ଶିକାରୀଙ୍କ ଟେର୍‌ ପାଉନି ବନବିଭାଗ

ନୀଳଗିରି, ୨୯।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ୧୦୦ରୁ ଊଦ୍ଧର୍‌ବ ହାତୀ ରହୁଥିବା କୁଲଡ଼ିହା ଅଭୟାରଣ୍ୟ ଦିନେ ହାତୀ ପାଇଁ ସ୍ବତନ୍ତ୍ର ପରିଚୟ ପାଇଥିବା ବେଳେ ଏବେ ହାତୀ ପାଇଁ ବିପଦ ସାଜିଛି। ଗତ ୧୪ମାସ ମଧ୍ୟରେ କ୍ରମାଗତ ଭାବେ ୭ଟି ହାତୀର ମୃତ୍ୟୁ ହୋଇଛି। ଅଭୟାରଣ୍ୟରେ ହାତୀ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। କେତେବେଳେ ଅସୁସ୍ଥତା କାରଣରୁ ତ କେତେବେଳେ ଶିକାରୀଙ୍କ ଦ୍ୱାରା ଯାଉଛି ହାତୀଙ୍କ ଜୀବନ। ଗତ ୪ ଦିନ ପୂର୍ବରୁ ମୃତ ଦନ୍ତା ହାତୀର ଦାନ୍ତ ଉଦ୍ଧାର ହେଲା କିନ୍ତୁ ଶିକାରୀ ଟେର ପାଉନି ବନବିଭାଗ। ସେହିପରି ଅଭୟାରଣ୍ୟ ଅଞ୍ଚଳରେ କେତେକ ବେଆଇନ ଇଟାଭାଟି ତିଆରି କରି ଚୋରାରେ ଖୁଲମ୍‌ଖୁଲା ଚାଲିଥିବା ବେଳେ ପ୍ରଶାସନ ନୀରବ ସାଜିଛି। ଏନେଇ ସୋମବାର ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ କ୍ଷୋଭ ପ୍ରକାଶ କରିବା ସହ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସ୍ପେଶାଲ ପୋଲିସ ବା ସୈନ୍ୟ ବିଭାଗକୁ ଜଗିବାକୁ ଦାୟିତ୍ୱ ଦିଆଯାଉ, ଅଧିକ ସଂଖ୍ୟାରେ ଦକ୍ଷ ଅଫିସର ପୋଷ୍ଟିଂ କରାଯାଉ, ଯେଉଁମାନେ କର୍ତ୍ତବ୍ୟରେ ଅବହେଳା କରିଛନ୍ତି ସେମାନଙ୍କ ବିରୋଧରେ ଦଣ୍ଡ ବିଧାନ କରାଯାଉ ବୋଲି ଦାବି କରିଛନ୍ତି।
ସୂଚନା ଯେ, ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟ ବାବନ୍ଦ ବିଟ ଅଧୀନ କଳମାଚତୁରୀଠାରେ ଗୋଟିଏ ଦନ୍ତା ହାତୀର ଗଳିତ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଦୁଇଟି ଦାନ୍ତ ଲୁଟ୍‌ ହୋଇଥିଲା। ଘଟଣା ସମ୍ପର୍କରେ ତଦନ୍ତ ପାଇଁ ସ୍ପେଶାଲ ଟାକ୍ସ ଫୋର୍ସ, ବାରିପଦା ଆର୍‌ସିସିଏଫ୍‌ ପ୍ରକାଶ ଗୋଗିନାନି, ବାଲେଶ୍ୱର ଡିଏଫ୍‌ଓ ଖୁସବନ୍ତ ସିଂହ, ଏସିଏଫ୍‌ ସୋଭନ ଦିଗନ୍ତ ଚାନ୍ଦ, କୁଲଡ଼ିହା ରେଞ୍ଜର ଅନନ୍ତ କୁମାର ଜେନା ଓ ସ୍ଥାନୀୟ ଫରେଷ୍ଟର ପ୍ରାଣୀ ଚିକିତ୍ସକ ପହଞ୍ଚତ୍ ହାତୀ ମୃତ୍ୟୁର ପ୍ରାଥମିକ ତଦନ୍ତ କରିଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ଜଣାପଡ଼ିବ ବୋଲି କହି ବ୍ୟବଚ୍ଛେଦ କରି ପୋଡ଼ି ଦେଇଥିଲେ। ଦାନ୍ତ ଶିକାରୀ ଲୁଟି ନେଇଥିବା ବେଳେ ଗୋଟିଏ ରାତି ମଧ୍ୟରେ ଦାନ୍ତ ମିଳିବା ଓ ଶିକାରୀଙ୍କ ନାମ ଗୋପନ ରଖିଥିବା ଘଟଣା ନେଇ ଅସନ୍ତୋଷ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri