ଶ୍ରୀମନ୍ଦିରରେ ପଶିଲେ ବିଦେଶୀ, ସୁରକ୍ଷା ଉପରେ ପୁଣି ପ୍ରଶ୍ନବାଚୀ

ପୁରୀ ଅଫିସ, ୨୬ା୧: ଶ୍ରୀମନ୍ଦିର ସୁରକ୍ଷା ଉପରେ ପୁଣି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବୁଧବାର ଅପରାହ୍ନରେ ଜଣେ ବିଦେଶୀ ନାଗରିକ ହାତରେ ବ୍ୟାଗ ଧରି ଶ୍ରୀମନ୍ଦିର ପରିସରରୁ ବାହାରୁଥିବା ଦେଖିବାକୁ ମିଳିଥିଲା। ଏହାର ଏକ ଭିଡିଓ ସାମ୍ନାକୁ ଆସିଛି। ତେବେ କଡ଼ା ସୁରକ୍ଷା ଓ ଯାଞ୍ଚ ବ୍ୟବସ୍ଥା ସତ୍ତ୍ୱେ ସମ୍ପୃକ୍ତ ବିଦେଶୀ ନାଗରିକ କିପରି ଶ୍ରୀମନ୍ଦିରକୁ ପ୍ରବେଶ କଲେ ଓ ସିଂହଦ୍ୱାର ଦେଇ ପ୍ରସ୍ଥାନ କଲେ ତାହା ସମସ୍ତଙ୍କୁ ଚକିତ କରିଛି। ଉକ୍ତ ଭିଡିଓରେ ଯାହା ଜଣାପଡୁଛି, ବିଦେଶୀ ଭକ୍ତ ଜଣଙ୍କ ସିଂହଦ୍ୱାର ଦେଇ ଶ୍ରୀମନ୍ଦିର ପରିସରକୁ ଯାଇଥିଲେ। ତେବେ କିଛି ବାଟ ଯିବା ପରେ ତାଙ୍କୁ ବାରଣ କରାଯାଇଥିଲା। ଫଳରେ ସେ ଅଧା ରାସ୍ତାରୁ ବାହାରକୁ ଚାଲି ଆସିଥିଲେ। ଏହି ଘଟଣା ଏବେ ଶ୍ରୀମନ୍ଦିର ପ୍ରଶାସନ ଓ ପୋଲିସ ପାଇଁ ଚିନ୍ତାର ବିଷୟ ପାଲଟିଛି।
ଏ ନେଇ ବରିଷ୍ଠ ସେବାୟତ ବିନାୟକ ଦାସ ମହାପାତ୍ର କହିଛନ୍ତି, ଉକ୍ତ ଘଟଣା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ଦାୟୀ। ପ୍ରଶାସନ ଶ୍ରୀମନ୍ଦିର ଦ୍ୱାର ବନ୍ଦ କରିବା କାରଣରୁ ଗହଳି ହେଉଛି, ଫଳରେ ଏପରି ଘଟଣା ଘଟୁଛି। ତେଣୁ ପୂର୍ବଭଳି ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଗଲେ ଏଭଳି ସମସ୍ୟା ଦୂର ହେବ। ପୋଲିସ ଯଦି ସମ୍ଭାଳି ପାରୁନାହିଁ ତେବେ ଛତିଶା ନିଯୋଗକୁ ଦାୟିତ୍ୱ ଦେବା ଉଚିତ। ପ୍ରଶାସନ କେବଳ ଭିଆଇପିଙ୍କ ପାଇଁ ବ୍ୟବସ୍ଥା କରୁଛି, ଯେଉଁଥିପାଇଁ ସେବାୟତଙ୍କଠାରୁ ଆରମ୍ଭ କରି ଭକ୍ତ ହଇରାଣ ହେଉଛନ୍ତି। ତେବେ ଆଜିର ଘଟଣା ପାଇଁ ଦାୟିତ୍ୱରେ ଥିବା ଅଧିକାରୀ ଦାୟୀ ବୋଲି ସେ କହିଛନ୍ତି। ସେହିପରି ଶ୍ରୀଜଗନ୍ନାଥ ପରିଷଦର ଆବାହକ ସୂର୍ଯ୍ୟ ନାରାୟଣ ରଥ କହିଛନ୍ତି, ଶ୍ରୀମନ୍ଦିର ଚାରିପାଖରେ ଏତେ ସଂଖ୍ୟକ ପୋଲିସ ନିୟୋଜିତ ଥାଇ ଏଭଳି ଘଟଣା କିପରି ଘଟୁଛି ତାହା ବୁଝାପଡୁନାହିଁ। ଏହି ଘଟଣା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଏବଂ ରାଜ୍ୟ ସରକାର ଦାୟୀ। ଅନ୍ୟପକ୍ଷରେ ଏ ନେଇ ଶ୍ରୀମନ୍ଦିର ପ୍ରଶାସନର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?