ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ ସମୟରେ ୩ ମାଙ୍ଗାନିଜ ବୋଝେଇ ଡମ୍ପର ଜବତ କରିଛି। ଘଟଣାରେ ଗୋଟିଏ ବାଇକ୍‌ ମଧ୍ୟ ଜବତ ହୋଇଛି। ଜବତ ଖଣିଜର ଆନୁମାନିକ ମୂଲ୍ୟ ୫ଲକ୍ଷ୍ୟ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୂଚନା ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ଉକ୍ତ ଜଙ୍ଗଲରେ ଚୋରାରେ ଉନ୍ନତମାନର ମାଙ୍ଗାନିଜ ଡମ୍ପରରେ ଚୋରାଚାଲଣ ନିମନ୍ତେ ବୋଝେଇ ହେଉଥିଲା। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡିଏଫ୍‌ଓଙ୍କ ନିର୍ଦ୍ଦେଶକ୍ରମେ ଚମ୍ପୁଆ ରେଞ୍ଜ ଅଧିକାରୀ ଅକ୍ଷୟ ଛତ୍ରିଆଙ୍କ ନେତୃତ୍ୱରେ ଯୋଡ଼ା ବନପାଳ ତ୍ରିନାଥ ଜେନା, ଯୋଡ଼ା ବନରକ୍ଷୀ ଦେବାଶିଷ ମହାପାତ୍ର, ଜୁରୁଡ଼ି ବନରକ୍ଷୀ ସୁରଜ କୁମାର ଦାସ, ଦୁବୁନା ବନରକ୍ଷୀ ସୁବ୍ରତ ପାତ୍ର ଏବଂ ସରୋଜ ନାଏକଙ୍କ ସହିତ ବାମେବାରି ଓ ଯୋଡ଼ା ବନ ସ୍କ୍ବାଡ ଚଢ଼ାଉ କରିଥିଲା। ଚଢ଼ାଉରେ ୩ଟି ମାଙ୍ଗାନିଜ ବୋଝେଇ ଡମ୍ପର (ନଂ. ଓଆର୍‌ ୦୯ ଏଲ ୭୫୧୬, ଓଆର୍‌ ୦୯ କେ ୭୬୨୩, ଓଆର୍‌ ୦୯ ଜେ ୭୭୩୧) ଓ ଘଟଣାସ୍ଥଳରୁ ଗୋଟିଏ ବାଇକ (ନଂ. ଓଆର୍‌ ୦୯ ପି ୮୯୫୭)କୁ ଜବତ କରାଯାଇଛି। ୩ଟି ଡମ୍ପରରେ ପ୍ରାୟ ୨୫ ମେଟ୍ରିକ ଟନ ଉନ୍ନତମାନର ଗୁଣ୍ଡ ମାଙ୍ଗାନିଜ ବୋଝେଇ ହୋଇଥିବା ବେଳେ ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୫ ଲକ୍ଷ ଟଙ୍କାରୁ ଊଦ୍ଧର୍‌ବ ହେବ ବୋଲି ଚମ୍ପୁଆ ରେଞ୍ଜ ଅଧିକାରୀ ଅକ୍ଷୟ ଛତ୍ରିଆ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏ ନେଇ ଚମ୍ପୁଆ ରେଞ୍ଜରେ ୟୁଡି କେସ ନଂ. ୧୭ ରୁଜୁ କରାଯାଇଛି।
ପ୍ରକାଶଯୋଗ୍ୟ, ଚଳିତ ବର୍ଷ ଜୁଲାଇ ୧ ତାରିଖ ଦିନ ଦଲ ପାହାଡ଼ଠାରେ ଚୋରା ମାଙ୍ଗାନିଜ ଖନନ ସମୟରେ ମାଟି ଅତଡ଼ା ଖସି ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିଲା। ଘଟଣା ପରେ ଭୁବନେଶ୍ବରର ଖଣି ନିର୍ଦ୍ଦେଶକଙ୍କଠାରୁ ଆରମ୍ଭ କରି କେନ୍ଦୁଝରର ବଡ଼ ଅଧିକାରୀମାନେ ଗସ୍ତ କରି ଚୋରା କାରବାର ରୋକିବା ପାଇଁ ପଦକ୍ଷେପ ନେଇଥିଲେ। ମାତ୍ର ଏବେ ବି ଚୋରି ରୋକିବାରେ ଖଣି ବିଭାଗ ସମ୍ପୂର୍ଣ ବିଫଳ ବୋଲି ମତ ପ୍ରକାଶ ପାଇଛି। ଯୋଡ଼ା ଖଣି ଉପ ନିର୍ଦ୍ଦେଶାଳୟ ଭୁବନେଶ୍ୱରରୁ ଏକ ସ୍ବତନ୍ତ୍ର ଟିମ୍‌ ଖଣିଜ ଚୋରିକୁ ରୋକିବା ପାଇଁ ନିୟୋଜିତ କରାଯାଇଛି। ଏହା ମଧ୍ୟ ବହୁ ଆଡ଼ମ୍ବରେ ଲଘୁ କ୍ରିୟା ସଦୃଶ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?