ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ ୨୦ ଟିକିଆ ହାତୀପଲ ଡେରା ପକାଇଥିବା ସମୟରେ କିଛି ଅମାନିଆ ଯୁବକ ହାତୀପଲଙ୍କୁ ବିଚଳିତ କରୁଥିଲେ। ବନ କର୍ମଚାରୀମାନେ ସେମାନଙ୍କୁ ଏଭଳି କରିବାରୁ ବାରଣ କରିବାରୁ କିଛି ଯୁବକ ଉତ୍‌କ୍ଷିପ୍ତ ହୋଇ ବନ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିବା ସହ ଅସଭ୍ୟ ଭାଷାରେ ଗାଳିଗୁଲଜ କରିଥିଲେ। ଏପରିକି ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରି ସେମାନଙ୍କୁ ଆକ୍ରମଣ କରିଥିଲେ, ଯେଉଁଥିରେ ବନ କର୍ମଚାରୀ ଆହତ ହୋଇଥିଲେ।

ଏହି ଘଟଣା ନେଇ ବନ ବିଭାଗ ପକ୍ଷରୁ ତୁରୁମୁଙ୍ଗା ଥାନାରେ ଲିଖିତ ଅଭିଯୋଗ କରାଯିବା ପରେ ପୁଲିସ ଏକ ମାମଲା (ନମ୍ବର ୨୦୪/୨୬) ରୁଜୁ କରିଛି। ଏହାର ତଦନ୍ତ ଦାୟିତ୍ୱ ଏ.ଏସ୍.ଆଇ. ସୁଜାତା ମହାନ୍ତ ଗ୍ରହଣ କରିଛନ୍ତି। ଅନ୍ୟପକ୍ଷରେ, ହାତୀପଲଙ୍କୁ ବିଚଳିତ ଓ ଚିଡ଼ାଇଥିବା ଅଭିଯୋଗରେ ବନ ବିଭାଗ ଦୁଇଜଣ ଯୁବକଙ୍କୁ ଉଠାଇ ଆଣି ତଦନ୍ତ କରିବା ପରେ ଶନିବାର ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଗିରଫ ହୋଇଥିବା ଯୁବକଦ୍ୱୟ ହେଲେ ଚମ୍ପୁଆ ଥାନା ପାଞ୍ଚପୋଖରିଆ ଗ୍ରାମର ମିହିର କୁମାର ନାଏକ (୨୧) ଏବଂ ଯୋଡ଼ା ଥାନା କୁଦାପି ଗ୍ରାମର ବିଜୟ ମହାନ୍ତ (୨୨) ବୋଲି ସଦର ବନପାଳ ଯତୀନ୍ଦ୍ର ସାହୁ ସୂଚନା ଦେଇଛନ୍ତି। ଏହି ଘଟଣାରେ ସଂପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ ମଧ୍ୟ ଶୀଘ୍ର ଗିରଫ କରାଯିବ ବୋଲି ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ପରଲୋକ; ରାଜ ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ଦେହାନ୍ତ ହୋଇଛି । ଗଞ୍ଜାମ ଜିଲାର ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ଶେଷ ସମ୍ରାଟ ରାଜା ରାମଚନ୍ଦ୍ର…

ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରୁ ଧମକ, ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ ): ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପୁଣି ବଢ଼ିଲା ଅଡୁଆ । ଜେଲରେ ରହିଥିବା ସମୟରେ ମୃତ ଭାଜପା ନେତା ତଥା ଆଇନଜୀବୀ…

ଆଦର୍ଶ ଆଇନଜୀବୀ ଭାବେ ପରିଚିତ ଥିଲେ ବଂଶୀଧର, ଆଜି ତାଙ୍କୁ ଝୁରୁଛି ଓକିଲ ସଂଘ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଓକିଲ ସଂଘର ବରିଷ୍ଠ ସଦସ୍ୟ ବରିଷ୍ଠ ଆଇନଜୀବୀ ବଂଶୀଧର ପାଳଙ୍କ ଭୁବନେଶରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ…

ସହରର ମୁଖ୍ୟ ରାସ୍ତାରେ ଗଦାହୋଇଛି ବାଲି, ଦୁର୍ଘଟଣାକୁ ଆମନ୍ତ୍ରଣ କରି…

ଗଞ୍ଜାମ,୧୬ା୯(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥଠାରୁ ଗଞ୍ଜାମ ସହରକୁ ସଂଯୋଗ ମୁଖ୍ୟ ରାସ୍ତାରେ ଅଧିକାଂଶ ସମୟରେ ଘର ନିର୍ମାଣ କାର୍ଯ୍ୟ ପାଇଁ ବାଲି ଶୁଖା ଯାଉଥିବା…

ବାଲସି ଗାଁରେ ନୂଆଖାଇ ଜୁହାର, ଏକାଠି ହୋଇ ନବାନ୍ନ ଭକ୍ଷଣ କରିବା ପରେ…

କେସିଙ୍ଗା,୧୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମର ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ଷଣା ବଂଶ ପକ୍ଷରୁ ନୂଆଖାଇ ଓ ଜୁହାର କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?