ଦେଶରେ ବି ବିଦେଶ ପ୍ରେମ, ମାଇଲଖୁଣ୍ଟରେ ଲଣ୍ଡନ-ଦୁବାଇ ନାମ…

ଚଣ୍ଡିଗଡ଼,୧୭।୧୦: ପଞ୍ଜାବବାସୀଙ୍କର ବିଦେଶ ପ୍ରେମ ଦେଖିଲେ ଯେକେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଜଲନ୍ଦର-ଦିଲ୍ଲୀ ଜାତୀୟ ରାଜପଥ ପାର୍ଶ୍ୱରେ ସିଡନୀ, ବ୍ୟାଙ୍କକ, ଦୁବାଇ ଏବଂ ଲଣ୍ଡନ ପର୍ଯ୍ୟନ୍ତ ଦୂରତା ଲେଖାଯାଇଥିବା ମାଇଲଖୁଣ୍ଟ ଦେଖିବାକୁ ମିଳିଥାଏ। ନ୍‌ଧନ୍ନୋୱାଲି ଗ୍ରାମ ନିକଟ ଜଲନ୍ଦର-ଫାଗୱାଡା ମଧ୍ୟରେ ଥିବା ଜାତୀୟ ରାଜପଥରେ ଏଭଳି ମାଇଲଖୁଣ୍ଟ ଦେଖିବାକୁ ମିଳୁଛି। ଅପରପକ୍ଷରେ ଜାତୀୟ ରାଜପଥ ପ୍ରାଧିକରଣର ଜଣେ ଅଧିକାରୀ କହିଛନ୍ତି ଯେ ଏହା କରିବା ବେଆଇନ। ଏହି ମାଇଲଖୁଣ୍ଟ ଶୀଘ୍ର ହଟାଯିବ।

ମାଇଲଖୁଣ୍ଟର ଗୋଟିଏ ପାର୍ଶ୍ୱରେ ସିଡନୀର ଦୂରତା ୧୦୭୨୯ କିଲୋମିଟର ଏବଂ ବ୍ୟାଙ୍କକର ଦୂରତା ୪୬୬୦ କିଲୋମିଟର ଦର୍ଶାଯାଇଛି। ସେହିପରି ଦ୍ୱିତୀୟ ପାର୍ଶ୍ୱରେ ଦୁବାଇର ଦୂରତା ୨୭୩୦ କିଲୋମିଟର ଏବଂ ଲଣ୍ଡନର ଦୂରତା ୭୪୭୮ କିଲୋମିଟର ଲେଖାଯାଇଛି। ନ୍ୟାଶନାଲ ହାଇୱେ ଅଥରିଟି ଅଫ ଇଣ୍ଡିଆ (ଏନ୍‌ଏଚ୍‌ଏଆଇ) ଦ୍ୱାରା ଏଭଳି ମାଇଲଖୁଣ୍ଟ ସ୍ଥାପିତ ହୋଇନାହିଁ, କିନ୍ତୁ ପଞ୍ଜାବରୁ ବିଦେଶକୁ ଯାଉଥିବା ଲୋକମାନଙ୍କ ଦ୍ୱାରା ବ୍ୟକ୍ତିଗତ ଭାବେ ଏହା ନିର୍ମିତ ହୋଇଛି।

ପଞ୍ଜାବରେ ଏଭଳି ଘଟଣା ପ୍ରଥମ ନୁହେଁ। ରାଜପଥରେ ମାଇଲଖୁଣ୍ଟ ସ୍ଥାପନ କରିବା ବ୍ୟତୀତ ଦୋଆବ୍‌ ଅଞ୍ଚଳରେ ଲୋକେ କାର ପଛପଟେ ମାଇଲଖୁଣ୍ଟ ଷ୍ଟିକର ମଧ୍ୟ ରଖିଥାନ୍ତି। ଜାତୀୟ ରାଜପଥରେ ଏଭଳି ବୋର୍ଡ ଲଗାଇବା ଅନଧିକୃତ। ଏଭଳି କରୁଥିବା ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏନ୍‌ଏଚ୍‌ଏଆଇର ବ୍ୟବସ୍ଥା ମଧ୍ୟ ରହିଛି। ତେବେ ଜାତୀୟ ରାଜପଥରେ ଏହି ମାଇଲଖୁଣ୍ଟ କିଏ ନିର୍ମାଣ କରିଛି ତାହା ଏପର୍ଯ୍ୟନ୍ତ ଜଣା ପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri