୫ ଗ୍ରାମବାସୀଙ୍କୁ ଗିରଫ କଲା ବନ ବିଭାଗ

ବାରିପଦା ଅଫିସ,୨୫ା୩: ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧୀନ ହଳଦୀବଣି ସେକ୍ସନ ଜଡ଼ିପାଳ ଅଞ୍ଚଳରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବେଆଇନ ଗଛ କଟାଯିବା ଘଟଣାରେ ବନବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଉକ୍ତ ଘଟଣାରେ ୫ଜଣ ଗ୍ରାମବାସୀଙ୍କୁ ବାରିପଦା ବନ ବିଭାଗ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ କୁଳିଅଣା ଥାନା ଅନ୍ତର୍ଗତ ଝିନେଇ ଗ୍ରାମର ବାଙ୍କ ବିହାରୀ ସିଂ(୪୫), ଗୌର ସିଂ(୩୨), ଗୋପାଳ ସିଂ(୩୫), ସୋମନାଥ ସିଂ(୩୨) ଓ ଚୈତନ ସିଂ(୩୩)।
ସୂଚନା ଅନୁଯାୟୀ, ଶିମିଳିପାଳ ପାଦଦେଶ ଅଞ୍ଚଳର ଜଡ଼ାପାଳ-ଝିନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ରାସ୍ତାର ପ୍ରଶସ୍ତିକରଣ କାର୍ଯ୍ୟ ଚାଲୁ ରହିଥିଲା। ରାସ୍ତା ପାଶର୍‌ବରେ ରାତି ଅଧିଆ ମେସିନ ଦ୍ବାରା ବ୍ୟାପକ ଭାବେ ୬୭ଗୋଟି ଗଛ କଟାଯାଇଥିଲା। ପରେ ବନ ବିଭାଗ ପକ୍ଷରୁ ଘଟଣାସ୍ଥଳରୁ ୧୩୦ ଖଣ୍ଡ କାଠଗଣ୍ଡି ଜବତ କରାଯାଇ ଜଙ୍ଗଲ ଆଇନ ଖିଲାପ କରାଯାଇଥିବା ନେଇ ମାମଲା ରୁଜୁ ହୋଇଥିଲା। ଏସିଏଫଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ କରାଯାଇ ତଦନ୍ତ କରାଯାଇ ନୋଟିସ୍‌ ଜାରି କରାଯାଇଥିଲା। ତଦନ୍ତ ରିପୋର୍ଟ ଅନୁଯାୟୀ ପାଞ୍ଚ ଗ୍ରାମବାସୀ ଗିରଫ କରାଯାଇଛି ବୋଲି ବାରିପଦା ରେଞ୍ଜର ଲକ୍ଷ୍ମୀଧର ବେହେରା ସୂଚନା ଦେଇଛନ୍ତି। ଗଛ କାଟିବା ନେଇ ଠିକାଦାରଙ୍କୁ କୌଣସି ପ୍ରକାର ନିର୍ଦ୍ଦେଶ ଦେଇ ନ ଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଅଧିକାରୀ ଇଂ ଅଶ୍ୱନୀ ଦଣ୍ଡପାଟ କହିଛନ୍ତି। ତେବେ କେଉଁ କାରଣ ପାଇଁ କାହା ନିର୍ଦ୍ଦେଶରେ ଗଛ କଟାଗଲା ସେନେଇ ଠିକାଦାରଙ୍କୁ ତଦନ୍ତ ପରିସର ଭୁକ୍ତ କରିବା ଆବଶ୍ୟକତା ରହିଛି। ଘଟଣାରେ ଠିକାଦାରଙ୍କ ସମ୍ପୃକ୍ତି ନେଇ ବିଭାଗୀୟ ତଦନ୍ତ ପ୍ରକ୍ରିୟା ଜାରି ରହିଛି ବୋଲି ବାରିପଦା ବନଖଣ୍ଡ ଅଧିକାରୀ ସନ୍ତୋଷ କୁମାର ଯୋଶୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri