ବେଆଇନ ଜଙ୍ଗଲ କାଟିବା ଅଭିଯୋଗରେ ୬ ଜଣଙ୍କୁ କୋର୍ଟ ଚାଲାଣ କଲା ବନବିଭାଗ

ଲାଞ୍ଜିଗଡ଼,୧୭।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଦକ୍ଷିଣ ବନାଞ୍ଚଳ ବିଜେପୁର ସେକ୍ସସନରେ ବେଆଇନ ଜଙ୍ଗଲ କାଟିବା ଅଭିଯୋଗରେ ୬ ଜଣଙ୍କୁ କୋର୍ଟ ଚାଲାଣ କରିଛି ବିଜେପୁର ବନବିଭାଗ I ପୂର୍ବରୁ ଗଣମାଧ୍ୟମରେ ଖବର ପ୍ରକାଶ ପରେ ବନବିଭାଗ ତତ୍ପରତା ଦେଖାଇ ଜଙ୍ଗଲ ମାଫିଆଙ୍କୁ ଗିରଫ କରି କୋଟଚାଲାଣ କରିବାରେ ସଫଳ ହୋଇଛି l

ସୂଚନାନୁସାରେ ବିଜେପୁର ସେକସନ ଘାଟିକୁଣ୍ଡରୁ ଠାରୁ ପାହାଡ଼ ପଦର ସଂଯୋଗ କରୁଥିବା ମୁଖ୍ୟ ରାସ୍ତା କଡ଼ ଦୂଇ ପାର୍ଶ୍ୱରେ ବେଆଇନ ଭାବେ ହେକ୍ଟର ହେକ୍ଟର ଜଙ୍ଗଲ କଟା ଚାଲିଥିଲା I ଉକ୍ତ ଜଙ୍ଗଲ ବିଜେପୁର ବନାଞ୍ଚଳ କାର୍ଯ୍ୟାଳୟରୁ ହାରାହାରି ୬ କି.ମି. ଦୂରତା ହେଉଥିବା ବେଳେ ସେହି ରାସ୍ତା ଦେଇ ବିଜେପୁର ବନବିଭାଗ କର୍ମଚାରୀ ମାନେ ପ୍ରତିଦିନ ଯିବା ଆସିବା କରୁଥିଲେ ହେଲେ ବନବିଭାଗ କର୍ମଚାରୀ ମାନଙ୍କ ନଜର ପଡ଼ୁ ନ’ଥିଲା କି ଦୋଷୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ହେଉନ’ଥିଲା।

ଲୋକେ ନିର୍ଭୟରେ ହେକ୍ଟର ହେକ୍ଟର ମୂଲ୍ୟବାନ ଗଛ କାଟି ଅବଶିଷ୍ଟାଂଶକୁ ପୋଡିଦେଇ ବେଆଇନ ଭାବେ ପୋଡୁ ଚାଷ କରୁଥିବା ବେଳେ ଏହାକୁ ନେଇଁ ଅଞ୍ଚଳରେ ତୀବ୍ରଅସନ୍ତୋଷ ପ୍ରକାଶ ପାଇବା ସହ ଅଭିଯୋଗ ହୋଇଥିଲା। ଏହି ବେଆଇନ ଜଙ୍ଗଲ କାଟିବା ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ହେବ ପରେ ତତ୍ପରତା ଦେଖାଇ ତଦନ୍ତ ଆରମ୍ଭ କରିଥିଲା ବନ ବିଭାଗ I

ତଦନ୍ତ ପରେ ସତ୍ୟାସତ୍ୟ ଉନ୍ମୋଚନ ହେବାରୁ ମଦନଗୁଡା ଗାଁର ଲାଞ୍ଜି ମାଝୀ(୫୫), ଦିପେନ ସୁନା(୨୦), ରାମ ମାଝୀ( ୨୭), ସାଇବୁ ମାଝୀ( ୨୩), ବନାଙ୍ଗ ମାଝୀ( ୫୦), କାକୁଡା ମାଝୀ( ୫୩) ସମେତ ୬ଜଣଙ୍କୁ ଜଙ୍ଗଲରୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବିଜେପୁର ଫରେଷ୍ଟର ପଦ୍ମଲୋଚନ ଶବର ସୂଚନା ଦେଇଛନ୍ତି।

ତେବେ ଜଙ୍ଗଲ ମାଫିଆଙ୍କ ବିରୋଧରେ ବନବିଭାଗ ଏହି ଭଳି ପଦକ୍ଷେପ ନେଲେ ଆଗାମୀ ଦିନରେ ବନ୍ୟ ଜୀବଜନ୍ତୁଙ୍କ ସହ ଜଙ୍ଗଲ ସୁରକ୍ଷିତ ରହିବ ବୋଲି ଅନୁମାନ କରାଯାଉଛି ଓ ବନବିଭାଗର ଏହିଭଳି ପଦକ୍ଷେପକୁ ଅଞ୍ଚଳ ଲୋକେ ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ

ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…

ମେଣ୍ଢା ଫାର୍ମଠାରେ ୩୦ ଟିକିଆ ହାତୀପଲ: ଲୋକେ ଆତଙ୍କିତ

ବଲାଙ୍ଗିର,୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ସଇଁତଳା ରେଞ୍ଜ ଅନ୍ତର୍ଗତ ଦେଓଗାଁ ବଙ୍ଗଳା ମେଣ୍ଢା ଫାର୍ମଠାରେ ଗତରାତିରୁ ୩୦ ଟିକିଆ ହାତୀପଲ ଆସି ଅଛନ୍ତି। ଦେଓଗାଁ ଅଞ୍ଚଳର…

ପଞ୍ଚାୟତିରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବାରେ ରାଜୀବଙ୍କ ଅବଦାନ ଅତୁଳନୀୟ

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri