ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ ଉତ୍ତେଇପୂର୍ ଠାରେ କିଛି ଦିନ ଧରି ବେଆଇନ ଭାବେ ଚାଲିଥିବା କରତକଳ ଉପରେ ଧାମନଗର ବନ ବିଭାଗ ଗୁରୁବାର ସକାଳୁ ଚଢ଼ାଉ କରିଛି । ତେବେ ବେଆଇନ କରତ କଳରୁ ପୁଣ୍ଟିଆ, ଜାମୁ, ଶିରୀଶ କାଠ ଓ ଯନ୍ତ୍ରାଂଶ ଜବତ କରିଛି ।

ଭଦ୍ରକ ଡିଏଫ୍ଓ ସୌଭାଗ୍ୟ କୁମାର ସାହୁଙ୍କ ନିର୍ଦ୍ଦେଶକ୍ରମେ ଭଦ୍ରକ ଏସିଏଫ୍ ସୁମିତ କୁମାର ମହାନ୍ତିଙ୍କ ନେତୃତ୍ୱରେ ଧାମନଗର ବନବିଭାଗ ରେଞ୍ଜର ବବୁଲ ମଲିକ, ଧାମନଗର ଫରେଷ୍ଟର ବସନ୍ତ ମାଝୀ, ଭଣ୍ଡାରିପୋଖରୀ ଫରେଷ୍ଟର କୃଷ୍ଣ ଚନ୍ଦ୍ର ବାସ୍କେ ଓ ଫରେଷ୍ଟ ଗାର୍ଡ ପୀତବାସ ଶଙ୍ଖୁଆ, ଜ୍ୟୋସ୍ନାମୟୀ ପଣ୍ଡା, ଲକ୍ଷ୍ମୀ ହେମ୍ବ୍ରମ, ସୁବାସିନୀ ସାହୁଙ୍କ ସମେତ ଧାମନଗର ପୋଲିସ ସହାୟତାରେ ଆନନ୍ଦପୁର ପଞ୍ଚାୟତର ଉତ୍ତେଇପୁର ଗ୍ରାମରେ ଚାଲୁଥିବା ବେଆଇନ କରତକଳ ଉପରେ ଚଢ଼ାଉ କରିଥିଲେ।

ଜବତ କାଠ ଓ ଯନ୍ତ୍ରାଂଶର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ରେଞ୍ଜର ମଲିକଙ୍କ ସୂତ୍ରରୁ ଜଣାଯାଇଛି । ଚଢ଼ାଉ ସମୟରେ କରତକଳ ମାଲିକ ଫେରାର ହୋଇଯାଇଛନ୍ତି । ବିଭିନ୍ନ ସ୍ଥାନରେ ଚାଲୁଥିବା ବେଆଇନ କରତ କଳ ଉପରେ ତୀକ୍ଷ୍ମ ନଜର ରଖାଯାଇଛି । ପର୍ଯ୍ୟାୟକ୍ରମେ ଏହି ଚଢ଼ାଉ ଜାରି ରହିବ ବୋଲି ରେଞ୍ଜର ବବୁଲ ମଲିକ ସୂଚନା ଦେଇଛନ୍ତି । ସେହିପରି ଧାମନଗର ଓ ଧାମନଗର ଛକରେ ବେଆଇନ କରତ କଳ ଖୁଲମ୍ ଖୋଲା ଚାଲିଛି । ବନ ବିଭାଗ ଏଥିପ୍ରତି ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ସାଧାରଣରେ ମତ ପ୍ରକାଶ ପାଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri