ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି। “ଗଛ ବଞ୍ଚିଲେ ଆମେ ବଞ୍ଚିବା” ବାର୍ତ୍ତାକୁ ଆଧାର କରି ଆୟୋଜିତ ଏହି କାର୍ଯ୍ୟକ୍ରମରେ ପରିବେଶ ସୁରକ୍ଷା ଓ ବୃକ୍ଷରୋପଣର ଗୁରୁତ୍ୱ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ସଚେତନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅଦିତୀ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଶୁମାନଙ୍କୁ ଅଧିକରୁ ଅଧିକ ଗଛ ଲଗାଇ ସବୁଜ ପରିବେଶ ସୃଷ୍ଟି କରିବା ସହ ଉଜ୍ଜ୍ୱଳ ଭବିଷ୍ୟତ ଗଠନ ଦିଗରେ ପ୍ରେରଣା ଦେଇଥିଲେ।

ମୁଖ୍ୟ ବକ୍ତା ଭାବେ ଉମରକୋଟର ଅତିରିକ୍ତ ତହସିଲଦାର ସୁଶ୍ରୀ ମୌସୁମୀ ସଜ୍ଜନ ଯୋଗଦେଇ ଘରେ ଛୋଟ ଛୋଟ ବଗିଚା କିମ୍ବା ଜଙ୍ଗଲ ସୃଷ୍ଟି କରି ସେଗୁଡ଼ିକର ଯତ୍ନ ନେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ।ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରମ୍ଭା ସେକ୍ସନର ଦିବ୍ୟଶଙ୍କର ବେହେରାଙ୍କ ତତ୍ତ୍ୱାବଧାନରେ ଏହି ବନମହୋତ୍ସବ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

ସଭାରେ ବିଦ୍ୟାଳୟର ସଭାପତି ବିଜୟ କୁମାର ବିଶ୍ୱାଳ ଯୋଗଦେଇ ବନ ଆମକୁ ପ୍ରାକୃତିକ ବିପର୍ଯ୍ୟୟରୁ କିପରି ସୁରକ୍ଷା ପ୍ରଦାନ କରେ, ସେ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁରେନ୍ଦ୍ର ପଣ୍ଡା ନିଜ ଜନ୍ମଦିନ ଅବସରରେ ପ୍ରତ୍ୟେକେ ଗୋଟିଏ ଗଛ ଲଗାଇ ତାହାର ଯତ୍ନ ନେବାକୁ ବାର୍ତ୍ତା ଦେଇଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀଙ୍କ ପାଇଁ ବକ୍ତୃତା, ଚିତ୍ରାଙ୍କନ ଓ କୁଇଜ୍ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। କୃତି ପ୍ରତିଯୋଗୀଙ୍କୁ ମାନପତ୍ର ସହ ପୁରସ୍କାର ପ୍ରଦାନ କରାଯାଇଥିଲା।

ବିଦ୍ୟାଳୟର ପ୍ରତିଷ୍ଠାତା ପୂର୍ଣ୍ଣଚନ୍ଦ୍ର ପଣ୍ଡା ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ଶୈକ୍ଷିକ ପ୍ରମୁଖ ଜ୍ୟୋତିର୍ମୟୀ ଦାଶ ମଧ୍ୟ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମକୁ ଅଞ୍ଜନା ମୁଦୁଲି ସଞ୍ଚାଳନ କରିଥିବା ବେଳେ ସସ୍ମିତା ମହାରଥୀ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଅବସରରେ ଶିକ୍ଷକ-ଶିକ୍ଷୟିତ୍ରୀ ଦୀପା ସାହୁ, ସ୍ୱପ୍ନାରାଣୀ ପାତ୍ର, ପି. ସନ୍ଧ୍ୟା ପ୍ରଧାନ, ଜାଗୃତି ସାହୁ, ବିଦେଶିନୀ ମାଳି, ଧୂଷାସନ ସାହୁ, ମାମାଲି ବାରିକ, ରଶ୍ମିତା ସାହୁ, ସୁମିତ୍ରା ଦାସ, ଲିଜା ଶତପଥୀ, ସମୀର ମହାରଣା, ସମୀର ନାହାକଙ୍କ ସମେତ ସମସ୍ତ ଛାତ୍ରଛାତ୍ରୀ ସକ୍ରିୟ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

ବଡ଼ଖେମୁଣ୍ଡି ହାଇସ୍କୁଲରେ ଶିକ୍ଷକ ଅଭାବ; ସ୍ମାରକପତ୍ର ଦେଲେ ଛାତ୍ର

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲରେ ଦୀର୍ଘଦିନ ହେଲା ଆବଶ୍ୟକ ଶିକ୍ଷକ ପଦବୀ ଖାଲି ପଡ଼ିଛି । ଯାହାଫଳରେ ଛାତ୍ରଙ୍କ ପାଠପଢା…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

ଉଡନ୍ତା ପାଉଁଶ ଗଦା ଉପରେ ବଡ଼ ଧରଣର ଚଢ଼ାଉ

କୁଆଁରମୁଣ୍ଡା,୨୭।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଉଡ଼ନ୍ତା ପାଉଁଶ ଗଦା କରାଯାଉଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri