Posted inଜାତୀୟ

ବାରାଣସୀରେ ମୋଦିଙ୍କ ପାଇଁ ପ୍ରଚାରର ଆବଶ୍ୟକତା ନାହିଁ: ଜୟଶଙ୍କର

ନୂଆଦିଲ୍ଲୀ,୨୬।୫: ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ବାରାଣସୀରେ ଭାଜପାର ବିଜୟ ଉପରେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଅଧିକ ନିର୍ବାଚନ ପ୍ରଚାରର ଆବଶ୍ୟକତା ନାହିଁ। କାରଣ ସହରର ଲୋକେ ଭାରତର ବୈଦେଶିକ ନୀତିକୁ ଗଭୀର ଭାବେ ଜାଣିବା ପାଇଁ ତିବ୍ର ଇଚ୍ଛା ପ୍ରକାଶ କରୁଛନ୍ତି, ଯାହାକି ମୋଦିଙ୍କ ଶାସନରେ ଦେଶର ପ୍ରଗତି ଉପରେ ଗର୍ବକୁ ଦର୍ଶାଉଛି ବୋଲି ସେ କହିଛନ୍ତି।

ବାରାଣସୀରେ ଜୟଶଙ୍କର କହିଛନ୍ତି, ମୁଁ ଏହି ନିର୍ବାଚନରେ ଅନୁଭବ କରିଛି ଯେ ଲୋକେ ଦେଶର ବୈଦେଶିକ ନୀତି ବିଷୟରେ ଅଧିକ ଜାଣିବାକୁ ଚାହାନ୍ତି। ସେମାନଙ୍କୁ ଏହି କଥା ଉପରେ ଗର୍ବ ହେଉଛି ଯେ ମୋଦି ଏହି ଦେଶକୁ କେଉଁଠାକୁ ନେଇ ଯାଇଛନ୍ତି। ବାରାଣସୀରେ ଅଧିକ ନିର୍ବାଚନ ପ୍ରଚାରର ଆବଶ୍ୟକତା ନାହିଁ। ଆମେ ସାରା ଦେଶରେ ପ୍ରାୟ ୬୦ ସହରରେ ଜି-୨୦କୁ ଏକ ଉତ୍ସବ ଭଳି ପାଳନ କରିଥିଲୁ। ମୋତେ ଲାଗୁଛି ଯେ ଆଗାମୀ ଦିନରେ ଏଠାରେ ପର୍ଯ୍ୟଟନ ନିଶ୍ଚିତ ଭାବେ ବଢ଼ିବ। ଆମେ କାଶୀକୁ ପ୍ରୋତ୍ସାହିତ କରିବା ଉଚିତ। ଆମେ ଏହାର ଅନ୍ତରାଷ୍ଟ୍ରୀୟ ଛବି ସୃଷ୍ଟି କରିବାକୁ ଚାହୁଁଛୁ ବୋଲି ସେ କହିଛନ୍ତି।

କହିରଖୁଛୁ, ବାରାଣସୀ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗଡ଼। ଆଗାମୀ ଲୋକ ସଭା ନିର୍ବାଚନରେ ଏହା ସବୁଠାରୁ ପ୍ରତୀକ୍ଷିତ ମୁକାବିଲା ହେବ। ମୋଦି ୨୦୧୪ ଏବଂ ୨୦୧୯ ସାଧାରଣ ନିର୍ବାଚନରେ ବହୁମତ ସହ ଏଠାରେ ନିର୍ବାଚନ ଜିତିଥିଲେ। କଂଗ୍ରେସ ଏବେ ମୋଦିଙ୍କ ବିପକ୍ଷରେ ଅଜୟ ରାୟଙ୍କୁ ଛିଡ଼ା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୩୧ା୩(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri