ନକଲି ଖାଦ୍ୟ ସାମଗ୍ରୀ ପରେ ବିଦେଶୀ ମଦ

ବ୍ରହ୍ମପୁର ଅଫିସ,୨୮।୨: ବ୍ରହ୍ମପୁରରେ ନକଲି ଖାଦ୍ୟ ସାମଗ୍ରୀ ପରେ ଏବେ ନକଲି ବିଦେଶୀ ମଦ କାରଖାନା ଠାବ ହୋଇଛି। ଅବକାରୀ ବିଭାଗ ବଡ଼ବଜାର ଥାନା ଅନ୍ତର୍ଗତ ତୃପ୍ତି ନଗରରେ ଏକ ଘରେ ଚଢ଼ାଉ କରି ବିଭିନ୍ନ ବ୍ରାଣ୍ଡର ନକଲି ବିଦେଶୀ ମଦ, କଞ୍ଚାମାଲ, ସ୍ପିରିଟ ଆଦି ଜବତ କରିଛି । ଏହି ଘଟଣାରେ ମାଷ୍ଟରମାଇଣ୍ଡ ସମେତ ୫ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ କାଳୁପାତ୍ର ସାହିର ନାରାୟଣ ବିଶୋୟୀ, ସୁକୁଣ୍ଡାର ରବୀନ୍ଦ୍ର ପାଣିଗ୍ରାହୀ, ହରିଡ଼ାଖଣ୍ଡି ଶାନ୍ତିନଗରର ଏମ. ଆଶିଷ କୁମାର ରାଓ, ବେଗୁନିଆପଡ଼ା ଥାନା ଅନ୍ତର୍ଗତ କେ.ବରିଡ଼ା ଗ୍ରାମର ଶ୍ରୀକାନ୍ତ କୁମାର ବେହେରା ଓ ଗଣେଶ ନଗରର ସନ୍ତୋଷ ସ୍ବାଇଁ । ତୃପ୍ତି ନଗରରେ ନକଲି ମଦ କାରଖାନା ଚାଲିଥିବା ଜଣାପଡ଼ିବା ପରେ ଅବକାରୀ ଇନ୍ସପେକ୍ଟର ହୃଦୟ ଚନ୍ଦ୍ର ସାମନ୍ତଙ୍କ ସମେତ ଏସଆଇ ବିଶ୍ୱଜିତ ଦାଶ, ଏସଆଇ ସଞ୍ଜୟ କୁମାର ପାଣ୍ଡି ପ୍ରମୁଖ ସେଠାରେ ଚଢ଼ାଉ କରିଥିଲେ। ମାଷ୍ଟରମାଇଣ୍ଡ ନାରାୟଣ ଘରଭଡ଼ା ନେଇ ଏହି କାରଖାନା ଚଳାଉଥିଲେ। ତାଙ୍କର ୨ ସହଯୋଗୀ ହେଉଛନ୍ତି ରବୀନ୍ଦ୍ର ଓ ଆଶିଷ । ଶ୍ରୀକାନ୍ତ ଏବଂ ସନ୍ତୋଷ ଅଟୋ ଚାଳକ ବୋଲି ଜଣାପଡ଼ିଛି। କଲିକତାରୁ କଞ୍ଚାମାଲ ଆଣି ଏଠାରେ ନକଲି ମଦ ପ୍ରସ୍ତୁତ କରାଯାଇ ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ବିକ୍ରି କରାଯାଉଥିଲା। ନକଲି ମଦ କିଭଳି ପ୍ରସ୍ତୁତ କରାଯାଉଥିଲା ମୁଖ୍ୟ ଅଭିଯୁକ୍ତ ତାହାର ଡେମୋ ଦେଖାଇଥିଲେ। ଏ ନେଇ ଅବକାରୀ ବିଭାଗ ଦୁଇଟି ମାମଲା ରୁଜୁ କରିଛି ।ନଂ.୨୦୫/୨୦-୨୧ରେ ନାରାୟଣ ଓ ତାଙ୍କର ୨ ପାର୍ଟନରଙ୍କୁ ଏବଂ ନଂ.୨୦୬/୨୦-୨୧ରେ ୨ ଅଟୋ ଚାଳକଙ୍କୁ ଗିରଫ କରାଯାଇଥିବା ଅବକାରୀ ଇନ୍ସପେକ୍ଟର ସାମନ୍ତ କହିଛନ୍ତି। ଘଟଣାସ୍ଥଳରୁ ୪୦ ପ୍ୟାକେଟ ବିଭିନ୍ନ ବ୍ରାଣ୍ଡର ବିଦେଶୀ ମଦ ବୋତଲ, ୧୦୦ ଲିଟର ସ୍ପିରିଟ, ୨୦ ଲିଟର ରଙ୍ଗ, ୫ ହଜାର ଷ୍ଟିକର, ୫ ହଜାର ଠିପି, ୪୦ ବସ୍ତା ଖାଲି ବୋତଲ ଜବତ କରାଯାଇଛି। ଜବତ ସାମଗ୍ରୀର ମୂଲ୍ୟ ପ୍ରାୟ ୫ ଲକ୍ଷ ଟଙ୍କା ହେବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri