Posted inଜାତୀୟ

ବାଂଲାଦେଶରେ ସଂଖ୍ୟାଲଘୁଙ୍କ ସୁରକ୍ଷା ନେଇ ଉଦ୍‌ବେଗ ଜଣାଇଲା ଭାରତ

ଢାକା,୯ା୧୨(ପି.ଟି.):ବାଂଲାଦେଶରେ ସଂଖ୍ୟାଲଘୁମାନଙ୍କ ନିରାପତ୍ତାକୁ ନେଇ ଭାରତ ସୋମବାର ଚିନ୍ତାବ୍ୟକ୍ତ କରିଛି। ପଡୋଶୀଙ୍କ ସହ ସକାରାତ୍ମକ, ଗଠନମୂଳକ ଏବଂ ପରସ୍ପର ଲାଭକାରୀ ସମ୍ପର୍କ ଭାରତ ଚାହେଁ। ଢାକାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ବହିର୍ବ୍ୟାପାର ସଚିବ ବିକ୍ରମ ମିସ୍ରି ଏହା କହିଛନ୍ତି।
ଅଗଷ୍ଟ ୫ରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା କ୍ଷମତାଚ୍ୟୁତ ହୋଇ ଭାରତ ପଳାଇଆସିବା ପରେ ଏହା ଥିଲା ବାଂଲା ସହ ଭାରତୀୟ ଅଧିକାରୀଙ୍କ ପ୍ରଥମ ଉଚ୍ଚସ୍ତରୀୟ ବୈଠକ। ବାଂଲାଦେଶ ପ୍ରତିପକ୍ଷ ମହମ୍ମଦ ଜଶିମ୍‌ ଉଦ୍ଦିନଙ୍କ ସହ ଏକ ସ୍ପଷ୍ଟ ତଥା ଗଠନମୂଳକ ମତ ଆଦାନପ୍ରଦାନ ହୋଇଥିବା ବହିର୍ବ୍ୟାପାର ସଚିବ ମିସ୍ରି କହିଛନ୍ତି। ସଂଖ୍ୟାଲଘୁମାନଙ୍କ ସୁରକ୍ଷା ଓ କଲ୍ୟାଣ ସମ୍ପର୍କରେ ଆମେ ଆମର ଉଦ୍‌ବେଗ ଜଣାଇଦେଇଛୁ। ନିକଟରେ ସାଂସ୍କୃତିକ, ଧର୍ମୀୟ ଏବଂ କୂଟନୈତିକ ସମ୍ପତ୍ତି ଉପରେ ଘଟିଥିବା ଦୁଃଖଦାୟକ ଆକ୍ରମଣ ସମ୍ପର୍କରେ ମଧ୍ୟ ଉଭୟ ପକ୍ଷଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଦ୍ୱିପାକ୍ଷିକ ସମ୍ପର୍କରେ ସୁଧାର ଆଣିବା ନିମନ୍ତେ ବୈଠକରେ ସହମତି ହୋଇଥିବା ମିସ୍ରି କହିଛନ୍ତି।
ସୂଚନାଯୋଗ୍ୟ, ହାସିନା ସରକାର କ୍ଷମତାଚ୍ୟୁତ ହେବା ପରେ ଭାରତ ଓ ବାଂଲାଦେଶ ମଧ୍ୟରେ ରହିଥିବା ଘନିଷ୍ଠ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇଛି। ହାସିନା ଭାରତ ପଳାଇଆସିବା ପରେ ମହମ୍ମଦ ୟୁନୁସ୍‌ଙ୍କ ନେତୃତ୍ୱରେ ସେଠାରେ ଅନ୍ତରୀଣ ସରକାର ଗଠନ ହୋଇଥିଲା। ଗତ କିଛି ସପ୍ତାହ ମଧ୍ୟରେ ହିନ୍ଦୁଙ୍କ ଉପରେ ଆକ୍ରମଣ ଏବଂ ହିନ୍ଦୁ ସନ୍ଥ ଚିନ୍ନୟ କୃଷ୍ଣଦାସଙ୍କୁ ଗିରଫ ଘଟଣା ସମ୍ପର୍କକୁ ଆହୁରି ଖରାପ କରିଦେଇଛି। ହିନ୍ଦୁ ଏବଂ ଅନ୍ୟାନ୍ୟ ସଂଖ୍ୟାଲଘୁଙ୍କ ଉପରେ ହିଂସାକାଣ୍ଡ ବଢ଼ିଚାଲିଛି। ବାଂଲାଦେଶରେ ଥିବା ହିନ୍ଦୁ ମନ୍ଦିରଗୁଡ଼ିକ ଆକ୍ରମଣର ସମ୍ମୁଖୀନ ହୋଇଛନ୍ତି। ଏହାର ପ୍ରତିବାଦରେ ଅଗରତାଲାରେ ଥିବା ବାଂଲାଦେଶ ମିଶନ ଉପରେ ମଧ୍ୟ ଆକ୍ରମଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri