Posted inଜାତୀୟ

ଭାରତ-କାନାଡା ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୨୦।୯: ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ବୁଧବାର ନୂତନ ସଂସଦ ଗୃହରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଛନ୍ତି। ଗତ କିଛି ଦିନ ହେବ କାନାଡା ସହ ଚାଲିଥିବା ଉତ୍ତେଜନା ଏବଂ ଭାରତର ପରବର୍ତ୍ତୀ ପଦକ୍ଷେପକୁ ନେଇ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଜଣାପଡିଛି। ତେବେ କାନାଡା ସହ ଚାଲିଥିବା ଉତ୍ତେଜନାକୁ ନେଇ ଦୁଇ ନେତାଙ୍କ ମଧ୍ୟରେ ନିର୍ଦ୍ଦିଷ୍ଟ କ’ଣ ଆଲୋଚନା ହୋଇଛି ସେ ସମ୍ପର୍କରେ କୌଣସି ସରକାରୀ ସୂଚନା ଦିଆଯାଇ ନାହିଁ।
ଚଳିତ ବର୍ଷ ଜୁନ ମାସରେ କାନାଡାର ଜଣେ ଖଲିସ୍ତାନୀ ନେତା ହାର୍ଦ୍ଦିକ ସିଂ ନିଜାରଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। କାନାଡାର ସରେର ଗୁରୁ ନାନକ ଶିଖ ଗୁରୁଦ୍ୱାର ନିକଟରେ ନିଜାରଙ୍କୁ ଦୁଇଜଣ ଅଜ୍ଞାତ ଆକ୍ରମଣକାରୀ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିଲା। ନିଜାରଙ୍କ ହତ୍ୟା ପଛରେ ଭାରତ ସରକାର ଷଡଯନ୍ତ୍ର କରିଥାଇ ପାରନ୍ତି ବୋଲି କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଅଭିଯୋଗ କରିଛନ୍ତି। ଟ୍ରୁଡୋ ଭାରତ ବିରୋଧରେ ଗୁରୁତର ଅଭିଯୋଗ କରିବା ପରେ ଉଭୟ ଦେଶର ମଧ୍ୟରେ ତିକ୍ତତା ବଢିଛି। ତେବେ ଟ୍ରୁଡୋଙ୍କ ଅଭିଯୋଗକୁ ଭାରତ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି। କାନାଡାର ଏହି ଅଭିଯୋଗ ପରେ ଭାରତ ମଧ୍ୟ କାନାଡାର ବରିଷ୍ଠ କୂଟନୀତିଜ୍ଞଙ୍କୁ ୫ ଦିନ ମଧ୍ୟରେ ଦେଶ ଛାଡିବାକୁ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri