ଜଙ୍ଗଲ ନିଆଁ: ଦୁଇଦିନରେ ଦୁଇଗୁଣ

ଭୁବନେଶ୍ୱର,୧୨।୩(ବ୍ୟୁରୋ): ସାରା ରାଜ୍ୟରେ ଜଙ୍ଗଲ ଜଳୁଛି। ଦିନକୁ ଦିନ ଏହା ବଢ଼ି ଚାଲିଛି। ଭାରତୀୟ ବନ ସର୍ବେକ୍ଷଣ ସୂଚନାନୁସାରେ, ବୁଧବାର ୪୯୭ଟି ଫାୟାର ପଏଣ୍ଟରେ ନିଆଁ ରହିଥିବାବେଳେ ଗୁରୁବାର ୧୦୪୮ ସାଟେଲାଇଟ୍‌ ଆଧାରିତ ଫାୟାର ପଏଣ୍ଟ ପଞ୍ଜୀକରଣ ହୋଇଛି। ତେବେ ଚିନ୍ତା ବଢ଼ାଇଥିବା ଶିମିଳିପାଳ ବନାଗ୍ନିକୁ ନିୟନ୍ତ୍ରଣ କରାଯାଇପାରିଛି। ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପରେ ଦୁଇଦିନରେ ଯଥାକ୍ରମେ ୨୬ ଓ ୨୪ଟି ଫାୟାର ପଏଣ୍ଟ ଚିହ୍ନଟ ହୋଇଥିବାବେଳେ ଏବେମାତ୍ର ୫ଟି ପଏଣ୍ଟ ରିପୋର୍ଟ ହୋଇଛି। ତେବେ ଆବଶ୍ୟକ ପଦକ୍ଷେପ ସହ ବର୍ଷା ଯୋଗୁ ନିଆଁକୁ ଆୟତ୍ତ କରିବା ସହଜ ହେଉଛି। ଅନ୍ୟପକ୍ଷରେ ଆସନ୍ତା ୩ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିବାରୁ ନିଆଁ ବ୍ୟାପିବାରେ ବାଧା ସୃଷ୍ଟି ହେବାର ସମ୍ଭାବନା ରହିଛି।
ଜଙ୍ଗଲ ନିଆଁ ସ୍ଥିତି ନିୟନ୍ତ୍ରଣକୁ ଆସୁଥିଲେ ମଧ୍ୟ ଅଗ୍ନିଋତୁ ବାକି ଥିବାରୁ ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ସତର୍କ ରହିଛନ୍ତି ବୋଲି ଫରେଷ୍ଟ ଫାୟାର ଟାସ୍କ ଫୋର୍ସ ପକ୍ଷରୁ ସୂଚନା ଦିଆଯାଇଛି। ଟାସ୍କ ଫୋର୍ସ ଅଧ୍ୟକ୍ଷ ସମସ୍ତ ଆଞ୍ଚଳିକ ବନ ସଂରକ୍ଷକ ଓ ବନଖଣ୍ଡ ଅଧିକାରୀଙ୍କୁ ନେଇ ଭିଡିଓ ସମ୍ମିଳନୀରେ ବନାଗ୍ନି ଉପରେ ସବିଶେଷ ସମୀକ୍ଷା କରିଛନ୍ତି। ସମସ୍ତେ ସଜାଗ ରହିବା ସହ ରାତ୍ରି ପାଟ୍ରୋଲିଂ କରି ତୁରନ୍ତ ଜଙ୍ଗଲ ଫାୟାର ପଏଣ୍ଟରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିବାକୁ ସେ ପରାମର୍ଶ ଦେଇଛନ୍ତି। ନିଆଁକୁ ଆୟତ୍ତ କରିବା ପାଇଁ ନିୟୋଜିତ ୪ ଓଡ୍ରାଫ୍‌ ଟିମ୍‌ ସ୍ଥାନରେ ବର୍ତ୍ତମାନ ୨୫ଜଣ ସଦସ୍ୟ ବିଶିଷ୍ଟ ୮ ଟିମ୍‌ ନିୟୋଜିତ ହୋଇଛନ୍ତି ବୋଲି ପିସିସିଏଫ୍‌ଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି।
ଫେବୃୟାରୀରୁ ଅତ୍ୟଧିକ ଖରା ଯୋଗୁ ରାଜ୍ୟର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଚଳିତବର୍ଷ ଆହୁରି ଅଧିକ ଖରା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏହାକୁ ଦୃଷ୍ଟିରେ ରଖି ଏନ୍‌ଟିସିଏ ଶିମିଳିପାଳ ଓ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପରେ ବନ୍ୟପ୍ରାଣୀଙ୍କ ସୁରକ୍ଷା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରିବାକୁ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ (ଏନ୍‌ଟିସିଏ) ରାଜ୍ୟ ସରକାରଙ୍କୁ କହିଛି। ବ୍ୟାଘ୍ର ସଂରକ୍ଷଣ ଯୋଜନା ଅନୁଯାୟୀ, ଜଙ୍ଗଲ ଅଞ୍ଚଳରେ ନିଆଁକୁ ଆୟତ୍ତ କରିବା ପାଇଁ ସମସ୍ତ ପ୍ରତିଷେଧକ ଓ ନିୟନ୍ତ୍ରଣ ପ୍ରଣାଳୀ ପ୍ରୟୋଗ କରିବା ଲାଗି ଏନ୍‌ଟିସିଏ ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଏବଂ ଶିମିଳିପାଳ ଓ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଚିଠି ଲେଖି ଜଣାଇଛନ୍ତି। ଏଥିସହିତ ଏ ନେଇ କ’ଣ ପଦକ୍ଷେପ ନିଆଯାଉଛି ତା’ର ଏକ ରିପୋର୍ଟ ଦେବା ପାଇଁ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri