାକ୍ଟ୍ରି କରି ତାହା ପ୍ରସ୍ତୁତ କରୁଥିବା ଜଣାପଡ଼ିଥିଲା। ସରୋଜଙ୍କ ବୟାନକୁ ଆଧାର କରି ଟିମ୍‌ ତାଙ୍କ ଘର ତଥା ଫ୍ୟାକ୍ଟ୍ରି କେ.ନୂଆଗାଁ ଥାନା ଅନ୍ତର୍ଗତ ଖମ୍ବାରିଗାଁରେ ଚଢ଼ାଉ କରିଥିଲା। ସେଠାରୁ ବିପୁଳ ପରିମାଣର ନକଲି ବିଦେଶୀ ମଦ, କଞ୍ଚାମାଲ ଇତ୍ୟାଦି ଜବତ କରିଥିଲା। ଉକ୍ତ ଫ୍ୟାକ୍ଟ୍ରିରୁ ୪୩୨ଟି ନକଲି ବିଦେଶୀ ମଦ ବୋତଲ, ୩୫ ଲିଟର ହୋମିଓପାଥିକ ସ୍ପିରିଟ୍‌, ୧୭୦୪ ଅବକାରୀ ଏ ଲେବଲ, ୧୬ ଶହ କର୍କ, ଖାଲି ବୋତଲ, ପ୍ୟାକିଂ ମେଶିନ ଇତ୍ୟାଦି ଜବତ ହୋଇଛି। ସରୋଜ ତାଙ୍କ ଘରେ ନକଲି ବିଦେଶୀ ମଦ ପ୍ରସ୍ତୁତ କରି ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ବିକ୍ରି କରୁଥିଲେ ବୋଲି ଜେରା ବେଳେ ଟିମ୍‌ ଜାଣିବାକୁ ପାଇଛି। ସେହିପରି ସରୋଜ ଭୟଙ୍କର କରୋନା ମହାମାରୀ ସମୟରେ ବ୍ରହ୍ମପୁର ଓମ୍‌ ନଗରରେ ମଧ୍ୟ ଏକ ଘର ଭଡ଼ା ନେଇ ସେଠାରେ ସେ ନକଲି ବିଦେଶୀ ମଦ ପ୍ରସ୍ତୁତ କରି ବିକ୍ରି କରୁଥିଲେ ବୋଲି ଜଣାପଡ଼ିଛି। ଜବତ ନକଲି ବିଦେଶୀ ମଦ ଓ ଅଟୋର ମୂଲ୍ୟ ପ୍ରାୟ ୩ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ସେହିପରି ଘଟଣାର ତଦନ୍ତ ଜାରି ରହିଛି ବୋଲି ଟିମ୍‌ ପକ୍ଷରୁ ସୂଚନା ମିଳିଛି। ସରୋଜଙ୍କୁ କେସ୍‌ ନଂ ୧୦୫୬/୨୨-୨୩ରେ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ବୋଲି ଅବକାରୀ ଗୁଇନ୍ଦା ଡେପୁଟି ସୁପରିଟେଣ୍ଡେଣ୍ଟ କୁବେର ସେଠୀ ସୂଚନା ଦେଇଛନ୍ତି। ଚଢ଼ାଉରେ ଇନ୍ସପେକ୍ଟର ଗୀତାଞ୍ଜଳି ସାହୁ , ଏଏସ୍‌ଆଇ ବସନ୍ତ କୁମାର ବାରିକ, ରଶ୍ମୀରଞ୍ଜନ ନାୟକ, କନଷ୍ଟେବଳ ପ୍ରବୀର ସାମଲ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ…

ଓଡ଼ିଆ-ଅର୍ଥନୀତି ବିଭାଗର ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ଶୃଙ୍ଖଳିତ ଭବିଷ୍ୟତ ଗଢ଼ିବାକୁ ପରାମର୍ଶ

ଭଞ୍ଜନଗର,୨୩।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଏବଂ ଅର୍ଥନୀତି ବିଭାଗ ପକ୍ଷରୁ ଯୁକ୍ତ ୩ ପ୍ରଥମ…

ସୁନିତା ଆହୁଜା ନୁହେଁ ବରଂ କୋମଲ ରାଣୀଙ୍କ ସହ ‘ଲାଲବାଗଚା ରାଜା’ ଦର୍ଶନ କରିବାକୁ ଯାଇଥିଲେ ଗୋବିନ୍ଦା, ୟୁଜର୍ସ କହିଲେ…

ମୁମ୍ବାଇ,୨୩।୯: ଗତ କିଛି ସମୟ ଧରି ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଏକ ବିବାଦ ଚାଲିଆସୁଛି। ଗୋବିନ୍ଦାଙ୍କର ତାଙ୍କ ସହ-କଳାକାର କୋମଲ ରାଣୀଙ୍କ ସହ ସମ୍ପର୍କ…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ପରଲୋକ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଛତ୍ରପୁର କୋର୍ଟ ଷ୍ଟେଶନ ସାହି ନିବାସୀ ତଥା ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକ (୮୯)ଙ୍କ ବୁଧବାର ସକାଳେ ନିଜ ବାସଭବନରେ…

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

SIR ପ୍ରକ୍ରିୟାକୁ ନେଇ ଉଠିଥିବା ପ୍ରଶ୍ନର ଉତ୍ତର ରଖିଲା ନିର୍ବାଚନ ଆୟୋଗ: କହିଲେ, ସମସ୍ତଙ୍କ ସହମତି କ୍ରମେ…

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କ ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା’ (SIR) ସମ୍ପର୍କରେ ‘ଇଣ୍ଡିଆନ ଏକ୍ସପ୍ରେସ’ର ଏକ ରିପୋର୍ଟ ପ୍ରକାଶ ପାଇବା ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?