କେନ୍ଦୁଝର,୨୭ା୨: କେନ୍ଦୁଝର ଜିଲାର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗୁଥିବାରୁ ବନ ବିଭାଗ ପାଇଁ ଚିନ୍ତାର କାରଣ ହୋଇଛି। ନିଆଁ ଲାଗିଲେ ଲିଭାଇବା ପାଇଁ କାୈଣସି ବ୍ୟବସ୍ଥା ଗ୍ରହଣ କରାଯାଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଜିଲାର ତେଲକୋଇ, ସଦର, ଭୂୟାଁ ଓ ଜୁଆଙ୍ଗପୀଢ଼, ଘଟଗାଁ, ଦୈତାରୀ, ବଡ଼ବିଲ ଆଦି ବନାଞ୍ଚଳ ଜଙ୍ଗଲରେ ନିଆଁ ଲାଗୁଥିବା ନଜିର ରହିଛି। ଏନେଇ ବନ ବିଭାଗ ପକ୍ଷରୁ ଜନ ସଚେତନତା ସୃଷ୍ଟି କରିବା ସହ ନିଆଁ ଲିଭାଇବା ପାଇଁ ସ୍କ୍ବାଡ୍‌ ଗଠନ କରାଯାଇଛି। ଏହା ସତ୍ତ୍ୱେ ପ୍ରତ୍ୟେକ ବର୍ଷ ଜିଲାର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗୁଥିବାରୁ ବ୍ୟାପକ କ୍ଷୟକ୍ଷତି ଘଟୁଛି। ତେଲକୋଇ ବନାଞ୍ଚଳ ଅନ୍ତର୍ଗତ ଛାମୁଣ୍ଡା ଜଙ୍ଗଲ ଓ ଆଖପାଖ ଚାଷ ଜମିରେ ନିଆଁ ଲାଗିବାରୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ହେଲେ ଘଟଣାସ୍ଥଳରେ ଉପସ୍ଥିତ ଥିବା ଜଣେମାତ୍ର କର୍ମଚାରୀ ନିରୁପାୟ ହୋଇ ନିଆଁ ଲିଭିବା ପର୍ଯ୍ୟନ୍ତ ଅପେକ୍ଷା କରିଥିଲେ। ନିଆଁ ବ୍ୟାପି ସମଗ୍ର ଅଞ୍ଚଳ ଧୂଆଁରେ ଆଚ୍ଛାଦିତ ହୋଇଯାଇଥିଲା । ଫଳରେ ତେଲକୋଇ-ଜଗମୋହନପୁର ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା।
ପ୍ରକାଶ ଯେ, ଛାମୁଣ୍ଡା, ବିଞ୍ଜବାହାଳ, ଗୋଳାବନ୍ଧ, କାକୁଡିଅମ୍ବା, ଟୁଙ୍ଗୁରୁବାହାଳ, ଦନ୍ଦରଗଣି, ନୂଆଡିହି ଆଦି ଅଞ୍ଚଳରେ ନିଆଁକୁ ରୋକିବା ପାଇଁ ୪ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ସେହିପରି ସଦର ରେଞ୍ଜ ଓ ଭୂୟାଁ ଓ ଜୁଆଙ୍ଗ ପୀଢ ରେଞ୍ଜ ଅନ୍ତର୍ଗତ ଜୁଡ଼ିଆ ଓ ସିଦ୍ଧମଠ ଜଙ୍ଗଲରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ସେହିପରି ସାହରପଡ଼ା ବ୍ଲକ ଲୁଙ୍ଗା ପଟାସ ଓ ବେଗୁନିଆପସି କାଜୁ ଜଙ୍ଗଲରେ ନିଆଁ ଲାଗିଥିବା ସୂଚନା ମିଳିଛି। କେହି ଦୁର୍ବୃତ୍ତ ନିଆଁ ଳଗାଇ ଦେଇଥିବା କୁହାଯାଉଛି। ଏନେଇ ଡିଏଫଓ ସ୍ବୟମ ମଲ୍ଲିକଙ୍କୁ ପଚାରିବାରୁ ବିଭିନ୍ନ ସ୍ଥାନରେ ନିଆଁ ଲାଗିଥିବା ଖବର ମିଳିଛି । ନିଆଁ ଲିଭାଇବା ପାଇଁ ପଦକ୍ଷେପ ନିଆଯାଉଛି। ପ୍ରାୟ ୧୫୦ ଜଣ କର୍ମଚାରୀ ଓ ୧୦ଟି ଗାଡ଼ିକୁ ନିୟୋଜିତ କରାଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri