ନକଲି ଖାଦ୍ୟ ସାମଗ୍ରୀ ପରେ ବିଦେଶୀ ମଦ

ବ୍ରହ୍ମପୁର ଅଫିସ,୨୮।୨: ବ୍ରହ୍ମପୁରରେ ନକଲି ଖାଦ୍ୟ ସାମଗ୍ରୀ ପରେ ଏବେ ନକଲି ବିଦେଶୀ ମଦ କାରଖାନା ଠାବ ହୋଇଛି। ଅବକାରୀ ବିଭାଗ ବଡ଼ବଜାର ଥାନା ଅନ୍ତର୍ଗତ ତୃପ୍ତି ନଗରରେ ଏକ ଘରେ ଚଢ଼ାଉ କରି ବିଭିନ୍ନ ବ୍ରାଣ୍ଡର ନକଲି ବିଦେଶୀ ମଦ, କଞ୍ଚାମାଲ, ସ୍ପିରିଟ ଆଦି ଜବତ କରିଛି । ଏହି ଘଟଣାରେ ମାଷ୍ଟରମାଇଣ୍ଡ ସମେତ ୫ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ କାଳୁପାତ୍ର ସାହିର ନାରାୟଣ ବିଶୋୟୀ, ସୁକୁଣ୍ଡାର ରବୀନ୍ଦ୍ର ପାଣିଗ୍ରାହୀ, ହରିଡ଼ାଖଣ୍ଡି ଶାନ୍ତିନଗରର ଏମ. ଆଶିଷ କୁମାର ରାଓ, ବେଗୁନିଆପଡ଼ା ଥାନା ଅନ୍ତର୍ଗତ କେ.ବରିଡ଼ା ଗ୍ରାମର ଶ୍ରୀକାନ୍ତ କୁମାର ବେହେରା ଓ ଗଣେଶ ନଗରର ସନ୍ତୋଷ ସ୍ବାଇଁ । ତୃପ୍ତି ନଗରରେ ନକଲି ମଦ କାରଖାନା ଚାଲିଥିବା ଜଣାପଡ଼ିବା ପରେ ଅବକାରୀ ଇନ୍ସପେକ୍ଟର ହୃଦୟ ଚନ୍ଦ୍ର ସାମନ୍ତଙ୍କ ସମେତ ଏସଆଇ ବିଶ୍ୱଜିତ ଦାଶ, ଏସଆଇ ସଞ୍ଜୟ କୁମାର ପାଣ୍ଡି ପ୍ରମୁଖ ସେଠାରେ ଚଢ଼ାଉ କରିଥିଲେ। ମାଷ୍ଟରମାଇଣ୍ଡ ନାରାୟଣ ଘରଭଡ଼ା ନେଇ ଏହି କାରଖାନା ଚଳାଉଥିଲେ। ତାଙ୍କର ୨ ସହଯୋଗୀ ହେଉଛନ୍ତି ରବୀନ୍ଦ୍ର ଓ ଆଶିଷ । ଶ୍ରୀକାନ୍ତ ଏବଂ ସନ୍ତୋଷ ଅଟୋ ଚାଳକ ବୋଲି ଜଣାପଡ଼ିଛି। କଲିକତାରୁ କଞ୍ଚାମାଲ ଆଣି ଏଠାରେ ନକଲି ମଦ ପ୍ରସ୍ତୁତ କରାଯାଇ ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ବିକ୍ରି କରାଯାଉଥିଲା। ନକଲି ମଦ କିଭଳି ପ୍ରସ୍ତୁତ କରାଯାଉଥିଲା ମୁଖ୍ୟ ଅଭିଯୁକ୍ତ ତାହାର ଡେମୋ ଦେଖାଇଥିଲେ। ଏ ନେଇ ଅବକାରୀ ବିଭାଗ ଦୁଇଟି ମାମଲା ରୁଜୁ କରିଛି ।ନଂ.୨୦୫/୨୦-୨୧ରେ ନାରାୟଣ ଓ ତାଙ୍କର ୨ ପାର୍ଟନରଙ୍କୁ ଏବଂ ନଂ.୨୦୬/୨୦-୨୧ରେ ୨ ଅଟୋ ଚାଳକଙ୍କୁ ଗିରଫ କରାଯାଇଥିବା ଅବକାରୀ ଇନ୍ସପେକ୍ଟର ସାମନ୍ତ କହିଛନ୍ତି। ଘଟଣାସ୍ଥଳରୁ ୪୦ ପ୍ୟାକେଟ ବିଭିନ୍ନ ବ୍ରାଣ୍ଡର ବିଦେଶୀ ମଦ ବୋତଲ, ୧୦୦ ଲିଟର ସ୍ପିରିଟ, ୨୦ ଲିଟର ରଙ୍ଗ, ୫ ହଜାର ଷ୍ଟିକର, ୫ ହଜାର ଠିପି, ୪୦ ବସ୍ତା ଖାଲି ବୋତଲ ଜବତ କରାଯାଇଛି। ଜବତ ସାମଗ୍ରୀର ମୂଲ୍ୟ ପ୍ରାୟ ୫ ଲକ୍ଷ ଟଙ୍କା ହେବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri