ସମ୍ବଲପୁରୀ ବସ୍ତ୍ରାଳୟରେ ବିଦେଶିନୀ: ରଙ୍ଗଘର ପରିଦର୍ଶନ, କିଣିଲେ ସମ୍ବଲପୁରୀ ବସ୍ତ୍ର

ବରଗଡ଼,୧୨।୧୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରସ୍ଥିତ ସମ୍ବଲପୁରୀ ବସ୍ତ୍ରାଳୟକୁ ବୁଧବାର ବିଦେଶ ଇଂଲଣ୍ଡରୁ ୮ଜଣ ମହିଳା ଆସିଥିଲେ। ସେମାନେ ସମ୍ବଲପୁରୀ ବସ୍ତ୍ରାଳୟର ରଙ୍ଗଘର ପରିଦର୍ଶନ କରି ସୂତାର ରଙ୍ଗ ପ୍ରଣାଳୀ ଦେଖିଥିଲେ । ଏହା ସହିତ ବନ୍ଦେ ମାତରମ୍ ଡିଜାଇନର ଲୁଗା ବୁଣା ହେଉଥିବାର ଅବଲୋକନ କରିଥିଲେ । ଉକ୍ତ ବିଦେଶିନୀ ଦଳକୁ ସମ୍ବଲପୁରୀ ବସ୍ତ୍ରାଳୟର ପରିଚାଳନା ନିର୍ଦ୍ଦେଶକ, ସମ୍ପାଦକ, ଓ ଏସ୍ ଡି, ବାଣିଜ୍ୟ ଅଧିକାରୀ ସମିତିର ଲୁଗାର ବୈଶିଷ୍ଟ୍ୟ, ଗୁଣବତ୍ତା ଇତ୍ୟାଦି ତାଙ୍କ ପରିଦର୍ଶନ ସମୟରେ ବିସ୍ତୃତ ଭାବରେ ବୁଝାଇଥିଲେ । ଏହି ବିଷୟରେ ବିଦେଶିନୀମାନେ ଅନୁପ୍ରାଣିତ ହୋଇ ସମ୍ବଲପୁରୀ ଲୁଗା, ଗାର୍ମେଣ୍ଟ୍ କିଣିବା ପାଇଁ ଆଗ୍ରହ ପ୍ରକାଶ କରିଥିଲେ । ଏହାପରେ ତାଙ୍କୁ ବରଗଡ଼ସ୍ଥିତ ମେଗା ଶୋ’ ରୁମକୁ ପରିଦର୍ଶନରେ ନିଆ ଯାଇଥିଲା । ସେଠାରେ ସେମାନେ ଲକ୍ଷାଧିକ ଟଙ୍କାର ସମ୍ବଲପୁରୀ ହସ୍ତତନ୍ତ ପୋଷାକ ତଥା ଲୁଗା କିଣିଥିଲେ ଏଵଂ ସମ୍ବଲପୁରୀ ହସ୍ତତନ୍ତ ଲୁଗାକୁ ପ୍ରଶଂସା କରିଥିଲେ । ଉକ୍ତ ପରିଦର୍ଶନ ସମୟରେ ସମିତିର ସଭାପତି ସମ୍ବିତ କୁମାର ଆଚାର୍ଯ୍ୟ ବିଦେଶିନୀମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ବିଦେଶିନୀଙ୍କ ପରିଦର୍ଶନ ଦ୍ବାରା ସମ୍ବଲପୁରୀ ବସ୍ତ୍ରାଳୟର ଉତ୍ପାଦିତ ବସ୍ତ୍ରର ବିଦେଶରେ ବହୁଳ ଭାବେ ପ୍ରଚାର ପ୍ରସାର ହେବ ବୋଲି ଆଶା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri