ଦାରିଙ୍ଗବାଡ଼ି ବନାଞ୍ଚଳରେ ଅବାଧ ଗଛକଟା ଘଟଣା: ଖବର ପ୍ରକାଶ ପରେ ବନବିଭାଗର ନିଦ ଭାଙ୍ଗିଲା

ଦାରିଙ୍ଗବାଡ଼ି,୧୯ା୪(ଅରୁଣ ସାହୁ): ଗଞ୍ଜାମ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳର ସିମନବାଡ଼ି ସେକ୍ସନ ବୁରାଙ୍ଗିଆଠାରୁ ବୁଡ଼ାଗୁଡ଼ାକୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ଉକ୍ତ ରାସ୍ତାରେ ଏକାଧିକ ପୋଲ ନିର୍ମାଣ କାର୍ଯ୍ୟ ଚାଲିଛ। ଉକ୍ତ ପୋଲରେ ସେଣ୍ଟ୍ରିଂ ପାଇଁ ଲକ୍ଷାଧିକ ଟଙ୍କାର କାଠ ନିକଟସ୍ଥ ଜଙ୍ଗଲରୁ କାଠକାଟି ଆଣି ବ୍ୟବହାର କରାଯାଉଛି ଏନେଇ ‘ଧରିତ୍ରୀ’ରେ ଖବର ପ୍ରକାଶିତ ପରେ ବନ ବିଭାଗ ସିମନବାଡ଼ି ସେକ୍ସନର ବନପାଳ ବନିତା ପ୍ରଧାନ ଏବଂ ବନରକ୍ଷୀ ସଞ୍ଜୀବ ବେହେରା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଏଥିସହ କେଉଁ ପରିସ୍ଥିତିରେ ଓ କେଉଁଠୁ ଏତେଗୁଡ଼ିଏ କାଠ ଅଣାଯାଇଛି ସେନେଇ କାର୍ଯ୍ୟ କରୁଥିବା ମିସ୍ତ୍ରୀ ଓ ଶ୍ରମିକମାନଙ୍କୁ ପଚରାଉଚରା କରିଛି। ଏବେ ମଧ୍ୟ ସେଣ୍ଟ୍ରିଂ କାର୍ଯ୍ୟ ଚାଲୁଥିବାରୁ ମିସ୍ତ୍ରୀକୁ କାର୍ଯ୍ୟବନ୍ଦ ରଖିବାକୁ ବନ ବିଭାଗ ନିର୍ଦ୍ଦେଶ ଦେଇଛି। ସେହିପରି ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିିର୍ବାହୀ ଯନ୍ତ୍ରୀ ଶ୍ୟାମସୁନ୍ଦର ସିଂ ଏବଂ କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ବେହେରା ପ୍ରମୁଖ ପହଞ୍ଚି ଘଟଣାର ତଦନ୍ତ କରିବା ସହ କାଠରେ କରାଯାଇଥିବା ସେଣ୍ଟ୍ରିଙ୍ଗ କୁ ବାହାର କରି ପାଇଲନ ବ୍ୟବହାର କରି ପୋଲର ଛାତ ପକାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ସେ ଠିକାଦାରଙ୍କୁ ଘଟଣାସ୍ଥଳରୁ ଏହି ନିର୍ଦ୍ଦେଶ ଫୋନ୍‌ ଯୋଗେ ଦେଇଛନ୍ତି।

ପ୍ରକଶ ଯେ, ବୁଡ଼ାଗୁଡ଼ାଠାରୁ ବୁରାଙ୍ଗିଆକୁ ସଂଯୋଗ କରିବା ପାଇଁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ପକ୍କା ରାସ୍ତା ନିର୍ମାଣ କରାଯାଉଛି। ରାସ୍ତାରେ ସଂଯୋଗୀକରଣ ପୋଲ ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ସେଠାରେ ମୂଲ୍ୟବାନ ଶାଳକାଠକୁ ସେଣ୍ଟ୍ରିଂ କାର୍ଯ୍ୟରେ ବ୍ୟବହାର କରାଯାଉଛି। ଯାହାକି ବେଆଇନ ଭାବେ ସଂରକ୍ଷିତ ଜଙ୍ଗଲରୁ କାଠ କାଟି ବ୍ୟବହାର କରାଯାଉଥିବା ଅଭିଯୋଗ ହୋଇଥିଲା। ସେହିପରି ଗ୍ରାମ୍ୟ ଉନ୍ନୟନ ବିଭାଗ ମଧ୍ୟ ପୂର୍ବରୁ ଠିକାସଂସ୍ଥାକୁ ପାଇଲନ ବ୍ୟବହାର କରିବାକୁ ନିର୍ଦ୍ଦେଶ ରହିଥିବା ବେଳେ ଠିକା ସଂସ୍ଥା ପାଇଲନ ବଦଳରେ କାଠ ବ୍ୟବହାର କରୁଥିଲା। ଯାହାକି ବିଭାଗୀୟ ସହକାରୀ ନିର୍ବାହୀ ଯନ୍ତ୍ରୀ ଶ୍ୟାମସୁନ୍ଦର ସିଂ କାଠକୁ ବାହାର କରି ପାଇଲନ ବ୍ୟବହାର ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri