ଜଙ୍ଗଲରେ ଘର ନିର୍ମାଣକୁ ବାରଣ କରିବାରୁ ଫରେଷ୍ଟଗାର୍ଡଙ୍କୁ ମାଡ଼

ଝରିଗାଁ,୧୬ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ସଂରକ୍ଷିତ ଜଙ୍ଗଲ ଅନ୍ତର୍ଗତ ହାତିବାଡ଼ି ଗ୍ରାମର ଜଗନ୍ନାଥ ସାନ୍ତା ବେନିୟମ ଭାବେ ମାଟି ଓ ଇଟା ଦ୍ୱାରା ଘର ନିର୍ମାଣ କରୁଥିଲେ। କୌଣସି ପ୍ରକାରେ ଝରିଗାଁ ବନ ବିଭାଗ ଖବର ପାଇ ଝରିଗାଁ ଫରେଷ୍ଟର, ଫରେଷ୍ଟ ଗାର୍ଡ, ଓ୍ବାଇଲ୍ଡ ଲାଇଫ୍‌ ଟିମ୍‌ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଥିଲେ ଏବଂ ସଂରକ୍ଷିତ ଜଙ୍ଗଲରେ ନୂତନ ଘର ନିର୍ମାଣକୁ ନେଇ ବାରଣ କରିଥିଲେ। ତେବେ ଜଗନ୍ନାଥ ସାନ୍ତାଙ୍କ ପରିବାର ସହ ବନ ବିଭାଗ କର୍ମଚାରୀମାନଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏହା ପରେ ଜଗନ୍ନାଥ ସାନ୍ତାଙ୍କ ସହ ପୁଅ କୃଷ୍ଣ ସାନ୍ତା ଏବଂ ସେଠାରେ କାମ କରୁଥିବା ଅନ୍ୟ ଦୁଇ ଜଣ ଶ୍ରମିକ ବନବିଭାଗ କର୍ମଚାରୀ ଉପରେ ଆକ୍ରମଣ କରିଥିଲେ।

ଆକ୍ରମଣରେ ଫରେଷ୍ଟ ଗାର୍ଡ ରାଜୁ ମଣ୍ଡଳ ତଳେ ପଡ଼ିଯିବାର ସୁଯୋଗ ପାଇ ଜଗନ୍ନାଥ ସାନ୍ତା ଇଟା ସାହାଯ୍ୟରେ ରାଜୁଙ୍କୁ ଆକ୍ରମଣ କରିଥିଲେ। ଫଳରେ ରାଜୁଙ୍କ ମୁଣ୍ଡରେ ଗଭୀର ଆଘାତ ହୋଇଥିଲା। ସେହିପରି ବନ କର୍ମଚାରୀମାନଙ୍କୁ ମଧ୍ୟ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଯେକୌଣସି ପ୍ରକାରେ ସେଠାରୁ ଫେରି ଆସି ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରାଜୁ ମଣ୍ଡଳଙ୍କ ଚିକିତ୍ସା କରାଇଥିଲେ। ଘଟଣା ନେଇ ରେଞ୍ଜର ଗୋବିନ୍ଦ ନାୟକ ଡିଏଫ୍‌ଓ ଶୁଭେନ୍ଦୁ ପ୍ରସାଦ ବେହେରାଙ୍କୁ ଅବଗତ କରାଇବା ପରେ ତୁରନ୍ତ ଝରିଗାଁ ଆସି ଘଟଣାର ତଦନ୍ତ କରିଥିଲେ। ସେହିପରି ରାଜୁ ଘଟଣା ନେଇ ଝରିଗାଁ ଥାନାରେ ଲିଖିତ ଅଭିଯୋଗ କରିଥିବା ବେଳେ ଝରିଗାଁ ଥାନା କେସ୍‌ ନମ୍ବର ୭୬/୨୫ରେ ଏକ ମାମଲା ରୁଜୁ କରାଯାଇଛି। ଥାନା ଅଧିକାରୀ ପ୍ରଦୀପ କୁମାର ଶବର ଘଟଣା ସମ୍ପର୍କରେ ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri