Posted inଜାତୀୟ

ଭାରତ ବିରୋଧୀଙ୍କ ଉପରେ ବର୍ଷିଲେ ମୋଦି

ନୂଆଦିଲ୍ଲୀ,୭ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଗୋଟିଏ ଦିନରେ ଦୁଇଟି ରାଜ୍ୟ ଗସ୍ତରେ ଅଛନ୍ତି । ପ୍ରଥମେ ସେ ଆସାମର ସୋନିତପୁର ଜିଲରେ ପହଞ୍ଚିଛନ୍ତି । ସେଠାରେ ପହଞ୍ଚି ସେ ୨ଟି ହସ୍ପିଟାଲ ବିଶ୍ୱନାଥ ଓ ଚରାଇଦେବରେ ମେଡିକାଲ କଲେଜର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏହାସହ ‘ଆସାମ ମାଳା’ କାର୍ଯ୍ୟକ୍ରମ ମଧ୍ୟ ଲଞ୍ଚ କରିଛନ୍ତି ଓ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି । ଏହି ସମୟରେ ସେ ଭାରତ ବିରୋଧୀଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ସେ କହିଛନ୍ତି ଏବେ କଛି ତଥ୍ୟ ସାମ୍ନାକୁ ଆସିଛି ଯେଉଁଥିରୁ ଜଣାପଡିଛି କି ଭାରତ ବିରୋଧୀ ଲୋକ ଭାରତର ଚା’ ଓ ଏହାସହ ଜଡିତ ରାଷ୍ଟ୍ରର ଛବିକୁ ଖରାପ କରିବାକୁ ପ୍ରୟାସ କରୁଛନ୍ତି । ଏହିଭଳି ଲୋକଙ୍କୁ ଆମର ଏବେ ଜବାବ ଦେବାର ସମୟ ଆସିଛି । ଏହିଭଳି ଲୋକ ବହୁ ତଳକୁ ଖସି ଯାଇଛନ୍ତି ବୋଲି ମୋଦି କହିଛନ୍ତି । ଏବେ ଆସାମର ଉନ୍ନତି ଦିଗରେ ଧ୍ୟାନ ଦିଆଯାଉଛି । ଆସନ୍ତା ୧୫ ବର୍ଷ ମଧ୍ୟରେ ଆସାମର ସମସ୍ତ ଗାଁକୁ ସଡ଼କ ପଥ ଦ୍ୱାରା ସହର ସହ ଯୋଡି ଦିଆଯିବ । ଏସବୁ ଆସାମ ମେଳା ପରିଯୋଜନାରେ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଗୋଟିଏ ଥର କନେକ୍ଟିଭିଟି ସୁବିଧା ହୋଇଗଲେ ବ୍ୟବସାୟ, ଉଦ୍ଦ୍ୟୋଗ, ପର୍ଯ୍ୟଟନ ସବୁରେ ଉନ୍ନତି ହେବ । ଏହା ରାଜ୍ୟର ଯୁବବର୍ଗଙ୍କୁ ରୋଜଗାରର ବାଟ ଦେଖାଇବ ।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri