ବନାଞ୍ଚଳରେ ବେଧଡ଼କ ଚାଲିଛି ଜଙ୍ଗଲ କଟା, ବନବିଭାଗ ଚୁପ୍‌

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ବେଧଡ଼କ ଚାଲିଛି ଜଙ୍ଗଲ କଟା। ଏବେ ଚାରିଆଡ଼େ ଜଙ୍ଗଲ ଏକ ପ୍ରକାର ବିପଦରେ ପଡ଼ିଥିବାବେଳେ ବନାଞ୍ଚଳର କର୍ମଚାରୀ ନୀରବଦ୍ରଷ୍ଟା ସାଜିଛନ୍ତି। ଜଙ୍ଗଲ ଆଉ ପାହାଡ଼ ଲଣ୍ଡା ହେବାରେ ଲାଗିଛି। ବଡ଼ବଡ଼ ଶାଳ ଗଛ କାଟି ଏକ ପୋଲ ନିର୍ମାଣ କାର୍ଯ୍ୟରେ ନିୟୋଜିତ କରାଯାଇଛି। ଏଥିପାଇଁ ଠିକାସଂସ୍ଥା ଆଉ ବନ ବିଭାଗ ଜଙ୍ଗଲକୁ ସଫା କରିବା ପାଇଁ ସରକାରଙ୍କ ସବୁ ନିୟମକୁ ଫୁ କରିଦେଇଛନ୍ତି।
ପ୍ରକାଶ ଯେ, ଉକ୍ତ ବନାଞ୍ଚଳ କିରିକୁଟି ପଞ୍ଚାୟତର ବୁରାଙ୍ଗିଆକୁ ସଂଯୋଗ କରିବା ପାଇଁ ବୁଡ଼ାଗୁଡ଼ାଠାରୁ ବୁରାଙ୍ଗିଆକୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ କରାଯାଉଛି। ଉକ୍ତ ରାସ୍ତାରେ ଏକାଧିକ ପୋଲ ନିର୍ମାଣ କାର୍ଯ୍ୟ ଚାଲିଛି। ଗୋଟିଏ ପୋଲ ନିର୍ମାଣରେ ଶତାଧିକ ଶାଳ ଗଛକୁ କଟାଯାଇ ସଟରିଂରେ ବ୍ୟବହାର କରାଯାଇଛି। ଉକ୍ତ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟଟି ଦୁର୍ଗମ ଓ ଜଙ୍ଗଲ ଦେଇ ଯାଇଥିବାରୁ ନିକଟସ୍ଥ ଜଙ୍ଗଲରୁ ବହୁ ମୂଲ୍ୟବାନ ଶାଳ ଗଛକୁ କାଟି ଆଣି ପୋଲ କାର୍ଯ୍ୟରେ ବ୍ୟବହାର କରାଯାଇଛି। ଲକ୍ଷାଧିକ ଟଙ୍କା ମୂଲ୍ୟର କାଠକୁ ଚୋରାଚାଲାଣ କରାଯାଇ ବ୍ୟବହାର କରାଯାଉଥିଲେ ମଧ୍ୟ ଜଙ୍ଗଲ ସୁରକ୍ଷାରେ ରହିଥିବା ଜଙ୍ଗଲ ବିଭାଗ ନୀରବ ସାଜିଥିବା ଓ ଏତେ ବଡ଼ ସଂରକ୍ଷିତ ଜଙ୍ଗଲକୁ ଠିକାସଂସ୍ଥା ନଷ୍ଟ କରୁଥିଲେ ମଧ୍ୟ କିଭଳି ବିଭାଗ ନୀରବ ବସିଛି ସେ ନେଇ ଏବେ ଜଙ୍ଗଲ ଓ ପରିବେଶ ପାଇଁ ଚିନ୍ତା କରୁଥିବା ବୁଦ୍ଧିଜୀବୀ ମହଲରେ ଉଦ୍‌ବେଗ ପ୍ରକାଶ ପାଇଛି ।
ଉକ୍ତ ପୋଲରେ ଶାଳ କାଠ ବ୍ୟବହାର ହୋଇଛି ତାହା ନୁହଁ ରାସ୍ତା ସମ୍ପ୍ରସାରଣ ବେଳେ ବେଧଡ଼କ ରାସ୍ତାକୁ ଏକାଧିକ ସ୍ଥାନରେ ଓସାରିଆ କଟାଯାଇଛି। ଫଳରେ ଅନେକ ଗଛ ବଳି ପଡ଼ିଛି। ସେହିପରି ଏବେ ସଟରିଂ ପାଇଁ ଆହୁରି କାଠର ଆବଶ୍ୟକତା ପଡ଼ିବାରୁ ଜଙ୍ଗଳରୁ ଶାଳକାଠ ଓ ଅନ୍ୟାନ୍ୟ କାଠ କଟାଯାଇ ବୁଡ଼ାଗୁଡାଠାରୁ ବୁରାଙ୍ଗିଆ ମଧ୍ୟରେ ଅନେକ ସ୍ଥାନରେ କଟାଯାଇଥିବା କାଠ ଟ୍ରାକ୍ଟରରେ ପୋଲ ନିକଟକୁ ଅଣାଯିବା ପାଇଁ ଗଦାଗଦା କରି ରଖାଯାଇଛି। ଏନେଇ ଉକ୍ତ ବନାଞ୍ଚଳ ସିମନବାଡ଼ି ସେକ୍ସନର ବନପାଳ ବନିତା ପ୍ରଧାନଙ୍କୁ ଫୋନ୍‌ ଯୋଗେ ଯୋଗାଯୋଗ କରାଯିବାରୁ ସେ ଓ ବନାଞ୍ଚଳ ଅଧିକାରୀ ଘଟଣାସ୍ଥଳକୁ ଶୁଣିକି ଯାଇଥିଲୁ ଠିକାସଂସ୍ଥାର ମାଲିକଙ୍କୁ ଫୋନ୍‌ ଯୋଗେ ଯୋଗାଯୋଗ କରିବାକୁ ଉଦ୍ୟମ କରିଥିଲି, ତାଙ୍କ ସହ କଥା ହେଲା ପରେ ଜଣାଇବୁ ବୋଲି ବୋଲି କହିବା ସହ ଏହି ସଂକ୍ରାନ୍ତରେ ସେ କୌଣସି ସନ୍ତୋଷଜନକ ଉତ୍ତର ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଓକିଲ ସଂଘ ନିର୍ବାଚନ: ସଭାପତି ହେଲେ ନିର୍ବାଚନ କେଶରୀ ଭୋଇ…

ଜି.ଉଦୟଗିରି,୨୯।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): ସ୍ଥାନୀୟ ଜେଏମଏଫସି କୋର୍ଟ ପରିସରରେ ଶନିବାର ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଇନଜୀବୀ ରାମାରାଓ ନାୟକ…

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri