Odisha Elections 2024

୫ ଗ୍ରାମବାସୀଙ୍କୁ ଗିରଫ କଲା ବନ ବିଭାଗ

ବାରିପଦା ଅଫିସ,୨୫ା୩: ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧୀନ ହଳଦୀବଣି ସେକ୍ସନ ଜଡ଼ିପାଳ ଅଞ୍ଚଳରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବେଆଇନ ଗଛ କଟାଯିବା ଘଟଣାରେ ବନବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଉକ୍ତ ଘଟଣାରେ ୫ଜଣ ଗ୍ରାମବାସୀଙ୍କୁ ବାରିପଦା ବନ ବିଭାଗ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ କୁଳିଅଣା ଥାନା ଅନ୍ତର୍ଗତ ଝିନେଇ ଗ୍ରାମର ବାଙ୍କ ବିହାରୀ ସିଂ(୪୫), ଗୌର ସିଂ(୩୨), ଗୋପାଳ ସିଂ(୩୫), ସୋମନାଥ ସିଂ(୩୨) ଓ ଚୈତନ ସିଂ(୩୩)।
ସୂଚନା ଅନୁଯାୟୀ, ଶିମିଳିପାଳ ପାଦଦେଶ ଅଞ୍ଚଳର ଜଡ଼ାପାଳ-ଝିନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ରାସ୍ତାର ପ୍ରଶସ୍ତିକରଣ କାର୍ଯ୍ୟ ଚାଲୁ ରହିଥିଲା। ରାସ୍ତା ପାଶର୍‌ବରେ ରାତି ଅଧିଆ ମେସିନ ଦ୍ବାରା ବ୍ୟାପକ ଭାବେ ୬୭ଗୋଟି ଗଛ କଟାଯାଇଥିଲା। ପରେ ବନ ବିଭାଗ ପକ୍ଷରୁ ଘଟଣାସ୍ଥଳରୁ ୧୩୦ ଖଣ୍ଡ କାଠଗଣ୍ଡି ଜବତ କରାଯାଇ ଜଙ୍ଗଲ ଆଇନ ଖିଲାପ କରାଯାଇଥିବା ନେଇ ମାମଲା ରୁଜୁ ହୋଇଥିଲା। ଏସିଏଫଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ କରାଯାଇ ତଦନ୍ତ କରାଯାଇ ନୋଟିସ୍‌ ଜାରି କରାଯାଇଥିଲା। ତଦନ୍ତ ରିପୋର୍ଟ ଅନୁଯାୟୀ ପାଞ୍ଚ ଗ୍ରାମବାସୀ ଗିରଫ କରାଯାଇଛି ବୋଲି ବାରିପଦା ରେଞ୍ଜର ଲକ୍ଷ୍ମୀଧର ବେହେରା ସୂଚନା ଦେଇଛନ୍ତି। ଗଛ କାଟିବା ନେଇ ଠିକାଦାରଙ୍କୁ କୌଣସି ପ୍ରକାର ନିର୍ଦ୍ଦେଶ ଦେଇ ନ ଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଅଧିକାରୀ ଇଂ ଅଶ୍ୱନୀ ଦଣ୍ଡପାଟ କହିଛନ୍ତି। ତେବେ କେଉଁ କାରଣ ପାଇଁ କାହା ନିର୍ଦ୍ଦେଶରେ ଗଛ କଟାଗଲା ସେନେଇ ଠିକାଦାରଙ୍କୁ ତଦନ୍ତ ପରିସର ଭୁକ୍ତ କରିବା ଆବଶ୍ୟକତା ରହିଛି। ଘଟଣାରେ ଠିକାଦାରଙ୍କ ସମ୍ପୃକ୍ତି ନେଇ ବିଭାଗୀୟ ତଦନ୍ତ ପ୍ରକ୍ରିୟା ଜାରି ରହିଛି ବୋଲି ବାରିପଦା ବନଖଣ୍ଡ ଅଧିକାରୀ ସନ୍ତୋଷ କୁମାର ଯୋଶୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ

ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି...

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

ପ୍ରଚାର ଶେଷଦିନରେ କମାଲ ଦେଖାଇଲା ବିଜେଡି

ପୁରୁଷୋତ୍ତମପୁର,୧୮ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଥିବା ବେଳେ ଏଥିଲାଗି ଶନିବାର ପ୍ରଚାର ଶେଷ ହୋଇଛି।...

ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଦକ୍ଷିଣାଞ୍ଚଳ ମହାନିର୍ଦ୍ଦେଶକ ଜୟନାରାୟଣ ପଙ୍କଜ ଏହି ଟିମ୍‌କୁ ତଦାରଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri