ବନାଗ୍ନି ରୋକିବାକୁ ବନ ବିଭାଗର ଅଭିନବ ପ୍ରୟାସ : ପଥ ପ୍ରାନ୍ତ ନାଟକ ମାଧ୍ୟମରେ ଉପାନ୍ତ ଅଞ୍ଚଳରେ ଜନ ସଚେତନତା

ବାଲିଗୁଡା, ୧୮।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡ ଡ଼ିଏଫଓ ବିଶ୍ୱରାଜ ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ରେଞ୍ଜର ହରିହର ବେହେରାଙ୍କ ପ୍ରତକ୍ଷ୍ୟ ତତ୍ୱାବଧାନରେ ଫରେଷ୍ଟର ଯୋଗେଶ୍ୱର ଧାରୁଆ ଇନଚାର୍ଜ ଫରେଷ୍ଟର ସନ୍ତୋଷ କୁମାର ପଟ୍ଟନାୟକଙ୍କ ନେତୃତ୍ୱରେ ସମସ୍ତ ବିଟ ଫରେଷ୍ଟର ଗାର୍ଡଙ୍କ ଉପସ୍ଥିତିରେ ବ୍ରାହ୍ମଣୀ ଗାଁ ବନାଞ୍ଚଳର ଗଦାପୁର ସେକ୍ସନର ଶ୍ରମୁଲି ଓ କାଟିଙ୍ଗିଆ ସେକ୍ସନର ମିଞ୍ଜାପାଙ୍ଗା ଗାଁରେ ବାନାଗ୍ନୀ ନିରାକରଣ ପାଇଁ ବନ ବିଭାଗର ଅଭିନ ପ୍ରୟାସ ଆରମ୍ଭ କରିଛି l ବନାଗ୍ନୀ ରୋକିବାକୁ ଖରାଦିନ ପୂର୍ବରୁ ଆଗୁଆ ପଦକ୍ଷେପ ନେଉଛି ବନବିଭାଗ l ଜନ ସଚେତନତା ସଭା ସହିତ ପଥ ପ୍ରାନ୍ତ ନାଟକ ଅନୁଷ୍ଠିତ ହେଉଛି l କନ୍ଧମାଳ କଳା ବିକାଶ କେନ୍ଦ୍ର ବାଲିଗୁଡା ଶାଖାର କଳାକାର ମାନେ ନିଖୁଣ ଅଭିନୟ ମାଧ୍ୟମରେ ଦର୍ଶକଙ୍କୁ ସଚେତନତା ର ବାର୍ତ୍ତା ବlଣ୍ଟିଥିଲେ । ଯୁବ ନାଟ୍ୟକାର ପ୍ରମୋଦ କୁମାର ଦଣ୍ଡସେନାଙ୍କ ରଚିତ ଓ ନିର୍ଦ୍ଦେଶନାରେ ସଚେତନଧର୍ମି ପଥପ୍ରାନ୍ତ ନାଟକ ” ଜଙ୍ଗଲ ଆମର ମାଆ “ବେଶ ହୃଦୟସ୍ପର୍ଶୀ ହୋଇଥିଲା l ଜଙ୍ଗଲ ନିଆଁ ନିରାକରଣ ପୋଡୁଚାଷରୁ ନିବୃତ ବେଆଇନ ଶିକାର ଏବଂ ମହୁଲ ସଂଗ୍ରହ ସମୟ ରେ ଗଛତଳେ ନିଆଁ ନଲଗାଇ ସଠିକ ଉପାୟରେ ମହୁଲ ଫୁଲ ସଂଗ୍ରହ ଏବଂ ବନ୍ୟପ୍ରାଣୀ ଙ୍କ ସୁରକ୍ଷା ସମ୍ପର୍କରେ ସଚେତନ କରାଯାଇଥିଲା l ଏହି କାର୍ଯ୍ୟକ୍ରମ ରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ, ବନ ସୁରକ୍ଷା ସମିତି ର ସଦସ୍ୟ ସମେତ ଗ୍ରାମବାସୀ ସକ୍ରିୟ ଅଂଶ ଗ୍ରହଣ କରିଥିଲେ l ଜଙ୍ଗଲ କୁ କିଭଳି ନିଆଁ ଦାଉରୁ ରକ୍ଷାକରି ଗ୍ରାମ୍ୟ ଜଙ୍ଗଲକୁ ସୁରକ୍ଷା ଦେବା ପାଇଁ ସମୂହ ଶପଥ ପାଠ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri