ପଞ୍ଚାୟତ ସମିତି ବୈଠକରେ ବନବିଭାଗ ବିଭାଗୀୟ କର୍ମକର୍ତ୍ତା ଅନୁପସ୍ଥିତ: କାର୍ଯ୍ୟାନୁଷ୍ଠାନ ଦାବି

ଲାଞ୍ଜିଗଡ,୨୬।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୂରସ୍ଥିତ ରାଜୀବଗାନ୍ଧୀ ସେବାକେନ୍ଦ୍ର ପରିସର ଠାରେ ଲାଞ୍ଜିଗଡ ପଞ୍ଚାୟତ ସମିତିର ଦଶମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କଳାହାଣ୍ଡି ଲୋକ ସଭା ଏମ୍‌ପିଙ୍କ ପ୍ରତିନିଧି ଗଙ୍ଗାଧର ମାଝୀ, ଜିଲା ପରିଷଦ ସଦସ୍ୟ ଅଞ୍ଜଳୀ ମାଝୀ, ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ ପ୍ରମୁଖ ମଞ୍ଚାସୀନ ଥିଲେ।
ଲାଞ୍ଜିଗଡ଼ ବିଡିଓ ଶଶାଙ୍କ ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ବୈଠକରେ ପଞ୍ଚାୟତ ଅଧିକାରୀ ପ୍ରଦୀପ କୁମାର ଠାକୁର ପୂର୍ବ ବୈଠକର ବିବରଣୀ ପାଠ କଲା ପରେ ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ, କୃଷି, ବିଜୁଳି, କୁଟିଆ କନ୍ଧ ଉନ୍ନୟନ ସଂସ୍ଥା, ମନରେଗା, ଗ୍ରାମ୍ୟ ଗୃହ ନିର୍ମାଣ ସମେତ ଅନ୍ୟାନ୍ୟ ବିଭାଗ ସମ୍ପର୍କରେ ଆଲୋଚନା କରାଯାଇଥିଲା। ସେହିପରି ବନବିଭାଗ ନାଁରେ ଗଦା ଗଦା ଅଭିଯୋଗ ହେଉଥିବାବେଳେ ବୈଠକରେ ବିଭାଗୀୟ କର୍ମକର୍ତ୍ତା ଅନୁପସ୍ଥିତ ଥିବାରୁ ସରପଞ୍ଚ ଓ ସମିତି ସଭ୍ୟମାନେ ପ୍ରବଳ ବର୍ଷିଥିଲେ । ଆଗକୁ ଗ୍ରୀଷ୍ମ ଋତୁ ଆସିବାକୁ ଥିବାବେଳେ ପାନୀୟ ଜଳ ସୂଚାରୁ ରୂପେ ଲୋକଙ୍କୁ ଯୋଗାଇବା ପାଇଁ ଖରାପ ଥିବା ନଳକୂପ ଗୁଡିକୁ ତିଆରି କରିବାପାଇଁ ସରପଞ୍ଚ ଓ ସମିତି ସଭ୍ୟମାନେ ଦାବି ରଖିଥିଲେ I କେତେଗୋଟି ଦୁର୍ଗମ ଅଞ୍ଚଳରେ ବିଜୁଳି ସଂଯୋଗ ନ ଥିବାରୁ ତୁରନ୍ତ ଏହାର ପଦକ୍ଷେପ ନେବାପାଇଁ ସରପଞ୍ଚମାନେ ଦାବି କରିଥିଲେ I
ଏଥିରେ ବ୍ଲକର ୨୬ ଗୋଟି ପଞ୍ଚାୟତର ସରପଞ୍ଚ ଓ ସମିତି ସଦସ୍ୟ, ସଦସ୍ୟା ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ସେକ୍ସନ ଅଫିସର ପ୍ରଦ୍ୟୁମ୍ନ କୁମାର ପଣ୍ଡା, ଏପିଇଓ ସଂଜୀତ ପରିଡା, ଏଇ କ୍ଷୀରୋଦ କୁମାର ନାୟକ, ବିପିସି ଭୁପେନ୍ଦ୍ର ସାଗର, କନିଷ୍ଠ ଯନ୍ତ୍ରୀ ସ୍ମିତାରାଣୀ ବିଶ୍ୱାଳ, ଗ୍ରାମ୍ୟ ଜଳଯୋଗାଣ ସହକାରୀ ଯନ୍ତ୍ରୀ ଦଶମତ ମାଝୀଙ୍କ ସହିତ ବ୍ଲକର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?