ବନ ବିଭାଗର ବର୍ବରତା: ଗଣମାଧ୍ୟମରେ ଖବର ପ୍ରକାଶ ପରେ ଓଡ଼ିଶା ମାନବାଧିକାର କମିଶନଙ୍କ ହସ୍ତକ୍ଷେପ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଅଭୟାରଣ୍ୟ ସଂଲଗ୍ନ ତେନ୍ତୁଳିପଦର ଗ୍ରାମରେ ଜଣେ ପଟ୍ଟାଧାରୀ ଆଦିବାସୀଙ୍କୁ ବନ ବିଭାଗ କର୍ମଚାରୀଙ୍କ ଦ୍ୱାରା ଅମାନୁଷିକ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଥିବା ବେଳେ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଏବେ ଓଡ଼ିଶା ମାନବାଧିକାର କମିଶନ (OHRC) ଏହି ମାମଲାରେ ହସ୍ତକ୍ଷେପ କରିଛନ୍ତି।

ଅଭିଯୋଗ ଅନୁଯାୟୀ, ଗତ ୧୦ ତାରିଖ ଦିନ ତେନ୍ତୁଳିପଦର ଗ୍ରାମର ବୁଦୁ ମାଝୀ, ସୁଶାନ୍ତ ମାଝୀ ଏବଂ ବାଡ଼ି ମାଝୀ ନିଜ ପୈତୃକ ଚାଷ ଜମି ସଫା କରୁଥିବା ବେଳେ କର୍ଲାପାଟ ରେଞ୍ଜର ବନ କର୍ମଚାରୀମାନେ ସେଠାରେ ପହଞ୍ଚିଥିଲେ। ଜଙ୍ଗଲରେ ନିଆଁ ଲଗାଇବା ଭଳି ମିଥ୍ୟା ଅଭିଯୋଗ ଆଣି ସେମାନଙ୍କୁ କାବୁ କରାଯାଇ ପ୍ରାୟ ୪୮ ଘଣ୍ଟା କାଳ ବେଆଇନ ଭାବେ ଅଟକ ରଖାଯାଇଥିଲା। ଏହି ସମୟ ମଧ୍ୟରେ ସେମାନଙ୍କୁ ଲାଠି ଓ ଅନ୍ୟାନ୍ୟ ଶକ୍ତ ବସ୍ତୁରେ ନିର୍ଧୁମ ମାଡ଼ ମରାଯାଇଥିବା ବେଳେ ଜାତିଗତ ଆକ୍ଷେପ ଏବଂ ଅତ୍ୟନ୍ତ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରାଯାଇଥିବା ପୀଡ଼ିତମାନେ ପ୍ରକାଶ କରିଛନ୍ତି। ଏହି ନିର୍ଯାତନାରେ ଫରେଷ୍ଟର ବିଜୟ କୁମାର ଗୋପାଳ ଏବଂ ଗାର୍ଡ ଶେଷଦେବ ନାଏକ ସିଧାସଳଖ ସାମିଲ ଥିବା ନେଇ ଥାନାରେ ଲିଖିତ ଅଭିଯୋଗ ହୋଇଛି।

ପୀଡ଼ିତ ଆଦିବାସୀମାନେ ଜେଲରୁ ଜାମିନରେ ମୁକୁଳିବା ପରେ ପ୍ରଥମେ କର୍ଲାପାଟ ଥାନାର ଦ୍ୱାରସ୍ଥ ହୋଇ ଏଫ୍‌ଆଇଆର୍ ପ୍ରଦାନ କରିଥିଲେ। ତେବେ ପୋଲିସର ପ୍ରାଥମିକ ପ୍ରକ୍ରିୟା ଜାରି ରହିଥିବା ବେଳେ ବିଭିନ୍ନ ଗଣମାଧ୍ୟମରେ ଏହି ସମ୍ବେଦନଶୀଳ ଖବର ଗୁରୁତ୍ୱର ସହ ପ୍ରକାଶ ପାଇଥିଲା। ପୀଡ଼ିତଙ୍କ ଶରୀରରେ ଥିବା କ୍ଷତ ଚିହ୍ନ ଏବଂ ବନ ବିଭାଗର ଏଭଳି ବେଆଇନ କାର୍ଯ୍ୟ ସମ୍ପର୍କିତ ରିପୋର୍ଟ ମାନବାଧିକାର କର୍ମୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ପରିଣାମସ୍ୱରୂପ, ମାନବାଧିକାର କର୍ମୀ ଦିଲ୍ଲୀପ କୁମାର ଦାସଙ୍କ ଜରିଆରେ ଏହି ମାମଲା ଓଡ଼ିଶା ମାନବାଧିକାର କମିଶନଙ୍କ ନିକଟରେ ପହଞ୍ଚିଥିଲା। କମିଶନ ଏହି ଘଟଣାକୁ ଅତ୍ୟନ୍ତ ଗୁରୁତର ସହ ଗ୍ରହଣ କରି ଏକ ମାମଲା (Diary No- 266/IN/2026) ରୁଜୁ କରିଛନ୍ତି।

ଜଙ୍ଗଲ ଅଧିକାର ଆଇନ ଅନୁସାରେ ପଟ୍ଟା ପାଇଥିବା ସତ୍ତ୍ୱେ ଜଙ୍ଗଲ ବିଭାଗର ଏଭଳି ଦମନମୂଳକ କାର୍ଯ୍ୟାନୁଷ୍ଠାନକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି। ସରକାରୀ ନିୟମର ଉଲ୍ଲଂଘନ ସହ ମାନବିକ ଅଧିକାରକୁ କ୍ଷୁଣ୍ଣ କରାଯାଇଥିବାରୁ ଦୋଷୀ ବନ କର୍ମଚାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି। ବର୍ତ୍ତମାନ ମାନବାଧିକାର କମିଶନଙ୍କ ହସ୍ତକ୍ଷେପ ପରେ ପୀଡ଼ିତମାନେ ନ୍ୟାୟ ପାଇବେ ବୋଲି ଆଶା ବାନ୍ଧିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri