ଦକ୍ଷିଣ କୋରିଆରେ ଜଙ୍ଗଲ ନିଆଁ: ଜଳିଗଲା ୩୦୦ ଘର, ୨୪ ମୃତ

ସିଓଲ,୨୭ା୩: ଦକ୍ଷିଣ କୋରିଆର ଦକ୍ଷିଣ ଭାଗ ଜଙ୍ଗଲରେ ଲାଗିଥିବା ନିଆଁରେ ଅଦ୍ୟାବଧି ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିଛି। ବନାଗ୍ନିରେ ୩୦୦ରୁ ଅଧିକ ଘର ଜଳିଯାଇଛି। ନିଆଁର ଭୟାବହତାକୁ ଦୃଷ୍ଟିରେ ରଖି ପ୍ରାୟ ୨୯,୦୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା ବୁଧବାର ସେଠାକାର ଅଧିକାରୀମାନେ ସୂଚନା ଦେଇଛନ୍ତି।

ନିଆଁ ଲିଭାଇବାକୁ ଯାଇଥିବା ଏକ ହେଲିକପ୍ଟର ଉଲ୍‌ସେଓଙ୍ଗ୍‌ରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ସେଥିରେ ଥିବା ପାଇଲଟ୍‌ଙ୍କ ମୃତ୍ୟୁ ଘଟିଛି। ଅନ୍ୟ ସ୍ଥାନଗୁଡ଼ିକରେ ପ୍ରାଣ ହରାଇଥିବା ୩୦୦ରୁ ଊର୍ଦ୍ଧ୍ୱ ନାଗରିକଙ୍କ ବୟସ ୬୦ରୁ ୭୦ ବର୍ଷ ଭିତରେ ହେବ। ନ୍ୟାଶନାଲ ଫାୟାର ଏଜେନ୍ସି କହିଛି, ଅନୂ୍ୟନ ୨୬ ଜଣ ନିଆଁର ସଂସ୍ପର୍ଶରେ ଆସି ଆହତ ହୋଇଛନ୍ତି। ୬୧୮ ଶତାବ୍ଦୀରେ ନିର୍ମିତ ଏକ ପ୍ରାଚୀନ ବୌଦ୍ଧ ମନ୍ଦିର(ଗୌନ୍‌ସା ଟେମ୍ପଲ), ଘରଦ୍ୱାର, ଫ୍ୟାକ୍ଟ୍ରି ଆଦି ଜଳିଯାଇଛି। ୧୭,୭୫୨ ହେକ୍ଟର (୪୩,୮୬୬ ଏକର) ଜଙ୍ଗଲ ପାଉଁଶ ହୋଇଯାଇଥିବା ସରକାରଙ୍କ ଜରୁରୀ ପ୍ରଶମନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଶୁକ୍ରବାରଠାରୁ ଲାଗିଥିବା ଏହି ଜଙ୍ଗଲ ନିଆଁକୁ ଦକ୍ଷିଣ କୋରିଆର କାର୍ଯ୍ୟକାରୀ ରାଷ୍ଟ୍ରପତି ହାନ୍‌ ଡ୍ୟୁକ୍‌-ସୁ ସବୁଠୁ ଭୟଙ୍କର ବୋଲି ଏକ ଟେଲିଭିଜନ୍‌ ସମ୍ବୋଧନରେ କହିଛନ୍ତି। ଏହି ଅଭୂତପୂର୍ବ ସଙ୍କଟ ରେକର୍ଡ ବୁକ୍ସରେ ନୂଆ ଇତିହାସ ଲେଖୁଛି ବୋଲି ସେ କହିଛନ୍ତି। ଭୟାବହ ବନାଗ୍ନିକୁ ଆୟତ୍ତ କରିବା ପାଇଁ ୧୩୦ ହେଲିକପ୍ଟର ସହାୟତାରେ ୪,୬୫୦ ଅଗ୍ନିଶମ କର୍ମଚାରୀ, ସୈନ୍ୟ ଓ ଅନ୍ୟ ଯବାନମାନେ ନିୟୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri