ବନ ବିଭାଗ କବଳରୁ ଟ୍ରାକ୍ଟର ଛଡାଇ ନେଇ ମହିଳା ଗାର୍ଡଙ୍କୁ ଦୁର୍ବ୍ୟବହାର ଘଟଣା: ଭାଜପା ନେତାଙ୍କ ଗିରଫ ଦାବି

ପାଟଣା,୪।୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଜେଡିର ଜନସମ୍ପର୍କ ପଦଯାତ୍ରା ଚାଲୁଥିବା ବେଳେ ମଙ୍ଗଳବାର ବଲାଣି ପୋଷିରେ ବିଜେଡି ଜିଲା ସଭାପତି ଆଶିଷ କୁମାର ଚକ୍ରବର୍ତ୍ତୀ ସଂରକ୍ଷିତ  ଜଙ୍ଗଲ ରୁଗତ ଶୁକ୍ରବାର ବେଆଇନ ବାଲି ଚୋରି ଓ ମହିଳା ବନ ରକ୍ଷୀଙ୍କୁ ର୍ଦୁବ୍ୟବହାର  କରିଥିବା ପାଟଣା  ଭାଜପାର ବରିଷ୍ଠ ନେତା ତଥା ଏମ୍‌ପିଙ୍କ ବ୍ଲକ ପ୍ରତିନିଧି ପ୍ରହଲ୍ଲାଦ ପଲେଇଙ୍କ ଗିରଫ ଦାବି କରିଛନ୍ତି ।
ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ଭାଜପାର ନେତା ପଲେଇ ଦିନ ଦି ପ୍ରହରରେ ବାଲି ଚୋରି କରିବା ସହ ମହିଳା ବନରଖିଙ୍କୁ ଶାରୀରିକ ଉତ୍ପୀଡନ ଓ ଗଣ ଧର୍ଷଣ କରିବା ଧମକ ସମ୍ପର୍କିତ ଭିଡିଓ ଓ ଖବର ସାରା ରାଜ୍ୟରେ ଘୁରି ବୁଲୁଥିବା ବେଳେ ଘଟଗାଁ ପୋଲିସ ଓ ପାଟଣା ବନ ବିଭାଗ ନୀରବ ଦ୍ରଷ୍ଟା ସାଜିବାକୁ ସେ ଦୃଢ଼ ନିନ୍ଦା କରିଛନ୍ତି। ଏଥିସହ ଆଗାମୀ ୨୪ଘଣ୍ଟା ମଧରେ ପୋଲିସ ଓ ବନ ବିଭାଗ ଅଭିଯୁକ୍ତଙ୍କୁ ଗିରଫ ନକଲେ ବିଜେଡି ରାଜ ରାସ୍ତାକୁ ଓହ୍ଲାଇବ ବୋଲି ସେ ଚେତାବନୀ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାଏକ, ପାଟଣା ବ୍ଲକ ବିଜେଡି ସଭାପତି ମାଧବା ନନ୍ଦ ପୃଷ୍ଟି, ସାହାର ପଡ଼ା ବ୍ଲକ ବିଜେଡି ସଭାପତି ଦିଲ୍ଲୀପ ସାହୁ, ଝୁମ୍ପରା ବ୍ଲକ ବିଜେଡି ସଭାପତି ଡମ୍ବରୁ ଦାଶ ଏବଂ ବରିଷ୍ଠ ବିଜେଡି ନେତା ସତ୍ୟବ୍ରତ ନାୟକ ଜଲାପରିଷଦ ସଦସ୍ୟମାନେ ଉପସ୍ଥିତ ଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri