ଦାରିଙ୍ଗବାଡ଼ି ବନାଞ୍ଚଳରେ ଅବାଧ ଗଛକଟା ଘଟଣା: ଖବର ପ୍ରକାଶ ପରେ ବନବିଭାଗର ନିଦ ଭାଙ୍ଗିଲା

ଦାରିଙ୍ଗବାଡ଼ି,୧୯ା୪(ଅରୁଣ ସାହୁ): ଗଞ୍ଜାମ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳର ସିମନବାଡ଼ି ସେକ୍ସନ ବୁରାଙ୍ଗିଆଠାରୁ ବୁଡ଼ାଗୁଡ଼ାକୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ଉକ୍ତ ରାସ୍ତାରେ ଏକାଧିକ ପୋଲ ନିର୍ମାଣ କାର୍ଯ୍ୟ ଚାଲିଛ। ଉକ୍ତ ପୋଲରେ ସେଣ୍ଟ୍ରିଂ ପାଇଁ ଲକ୍ଷାଧିକ ଟଙ୍କାର କାଠ ନିକଟସ୍ଥ ଜଙ୍ଗଲରୁ କାଠକାଟି ଆଣି ବ୍ୟବହାର କରାଯାଉଛି ଏନେଇ ‘ଧରିତ୍ରୀ’ରେ ଖବର ପ୍ରକାଶିତ ପରେ ବନ ବିଭାଗ ସିମନବାଡ଼ି ସେକ୍ସନର ବନପାଳ ବନିତା ପ୍ରଧାନ ଏବଂ ବନରକ୍ଷୀ ସଞ୍ଜୀବ ବେହେରା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଏଥିସହ କେଉଁ ପରିସ୍ଥିତିରେ ଓ କେଉଁଠୁ ଏତେଗୁଡ଼ିଏ କାଠ ଅଣାଯାଇଛି ସେନେଇ କାର୍ଯ୍ୟ କରୁଥିବା ମିସ୍ତ୍ରୀ ଓ ଶ୍ରମିକମାନଙ୍କୁ ପଚରାଉଚରା କରିଛି। ଏବେ ମଧ୍ୟ ସେଣ୍ଟ୍ରିଂ କାର୍ଯ୍ୟ ଚାଲୁଥିବାରୁ ମିସ୍ତ୍ରୀକୁ କାର୍ଯ୍ୟବନ୍ଦ ରଖିବାକୁ ବନ ବିଭାଗ ନିର୍ଦ୍ଦେଶ ଦେଇଛି। ସେହିପରି ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିିର୍ବାହୀ ଯନ୍ତ୍ରୀ ଶ୍ୟାମସୁନ୍ଦର ସିଂ ଏବଂ କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ବେହେରା ପ୍ରମୁଖ ପହଞ୍ଚି ଘଟଣାର ତଦନ୍ତ କରିବା ସହ କାଠରେ କରାଯାଇଥିବା ସେଣ୍ଟ୍ରିଙ୍ଗ କୁ ବାହାର କରି ପାଇଲନ ବ୍ୟବହାର କରି ପୋଲର ଛାତ ପକାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ସେ ଠିକାଦାରଙ୍କୁ ଘଟଣାସ୍ଥଳରୁ ଏହି ନିର୍ଦ୍ଦେଶ ଫୋନ୍‌ ଯୋଗେ ଦେଇଛନ୍ତି।

ପ୍ରକଶ ଯେ, ବୁଡ଼ାଗୁଡ଼ାଠାରୁ ବୁରାଙ୍ଗିଆକୁ ସଂଯୋଗ କରିବା ପାଇଁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ପକ୍କା ରାସ୍ତା ନିର୍ମାଣ କରାଯାଉଛି। ରାସ୍ତାରେ ସଂଯୋଗୀକରଣ ପୋଲ ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ସେଠାରେ ମୂଲ୍ୟବାନ ଶାଳକାଠକୁ ସେଣ୍ଟ୍ରିଂ କାର୍ଯ୍ୟରେ ବ୍ୟବହାର କରାଯାଉଛି। ଯାହାକି ବେଆଇନ ଭାବେ ସଂରକ୍ଷିତ ଜଙ୍ଗଲରୁ କାଠ କାଟି ବ୍ୟବହାର କରାଯାଉଥିବା ଅଭିଯୋଗ ହୋଇଥିଲା। ସେହିପରି ଗ୍ରାମ୍ୟ ଉନ୍ନୟନ ବିଭାଗ ମଧ୍ୟ ପୂର୍ବରୁ ଠିକାସଂସ୍ଥାକୁ ପାଇଲନ ବ୍ୟବହାର କରିବାକୁ ନିର୍ଦ୍ଦେଶ ରହିଥିବା ବେଳେ ଠିକା ସଂସ୍ଥା ପାଇଲନ ବଦଳରେ କାଠ ବ୍ୟବହାର କରୁଥିଲା। ଯାହାକି ବିଭାଗୀୟ ସହକାରୀ ନିର୍ବାହୀ ଯନ୍ତ୍ରୀ ଶ୍ୟାମସୁନ୍ଦର ସିଂ କାଠକୁ ବାହାର କରି ପାଇଲନ ବ୍ୟବହାର ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri