ବନବିଭାଗ ପକ୍ଷରୁ ଚଢାଉ: ୮ କାଠମାଫିଆ ଗିରଫ

ତେଲକୋଇ, ୪ା୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧୀନ କାଳିଆହତା ଫରେଷ୍ଟ ବିଟ୍‌ର ରେକୁଟି ସଂରକ୍ଷିତ ଜଙ୍ଗଲ ମଧ୍ୟରେ ୮ଜଣ ମେଶିନରେ ଶାଳ ଗଛ କାଟୁଥିବା ବେଳେ ଗୁରୁବାର ସନ୍ଧ୍ୟାରେ ବନବିଭାଗ ପକ୍ଷରୁ ଚଢାଉ କରାଯାଇଥିଲା। ବନାଞ୍ଚଳ ଅଧିକାରୀଙ୍କ ନେତୃତ୍ୱରେ ଚଢାଉ କରାଯାଇ ଲକ୍ଷାଧିକ ଶାଳ ବିମ୍‌ ଓ ପଟ୍ଟା ଜବତ କରାଯାଇ କରି ୮ଜଣଙ୍କୁ କୋର୍ଟଚାଲାଣ କରାଯାଇଛି। ଏ ନେଇ ବନ ବିଭାଗରେ ମାମଲା ରୁଜୁ କରାଯାଇଛି।
ଅଭିଯୁକ୍ତମାନେ ଝାଡଖଣ୍ଡ ରାଜ୍ୟର। ସେମାନଙ୍କୁ କେନ୍ଦୁଝର ଘଟଗାଁ ଅଞ୍ଚଳର ଜଣେ ବ୍ୟକ୍ତି ଏହି ଜଙ୍ଗଲରୁ କାଠ କାଟିବା ପାଇଁ ପଠାଇଥିବା ଅଭିଯୁକ୍ତମାନେ ପ୍ରକାଶ କରିଛନ୍ତି। ଦୀର୍ଘଦିନ ହେଲା ଏହି ଅଞ୍ଚଳରେ କାଠ ଚୋରାଚାଲାଣ ହେଉଥିବା ଖବର ପାଇ ବନାଞ୍ଚଳ ଅଧିକାରୀ ପ୍ରମୋଦ କୁମାର ସେଠୀଙ୍କ ସହିତ କାଳିଆହତା ବିଟ୍‌ର ଫରେଷ୍ଟର ଯଦୁମଣି ରଣା, ବିମଳା ବିଟର ଜ୍ୟୋତିମୟୀ ପଟ୍ଟନାୟକ, ସରୋଜ ପାତ୍ର, ପ୍ରଣୟ ମହାନ୍ତ ଓ ବନ ବିଭାଗର କର୍ମୀ ଚଢାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ, ଧରାପଡ଼ିଲେ ଅଭିଯୁକ୍ତ

ବଞ୍ଚୋ,୧୭।୯(ପ୍ରଦୋଷ ବିଶ୍ୱାଳ ): ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ପୋଲିସ ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରିଛି।…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ୭ଶହ ଚାରାରୋପଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ପାଟଣା ରେଞ୍ଜରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ ରେ ଗୁରୁବାର ମୋଟ ୭ଶହ ଚାରା…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?