ପୁଣି ସୁରକ୍ଷା ବ୍ୟବସ୍ଥା ଢିଲା: ଶ୍ରୀମନ୍ଦିରରେ ପଶିଲେ ବିଦେଶିନୀ

ପୁରୀ,୨୩ା୩(ଅଜିତ ମହାନ୍ତି): ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ଢିଲା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ବାହାରେ ଓ ଭିତରେ ଶହଶହ ପୋଲିସ ନିୟୋଜିତ ଥିବା ବେଳେ ଶନିବାର ପୂର୍ବାହ୍ନରେ ଜଣେ ବିଦେଶୀ ମହିଳା ଶ୍ରୀମନ୍ଦିରରେ ପ୍ରବେଶ କରିଥିବା ଜଣାପଡ଼ିଛି। ଯାହାକୁ ନେଇ ସେବାୟତମାନଙ୍କଠାରୁ ଆରମ୍ଭ କରି ଜଗନ୍ନାଥ ପ୍ରେମୀମାନେ ପୋଲିସର ସୁରକ୍ଷା ବ୍ୟବସ୍ଥା ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ବିଦେଶିନୀଙ୍କ ସହ ଜଣେ ଯୁବକ ଶ୍ରୀମନ୍ଦିରରେ ପ୍ରବେଶ କରିଥିବା ବେଳେ ବାଇଶି ପାହାଚଠାରେ ସେବାୟତମାନେ ବିଦେଶିନୀଙ୍କୁ ଚିହ୍ନଟ କରିଥିଲେ। ପରେ ସିଂହଦ୍ୱାର ପୋଲିସ ଖବର ପାଇ ଉକ୍ତ ବିଦେଶିନୀ ଓ ଯୁବକଙ୍କୁ ନେଇ ଥାନାରେ ଅଟକ ରଖିଥିଲା। ଏ ନେଇ ଅତିରିକ୍ତ ଏସି ସୁଶୀଲ କୁମାର ମିଶ୍ର କହିଛନ୍ତି, କି ଶ୍ରୀମନ୍ଦିର ମଧ୍ୟକୁ ଅନ୍ୟ ଧର୍ମର ଲୋକ ପ୍ରବେଶ ନ ଥିବା ସେମାନେ ଜାଣି ନ ଥିବା କହିଛନ୍ତି। ସେମାନେ ଏକ ଗ୍ରୁପରେ ଭାରତ ଭ୍ରମଣରେ ଆସିଛନ୍ତି। ତେବେ ସେମାନଙ୍କୁ ପଚାରଉଚରା କରାଯିବା ସହ ସେମାନଙ୍କ ପାସପୋର୍ଟ ଯାଞ୍ଚ କରାଯାଉଛି। ତେବେ ଏପରି ଘଟଣା ବାରମ୍ବାର ହେଉଥିଲେ ମଧ୍ୟ ପୋଲିସର କାର୍ଯ୍ୟଦକ୍ଷତା ନେଇ ସାଧାରଣରେ କ୍ଷୋଭ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

ଗଣେଶ ପୂଜା-ନୂଆଁଖାଇ, ପୌରକେଲାରେ ସ୍ୱଚ୍ଛତା ଅଭିଯାନ

କର୍ଲାମୁଣ୍ଡା,୧୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଳା ନୂଆଁଖାଇ ପର୍ବ ଅବସରରେ ପୌରକେଲା ଗ୍ରାମର ମା ସୁନାମୁଖୀ ଯୁବ ସଂଗଠନ ପକ୍ଷରୁ ରବିବାର ଏକ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?