Posted inଜାତୀୟ

ଭାରତରେ ବିଦେଶୀ ଟିକାର ପରୀକ୍ଷା କରାଯିବ ନାହିଁ

ନୂଆଦିଲ୍ଲୀ,୨।୬: ବିଶ୍ୱସ୍ତରରେ ଉପଲବ୍ଧ ହେଉଥିବା କୋଭିଡ୍‌-୧୯ ଟିକା ଭାରତରେ ବିନା କ୍ଲିନିକାଲ ପରୀକ୍ଷା ଏବଂ ଅନୁମୋଦନରେ ବ୍ୟବହାର ହୋଇପାରିବ। ଭାରତର ଔଷଧ ମହାନିୟନ୍ତ୍ରକ (ଡିଜିଜିଆଇ) ପକ୍ଷରୁ ବୁଧବାର ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଯେଉଁ ଟିକାଗୁଡ଼ିକ ଆମେରିକାର ଏଫ୍‌ଡିଏ, ଏଏମ୍‌ଏ, ବ୍ରିଟେନ୍‌ର ଏମ୍‌ଏଚ୍‌ଆର୍‌ଏ, ଜାପାନର ପିଏମ୍‌ଡିଏ ଦ୍ୱାରା ବ୍ୟବହାର ପାଇଁ ଅନୁମତି ପାଇଛି। ଭାରତରେ ଏହି ସବୁ ଟିକାର ଆଉ ପରୀକ୍ଷା କରାଇବା କିମ୍ବା ପରୀକ୍ଷା ପରବର୍ତ୍ତୀ ଅନୁମୋଦନର ଆବଶ୍ୟକ ପଡ଼ିବ ନାହିଁ। ଫାଇଜର ଏବଂ ମଡର୍ନା ଟିକା କ୍ଷେତ୍ରରେ ଏହି ନିୟମ ଲାଗୁ ହେବାକୁ ଯାଉଛି। ପୂର୍ବରୁ ଆଷ୍ଟ୍ରାଜେନିକା କମ୍ପାନୀର କୋଭିଶିଲ୍ଡ ଏବଂ ରୁଷିଆର ସ୍ପୁଟ୍‌ନିକ୍‌ ଭି ଟିକାକୁ ମଞ୍ଜୁରୀ ମିଳିସାରିଛି। ତେବେ ଚାଇନା ଟିକା ଏହି ନିୟମ ପରିସରରେ ଆସିବ କି ନାହଁ ତାହା ସ୍ପଷ୍ଟ ହୋଇନାହିଁ। ଭାରତରେ କୋଭିଡ୍‌ ଟିକା ନିଅଣ୍ଟ ଭରଣା ପାଇଁ ତୁରନ୍ତ ବିଦେଶରୁ ଟିକା ଆଣିବା ଜରୁରୀ ହୋଇପଡ଼ିଥିବାରୁ ନିୟମରେ କୋହଳ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri