ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହେବାରୁ ଚାଳକ ଗୁରୁତର ହୋଇଥିବା ଜଣାପଡ଼ିଛି। ଚାଳକ ଜଣକ ବଣାଇଁ ଅଞ୍ଚଳର ବିଶାଲ ନାଏକ ( ରାଜା)ଓ ସେ ବଣାଇଁ ବନଖଣ୍ଡ କୋଇଡ଼ା ବନାଞ୍ଚଳରେ ଅସ୍ଥାୟୀ ସ୍କ୍ବାଡ୍‌ କର୍ମଚାରୀ ବୋଲି ଜଣାପଡ଼ିଛି।
କୋଇଡ଼ା ବନାଞ୍ଚଳରେ ସରକାରୀ କାର୍ଯ୍ୟ ନିମନ୍ତେ ନିୟୋଜିତ ଥିବା ଏକ ବୋଲେରୋ ନିଓ( ଓଡି ୧୪ ଏଏଫ ୭୬୨୭)କୁ ନେଇ ରେଞ୍ଜର ସ୍କ୍ବାଡ୍‌ କର୍ମଚାରୀ ବିଶାଳ ନାଏକ କୋଇଡ଼ା ରେଞ୍ଜ ରେ ଅସ୍ଥାୟୀ ଚାଳକ ଭାବେ କାର୍ଯ୍ୟ କରୁଥିବା ଯୁଗଳ କିଶୋର ବେହେରା ଓ ତାଙ୍କ ପତ୍ନୀଙ୍କୁ ଛାଡ଼ିବାକୁ ଦେବଗଡ଼ ଜିଲା ଗର୍ଣ୍ଣମ ଅଞ୍ଚଳକୁ ଯାଇଥିଲା। ଉଭୟଙ୍କୁ ସେଠାରେ ଛାଡ଼ି ବିଳମ୍ବିତ ରାତିରେ ଫେରୁଥିବା ସମୟରେ, ୫୨୦ ନମ୍ବର ଜାତୀୟ ରାଜପଥର କେ.ବଲାଙ୍ଗ ଥାନା ନିକଟରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ ହାଇଓ୍ବା ପଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।
ତେବେ ପ୍ରଶ୍ନ ଉଠୁଛି ଯେ ଅସ୍ଥାୟୀ ଚାଳକଙ୍କ ପରିବାରକୁ ସରକାରୀ ଗାଡ଼ିରେ ଛାଡ଼ିବା କାହା ନିର୍ଦ୍ଦେଶ ଥିଲା। ଶୁଣାଶୁଣି କଥାରେ କୋଇଡ଼ା ବନାଞ୍ଚଳ ଅଧିକାରୀ କୁଆଡେ ଓଡ଼ିଶା ବିଧାନ ସଭାର ଉପବାଚସ୍ପତିଙ୍କ ନାଁରେ ଇନ୍ଦ୍ରଚନ୍ଦ୍ର ମାନୁନାହାନ୍ତି। ବେଆଇନ ଖଣି ଖନନ, ମାଫିଆଙ୍କୁ ସମର୍ଥନ ଇତ୍ୟାଦି ଅଭିଯୋଗ ସମ୍ପୃକ୍ତ ବନାଞ୍ଚଳ ଅଧିକାରୀଙ୍କ ବିରୋଧରେ ଥିବା ଓ ଏହା ଉପରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ପାଇଁ ଆଞ୍ଚଳିକ ବନ ସଂରକ୍ଷକଙ୍କ ସୁପାରିସ ସତ୍ତ୍ୱେ ତାଙ୍କ ପଲିଟିକାଲ ସମର୍ଥନ ତାଙ୍କୁ ଛାୟା ପ୍ରଦାନ କରୁଛି ବୋଲି ସାଧାରଣରେ ଖୁଲମଖୁଲା ଅଭିଯୋଗ ହୋଇଛି। ଗତକାଲିର ଏହି ଦୁର୍ଘଟଣା ଖବର ପାଇ କେ. ବଲାଙ୍ଗ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ବେଆଇନ ଚାଳକ ଜଣକୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଲହୁଣୀପଡ଼ା ଡାକ୍ତରଖାନାକୁ ପଠାଇଥିଲେ କିନ୍ତୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ରାଉରକେଲା ସ୍ଥାନାନ୍ତରିତ କରାଯାଇଥିବା ଜଣାପଡ଼ିଛି। ଦୁର୍ଘଟଣାଗ୍ରସ୍ତ ବୋଲେରୋ ଜବତ କରି ପୋଲିସ ଅଧିକ ତଦନ୍ତ ଚଳାଇଛି। ବନ ବିଭାଗରେ ନିୟୋଜିତ ଥିବା ଅଧିକାଂଶ ଗାଡ଼ି ବିଭାଗୀୟ କର୍ମଚାରୀମାନେ ନିଜସ୍ବ କାମରେ ନିୟୋଜିତ କରୁଥିବା ନେଇ ବିଭିନ୍ନ ସମୟରେ ଉଠୁଥିବା ପ୍ରଶ୍ନର ଉତ୍ତର ଏହି ଦୁର୍ଘଟଣାରୁ ସ୍ପଷ୍ଟ ହୋଇଛି। ଏହି ଘଟଣାର ତଦନ୍ତ ପରେ ସତ୍ୟ ସାମ୍ନାକୁ ଆସିବ ବୋଲି ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?