ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ହେବାକୁ ଥିବାରୁ ସମଗ୍ର କନ୍ଧମାଳ ଜିଲାରେ ବିଦ୍ୟୁତ ସରବରାହ ଶନିବାର ବନ୍ଦ ରହିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି। ଫଳରେ ବିଦ୍ୟୁତ୍‌ ଉପଭୋକ୍ତା ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଚାଲିଥିବାରୁ ତାପମାତ୍ରା ୪୨ ଡିଗ୍ରୀରୁ ଊଦ୍ଧର୍‌ବ ରହୁଛି। ଗୁଳୁଗୁଳିରେ ଲୋକମାନେ ଆଉଟୁପାଉଟୁ ହେଉଥିବା ବେଳେ ନା ଘରେ ରହିପାରୁଛନ୍ତି ନା ବାହାରକୁ ଯାଇପାରୁଛନ୍ତି । ଏଥିସହିତ ଟାଓ୍ବାର ଭୋଲ୍‌ଟେଜ୍‌ ଲାଇନ୍‌ଟି କଳିଙ୍ଗା ଘାଟି ଦେଇ ଆସିଥିବା ବେଳେ କଳିଙ୍ଗା ଘାଟି ସମେତ ଅନେକ ପାହାଡ଼ିଆ ଅଞ୍ଚଳରେ ନିଆଁ ଲାଗିଥିବା ବେଳେ କିପରି ଦିନ ତମାମ ଲାଇନ୍‌ରେ କାମ ହେବ ତାହାହିଁ ପ୍ରଶ୍ନବାଚୀ ସୃଷ୍ଟି କରିଛ।

ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ଟାଣଖରାରେ କାମ କରିବା ପାଇଁ ବାରଣ ରହିଛି। ସାସ୍ଥ୍ୟସେବା କେନ୍ଦ୍ରଗୁଡ଼ିକରେ ବିଦ୍ୟୁତ୍‌ ଯୋଗାଣ ବାଧାପ୍ରାପ୍ତ ସହିତ ବିକଳ୍ପ ନ ଥିବାରୁ ରୋଗୀସେବା ଅନ୍ତରାୟ ସୃଷ୍ଟି ହେବାର ସମ୍ଭାବନାକୁ ମଧ୍ୟ ଏଡ଼ାଇ ଦିଆଯାଇ ନ ପାରେ।

ପ୍ରକାଶ ଥାଉକି, ବିଗତ ଶୀତଦିନରେ ୩ରୁ ୪ ଥର ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ କରାଯାଇଥିଲା। ଏନେଇ ଦାରିଙ୍ଗବାଡ଼ି ବିଦ୍ୟୁତ ବିଭାଗ ସହକାରୀ ଯନ୍ତ୍ରୀ ଶିବପ୍ରସାଦ ନାୟକଙ୍କ ସହ ଯୋଗାଯୋଗ କରାଯିବାରୁ ଏହା ଭଞ୍ଜନଗର ଗ୍ରୀଡ୍‌ ପକ୍ଷରୁ କୌଣସି ଏକ ଜରୁରିକାଳୀନ ମରାମତି ପାଇଁ ବିଦ୍ୟୁତ୍‌ ସରବରାହ ବନ୍ଦ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri