ନୀଳଗିରି, ୨୯।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ୧୦୦ରୁ ଊଦ୍ଧର୍ବ ହାତୀ ରହୁଥିବା କୁଲଡ଼ିହା ଅଭୟାରଣ୍ୟ ଦିନେ ହାତୀ ପାଇଁ ସ୍ବତନ୍ତ୍ର ପରିଚୟ ପାଇଥିବା ବେଳେ ଏବେ ହାତୀ ପାଇଁ ବିପଦ ସାଜିଛି। ଗତ ୧୪ମାସ ମଧ୍ୟରେ କ୍ରମାଗତ ଭାବେ ୭ଟି ହାତୀର ମୃତ୍ୟୁ ହୋଇଛି। ଅଭୟାରଣ୍ୟରେ ହାତୀ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। କେତେବେଳେ ଅସୁସ୍ଥତା କାରଣରୁ ତ କେତେବେଳେ ଶିକାରୀଙ୍କ ଦ୍ୱାରା ଯାଉଛି ହାତୀଙ୍କ ଜୀବନ। ଗତ ୪ ଦିନ ପୂର୍ବରୁ ମୃତ ଦନ୍ତା ହାତୀର ଦାନ୍ତ ଉଦ୍ଧାର ହେଲା କିନ୍ତୁ ଶିକାରୀ ଟେର ପାଉନି ବନବିଭାଗ। ସେହିପରି ଅଭୟାରଣ୍ୟ ଅଞ୍ଚଳରେ କେତେକ ବେଆଇନ ଇଟାଭାଟି ତିଆରି କରି ଚୋରାରେ ଖୁଲମ୍ଖୁଲା ଚାଲିଥିବା ବେଳେ ପ୍ରଶାସନ ନୀରବ ସାଜିଛି। ଏନେଇ ସୋମବାର ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ କ୍ଷୋଭ ପ୍ରକାଶ କରିବା ସହ ପ୍ରେସ୍ ବିଜ୍ଞପ୍ତି ଜରିଆରେ ସ୍ପେଶାଲ ପୋଲିସ ବା ସୈନ୍ୟ ବିଭାଗକୁ ଜଗିବାକୁ ଦାୟିତ୍ୱ ଦିଆଯାଉ, ଅଧିକ ସଂଖ୍ୟାରେ ଦକ୍ଷ ଅଫିସର ପୋଷ୍ଟିଂ କରାଯାଉ, ଯେଉଁମାନେ କର୍ତ୍ତବ୍ୟରେ ଅବହେଳା କରିଛନ୍ତି ସେମାନଙ୍କ ବିରୋଧରେ ଦଣ୍ଡ ବିଧାନ କରାଯାଉ ବୋଲି ଦାବି କରିଛନ୍ତି।
ସୂଚନା ଯେ, ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟ ବାବନ୍ଦ ବିଟ ଅଧୀନ କଳମାଚତୁରୀଠାରେ ଗୋଟିଏ ଦନ୍ତା ହାତୀର ଗଳିତ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଦୁଇଟି ଦାନ୍ତ ଲୁଟ୍ ହୋଇଥିଲା। ଘଟଣା ସମ୍ପର୍କରେ ତଦନ୍ତ ପାଇଁ ସ୍ପେଶାଲ ଟାକ୍ସ ଫୋର୍ସ, ବାରିପଦା ଆର୍ସିସିଏଫ୍ ପ୍ରକାଶ ଗୋଗିନାନି, ବାଲେଶ୍ୱର ଡିଏଫ୍ଓ ଖୁସବନ୍ତ ସିଂହ, ଏସିଏଫ୍ ସୋଭନ ଦିଗନ୍ତ ଚାନ୍ଦ, କୁଲଡ଼ିହା ରେଞ୍ଜର ଅନନ୍ତ କୁମାର ଜେନା ଓ ସ୍ଥାନୀୟ ଫରେଷ୍ଟର ପ୍ରାଣୀ ଚିକିତ୍ସକ ପହଞ୍ଚତ୍ ହାତୀ ମୃତ୍ୟୁର ପ୍ରାଥମିକ ତଦନ୍ତ କରିଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ଜଣାପଡ଼ିବ ବୋଲି କହି ବ୍ୟବଚ୍ଛେଦ କରି ପୋଡ଼ି ଦେଇଥିଲେ। ଦାନ୍ତ ଶିକାରୀ ଲୁଟି ନେଇଥିବା ବେଳେ ଗୋଟିଏ ରାତି ମଧ୍ୟରେ ଦାନ୍ତ ମିଳିବା ଓ ଶିକାରୀଙ୍କ ନାମ ଗୋପନ ରଖିଥିବା ଘଟଣା ନେଇ ଅସନ୍ତୋଷ ଦେଖାଦେଇଛି।
Posted inHome Left, ଆମ ଜିଲା ଖବର, ବାଲେଶ୍ୱର View All
‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ
ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…
ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ
ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…
ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା
ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…
ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…
ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…
ମୁଖ୍ୟମନ୍ତ୍ରୀ ବସ୍ ଧକ୍କାରେ ୨ ଭାଇ ଗୁରୁତର, ବସ୍କୁ ଜବତ କରି…
ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍…
‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା
ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…
ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…
ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ
ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…
Archives

