ରାଶନ କାର୍ଡରୁ ବିଦେଶୀଙ୍କ ନାଁ କଟିବ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୮।୪: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ରାଶନ କାର୍ଡରୁ ବିଦେଶୀଙ୍କ ନାଁ କଟିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ଓଡ଼ିଶାରେ ଅନୁପ୍ରବେଶ କରି ପାକିସ୍ତାନୀ, ବାଂଲାଦେଶୀ ରାଶନ କାର୍ଡ ହାତେଇଛନ୍ତି। ସେମାନଙ୍କୁ ଚିହ୍ନଟ କରି ନାଁ କାଟିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ମନ୍ତ୍ରୀ ପ୍ରକାଶ କରିଛନ୍ତି।

ପହଲ୍‌ଗାମ ଘଟଣାରେ କେବଳ ଭାରତ ନୁହେଁ ସାରା ବିଶ୍ୱରେ ଚହଳ ପଡିଛି। ଏଥିରେ ୨୬ ନିରୀହ ପର୍ଯ୍ୟଟକଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପରେ ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି ଆକ୍ରମଣର ଦାୟିତ୍ୱ ପାକିସ୍ତାନ ଆଧାରିତ ‘ଦି ରେସିଷ୍ଟାନ୍ସ ଫ୍ରଣ୍ଟ (ଟିଆର୍‌ଏଫ)’, ଲସ୍କର-ଏ-ତୋଇବାର ଏକ ଶାଖା ନେଇଥିବା ବେଳେ, ପାକିସ୍ତାନ ସେନା ନିକଟରେ ଜମ୍ମୁ ଓ କଶ୍ମୀରର ବିଭିନ୍ନ ଅଞ୍ଚଳରେ ନିୟନ୍ତ୍ରଣ ରେଖା (ଏଲଓସି) ନିକଟରେ ଗୁଳିମାଡ଼ ଆରମ୍ଭ କରିଛି। ଭାରତୀୟ ସେନା ମଧ୍ୟ ଏହାର କଡ଼ା ଜବାବ ଦେଇଛି।

ପହଲଗାମ ଆତଙ୍କବାଦୀ ଘଟଣାକୁ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ପାକିସ୍ତାନ ନାଗରିକଙ୍କ ଭିଜା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିଜ ରାଜ୍ୟରେ ଥିବା ପାକ ନାଗରିକଙ୍କୁ ଚିହ୍ନଟ କରି ତାଙ୍କର ଭିଜା ବନ୍ଦ କରି ତୁରନ୍ତ ରାଜ୍ୟରୁ ବାହାର କରିବାକୁ ଶାହା କହିଛନ୍ତି।

ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ୧୨ଜଣ ପାକିସ୍ତାନୀ ନାଗରିକ ରହିଛନ୍ତି ବୋଲି ସୂଚନା ମିଳିଛି। କେନ୍ଦ୍ର ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶ ପରେ ସେମାନଙ୍କୁ ବିଦା କରାଯିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?