ଶ୍ରୀମନ୍ଦିରରେ ପଶିଲେ ବିଦେଶୀ, ସୁରକ୍ଷା ଉପରେ ପୁଣି ପ୍ରଶ୍ନବାଚୀ

ପୁରୀ ଅଫିସ, ୨୬ା୧: ଶ୍ରୀମନ୍ଦିର ସୁରକ୍ଷା ଉପରେ ପୁଣି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବୁଧବାର ଅପରାହ୍ନରେ ଜଣେ ବିଦେଶୀ ନାଗରିକ ହାତରେ ବ୍ୟାଗ ଧରି ଶ୍ରୀମନ୍ଦିର ପରିସରରୁ ବାହାରୁଥିବା ଦେଖିବାକୁ ମିଳିଥିଲା। ଏହାର ଏକ ଭିଡିଓ ସାମ୍ନାକୁ ଆସିଛି। ତେବେ କଡ଼ା ସୁରକ୍ଷା ଓ ଯାଞ୍ଚ ବ୍ୟବସ୍ଥା ସତ୍ତ୍ୱେ ସମ୍ପୃକ୍ତ ବିଦେଶୀ ନାଗରିକ କିପରି ଶ୍ରୀମନ୍ଦିରକୁ ପ୍ରବେଶ କଲେ ଓ ସିଂହଦ୍ୱାର ଦେଇ ପ୍ରସ୍ଥାନ କଲେ ତାହା ସମସ୍ତଙ୍କୁ ଚକିତ କରିଛି। ଉକ୍ତ ଭିଡିଓରେ ଯାହା ଜଣାପଡୁଛି, ବିଦେଶୀ ଭକ୍ତ ଜଣଙ୍କ ସିଂହଦ୍ୱାର ଦେଇ ଶ୍ରୀମନ୍ଦିର ପରିସରକୁ ଯାଇଥିଲେ। ତେବେ କିଛି ବାଟ ଯିବା ପରେ ତାଙ୍କୁ ବାରଣ କରାଯାଇଥିଲା। ଫଳରେ ସେ ଅଧା ରାସ୍ତାରୁ ବାହାରକୁ ଚାଲି ଆସିଥିଲେ। ଏହି ଘଟଣା ଏବେ ଶ୍ରୀମନ୍ଦିର ପ୍ରଶାସନ ଓ ପୋଲିସ ପାଇଁ ଚିନ୍ତାର ବିଷୟ ପାଲଟିଛି।
ଏ ନେଇ ବରିଷ୍ଠ ସେବାୟତ ବିନାୟକ ଦାସ ମହାପାତ୍ର କହିଛନ୍ତି, ଉକ୍ତ ଘଟଣା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ଦାୟୀ। ପ୍ରଶାସନ ଶ୍ରୀମନ୍ଦିର ଦ୍ୱାର ବନ୍ଦ କରିବା କାରଣରୁ ଗହଳି ହେଉଛି, ଫଳରେ ଏପରି ଘଟଣା ଘଟୁଛି। ତେଣୁ ପୂର୍ବଭଳି ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଗଲେ ଏଭଳି ସମସ୍ୟା ଦୂର ହେବ। ପୋଲିସ ଯଦି ସମ୍ଭାଳି ପାରୁନାହିଁ ତେବେ ଛତିଶା ନିଯୋଗକୁ ଦାୟିତ୍ୱ ଦେବା ଉଚିତ। ପ୍ରଶାସନ କେବଳ ଭିଆଇପିଙ୍କ ପାଇଁ ବ୍ୟବସ୍ଥା କରୁଛି, ଯେଉଁଥିପାଇଁ ସେବାୟତଙ୍କଠାରୁ ଆରମ୍ଭ କରି ଭକ୍ତ ହଇରାଣ ହେଉଛନ୍ତି। ତେବେ ଆଜିର ଘଟଣା ପାଇଁ ଦାୟିତ୍ୱରେ ଥିବା ଅଧିକାରୀ ଦାୟୀ ବୋଲି ସେ କହିଛନ୍ତି। ସେହିପରି ଶ୍ରୀଜଗନ୍ନାଥ ପରିଷଦର ଆବାହକ ସୂର୍ଯ୍ୟ ନାରାୟଣ ରଥ କହିଛନ୍ତି, ଶ୍ରୀମନ୍ଦିର ଚାରିପାଖରେ ଏତେ ସଂଖ୍ୟକ ପୋଲିସ ନିୟୋଜିତ ଥାଇ ଏଭଳି ଘଟଣା କିପରି ଘଟୁଛି ତାହା ବୁଝାପଡୁନାହିଁ। ଏହି ଘଟଣା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଏବଂ ରାଜ୍ୟ ସରକାର ଦାୟୀ। ଅନ୍ୟପକ୍ଷରେ ଏ ନେଇ ଶ୍ରୀମନ୍ଦିର ପ୍ରଶାସନର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଫେରାର କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

କାଳିଆ ପାଣି,୧୬।୪:(ଅସିତ ମହାନ୍ତ): ଯାଜପୁର ଜିଲା କାଳିଆପାଣି ଥାନା ଅଧୀନ ପାନାସିଆ ଗାଁର ଜଣେ ବିଚାରଧୀନ ଫେରାର କଏଦୀଙ୍କ ମଙ୍ଗଳବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ପଟ୍ଟାଙ୍ଗି,୧୬।୦୪(ଶରତ ଧଳ): କୋରାପୁଟ ଲୋକ ସଭା ଅଧିନସ୍ଥ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀକୁ ହାତେଇବା ପାଇଁ ତିନି ଦଳ ମଧ୍ୟରେ ଆଗଭର ଦେଖାଦେଇଛି। ଏଥିପାଇଁ ଦଳୀୟ କର୍ମୀଙ୍କ...

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ...

ସାଙ୍ଗରେ ପ୍ରଚାର କରୁଛନ୍ତି ଅରୂପ, ରୁଦ୍ର

ପୁରୀ,୧୬।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନେତାଙ୍କ ପ୍ରଚାର ମଧ୍ୟ ଜୋର ଧରିଛି। ଏହି ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ସୋମବାର ପୁରୀ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ...

ସିରିଜ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଏନଏଚ ୨୦ର ଧୃପଦା ନିକଟରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ...

ସହରରେ ପଶିଲା ବାର୍‌ହା, ବଢିଲା ଭୟ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜିଲା କୋର୍ଟ ନିକଟ ମାର୍କେଟ କମ୍ପ୍ଲେକ୍ସର ଆପୋଲ ମେଡିସିନ ଦୋକାନ ଭିତରେ ମଙ୍ଗଳବାର ଏକ ବଣୁଆ ବାର୍‌ହା ହଠାତ୍‌...

ଜଙ୍ଗଲ ଜମିରୁ ମୋରମ ଲୁଟ୍‌

କୋରେଇ,୧୬।୪(ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ରଗ ଅଞ୍ଚଳରେ ଦିନକୁ ଦିନ ରାଜସ୍ବ ଲୁଟ୍‌ ବୃଦ୍ଧି ପାଉଛି । ନିକଟସ୍ଥ ଜଙ୍ଗଲ ଜମିରୁ ମୋରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri