ଆୟତ୍ତରେ ନାହିଁ ଜଙ୍ଗଲ ନିଆଁ

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ରାଜ୍ୟରେ ଜଙ୍ଗଲ ନିଅଁା ଆୟତ୍ତରେ ନାହିଁ। କେବଳ ବର୍ଷା ହି ଭରସା। ଗତ ନଭେମ୍ବରରୁ ରାଜ୍ୟରେ ବର୍ଷା ହୋଇନାହିଁ। ଅନ୍ୟପଟେ ତାପମାତ୍ରା ମଧ୍ୟ ବଢ଼ିଚାଲିଛି। ଗତ କିଛି ସପ୍ତାହ ହେବ ରାଜ୍ୟର ଅଧିକାଂଶ ଜଙ୍ଗଲରେ ନିଆଁ ଲାଗିଛି। କୋରାପୁଟରୁ କନ୍ଧମାଳ, ଗଞ୍ଜାମରୁ ରାୟଗଡ଼ା ସବୁଠି ଜଙ୍ଗଲ ନିଆଁ ବ୍ୟାପୁଛି। ସମଗ୍ର ଦେଶର ୫୭୦ଟି ସ୍ଥାନରେ ନିଆଁ ଲାଗିଥିବା ବେଳେ ଓଡ଼ିଶାରେ କେବଳ ୧୪୨ ସ୍ଥାନରେ ନିଅଁା ଲାଗିଛି। ଓଡ଼ିଶାରେ ଲାଗିଥିବା ନିଆଁକୁ ଆୟତ୍ତ କରିବାରେ ରାଜ୍ୟ ବନ ବିଭାଗ ବିଫଳ ହୋଇଛି। କେବଳ ଚଳିତ ବର୍ଷ ନୁହେଁ, ରାଜ୍ୟରେ ଲଗାତର ନିଆଁ ଲାଗି ଅନେକ ଜଙ୍ଗଲ ସମ୍ପଦ ନଷ୍ଟ ହୋଇଛି। ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗରୁ ମିଳିଥିବା ସୂଚନା ଅନୁସାରେ ୨୦୧୮ରୁ ଏ ପର୍ଯ୍ୟନ୍ତ ମୋଟ ୧,୫୩,୫୫୯ ବନାଗ୍ନି ବ୍ୟାପି ୬୧,୫୩୧ ହେକ୍ଟର ଜଙ୍ଗଲ ଧ୍ୱଂସ ହୋଇଛି। ୨୦୧୮ରେ ୩୧,୬୮୦ଟି ଜଙ୍ଗଲ ନିଆଁରେ ୯୭୩୦.୦୭ ହେକ୍ଟର ଜଙ୍ଗଲ ଜଳିପୋଡି ଯାଇଥିବା ବେଳେ ୨୦୧୯ରେ ୧୯୭୮୭ଟି ଜଙ୍ଗଲ ନିଆଁରେ ୭୧୭୪.୯୫ ହେକ୍ଟର, ୨୦୨୦ରେ ୧୧୦୮୮ଟି ନିଆଁରେ ୬୦୭୦.୨୫ ହେକ୍ଟର, ୧୦୨୧ରେ ୫୭୩୩୯ଟି ଜଙ୍ଗଲ ନିଅଁାରେ ୨୮୬୫୩. ୧୭ ହେକ୍ଟର,୨୦୨୨ରେ ୨୯,୧୯୯ଟି ଜଙ୍ଗଲ ନିଆଁରେ ୮୪୫୦. ୩୯ ହେକ୍ଟର ଏବଂ ୨୦୨୩ ଫେବୃୟାରୀ ଶେଷ ବେଳକୁ ରାଜ୍ୟରେ ୧୪୪୫.୧୧ ହେକ୍ଟର ଜଙ୍ଗଲ ନିଆଁ ଯୋଗୁ ନଷ୍ଟ ହୋଇଛି। ତେବେ ଚଳିତ ବର୍ଷ ରାଜ୍ୟର ବିଭିନ୍ନ ବନଖଣ୍ଡରେ ଲାଗିଥିବା ଜଙ୍ଗଲ ନିଆଁର ୯୩ ପ୍ରତିଶତ ଆୟତ୍ତ କରାଯାଇଛି। ବର୍ଷା ହେଲେ ହିଁ ଜଙ୍ଗଲ ନିଆଁକୁ ଆୟତ୍ତ କରାଯାଇ ପାରିବ ବୋଲି ଜଙ୍ଗଲ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri