Posted inଜାତୀୟ

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ ଚାଇନା ମଧ୍ୟରେ ବୁଝାମଣା ହେବା ସହ ଆସନ୍ତା ୨୯ ତାରିଖ ସୁଦ୍ଧା ଡେପ୍‌ସାଙ୍ଗ ଏବଂ ଡେମ୍‌ଚୋକ୍‌ରୁ ସେନା ପ୍ରତ୍ୟାହାର ଶେଷ କରିବାକୁ ନିଷ୍ପତ୍ତି ହୋଇଥିଲା। ତଦନୁଯାୟୀ ସେନା ପ୍ରତ୍ୟାହାର କାର୍ଯ୍ୟ ଜାରି ରହିଥିବାବେଳେ ୩୦-୩୧ରୁ ଉଭୟ ପକ୍ଷ ପାଟ୍ରୋଲିଂ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ଏହି ସଫଳତା ପାଇଁ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଶନିବାର ଭାରତୀୟ ସେନା ଓ କୂଟନୀତିଜ୍ଞମାନଙ୍କୁ ଶ୍ରେୟ ଦେଇଛନ୍ତି।

ପୁଣେରେ ଛାତ୍ରୀଛାତ୍ରମାନଙ୍କ ସହ କଥା ହେଲା ବେଳେ ଜୟଶଙ୍କର କହିଛନ୍ତି, ସୈନ୍ୟ ପ୍ରତ୍ୟାହାର ନିଷ୍ପତ୍ତି ହୋଇଥିଲେ ମଧ୍ୟ ଦୁଇ ଦେଶ ମଧ୍ୟରେ ସମ୍ପର୍କ ସ୍ବାଭାବିକ ହେବା ପାଇଁ ଆଉ କିଛିଦିନ ସମୟ ଲାଗିବ। ଏଥିପାଇଁ ପରସ୍ପର ଉପରେ ବିଶ୍ୱାସ ଏବଂ ଏକାଠି କାର୍ଯ୍ୟ କରିବାର ଇଚ୍ଛାଶକ୍ତି ସୃଷ୍ଟି କରିବାକୁ ହେବ ବୋଲି ଜୟଶଙ୍କର କହିଛନ୍ତି। ଦୁଇ ଦେଶର ବହିର୍ବ୍ୟାପାର ମନ୍ତ୍ରୀ ଏବଂ ଜାତୀୟ ସୁରକ୍ଷା ଉପଦେଷ୍ଟାମାନେ ଆଲୋଚନା ମାଧ୍ୟମରେ ଏହି ପ୍ରକ୍ରିୟାକୁ ଆଗେଇ ନେବା ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କ ମଧ୍ୟରେ ଗତ ୨୩ ତାରିଖରେ ହୋଇଥିବା ଦ୍ୱିପାକ୍ଷିକ ବୈଠକରେ ନିଷ୍ପତ୍ତି ନିଆଯାଇଥିବା ଜୟଶଙ୍କର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri