ଜଙ୍ଗଲରେ ଘର ନିର୍ମାଣକୁ ବାରଣ କରିବାରୁ ଫରେଷ୍ଟଗାର୍ଡଙ୍କୁ ମାଡ଼

ଝରିଗାଁ,୧୬ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ସଂରକ୍ଷିତ ଜଙ୍ଗଲ ଅନ୍ତର୍ଗତ ହାତିବାଡ଼ି ଗ୍ରାମର ଜଗନ୍ନାଥ ସାନ୍ତା ବେନିୟମ ଭାବେ ମାଟି ଓ ଇଟା ଦ୍ୱାରା ଘର ନିର୍ମାଣ କରୁଥିଲେ। କୌଣସି ପ୍ରକାରେ ଝରିଗାଁ ବନ ବିଭାଗ ଖବର ପାଇ ଝରିଗାଁ ଫରେଷ୍ଟର, ଫରେଷ୍ଟ ଗାର୍ଡ, ଓ୍ବାଇଲ୍ଡ ଲାଇଫ୍‌ ଟିମ୍‌ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଥିଲେ ଏବଂ ସଂରକ୍ଷିତ ଜଙ୍ଗଲରେ ନୂତନ ଘର ନିର୍ମାଣକୁ ନେଇ ବାରଣ କରିଥିଲେ। ତେବେ ଜଗନ୍ନାଥ ସାନ୍ତାଙ୍କ ପରିବାର ସହ ବନ ବିଭାଗ କର୍ମଚାରୀମାନଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏହା ପରେ ଜଗନ୍ନାଥ ସାନ୍ତାଙ୍କ ସହ ପୁଅ କୃଷ୍ଣ ସାନ୍ତା ଏବଂ ସେଠାରେ କାମ କରୁଥିବା ଅନ୍ୟ ଦୁଇ ଜଣ ଶ୍ରମିକ ବନବିଭାଗ କର୍ମଚାରୀ ଉପରେ ଆକ୍ରମଣ କରିଥିଲେ।

ଆକ୍ରମଣରେ ଫରେଷ୍ଟ ଗାର୍ଡ ରାଜୁ ମଣ୍ଡଳ ତଳେ ପଡ଼ିଯିବାର ସୁଯୋଗ ପାଇ ଜଗନ୍ନାଥ ସାନ୍ତା ଇଟା ସାହାଯ୍ୟରେ ରାଜୁଙ୍କୁ ଆକ୍ରମଣ କରିଥିଲେ। ଫଳରେ ରାଜୁଙ୍କ ମୁଣ୍ଡରେ ଗଭୀର ଆଘାତ ହୋଇଥିଲା। ସେହିପରି ବନ କର୍ମଚାରୀମାନଙ୍କୁ ମଧ୍ୟ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଯେକୌଣସି ପ୍ରକାରେ ସେଠାରୁ ଫେରି ଆସି ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରାଜୁ ମଣ୍ଡଳଙ୍କ ଚିକିତ୍ସା କରାଇଥିଲେ। ଘଟଣା ନେଇ ରେଞ୍ଜର ଗୋବିନ୍ଦ ନାୟକ ଡିଏଫ୍‌ଓ ଶୁଭେନ୍ଦୁ ପ୍ରସାଦ ବେହେରାଙ୍କୁ ଅବଗତ କରାଇବା ପରେ ତୁରନ୍ତ ଝରିଗାଁ ଆସି ଘଟଣାର ତଦନ୍ତ କରିଥିଲେ। ସେହିପରି ରାଜୁ ଘଟଣା ନେଇ ଝରିଗାଁ ଥାନାରେ ଲିଖିତ ଅଭିଯୋଗ କରିଥିବା ବେଳେ ଝରିଗାଁ ଥାନା କେସ୍‌ ନମ୍ବର ୭୬/୨୫ରେ ଏକ ମାମଲା ରୁଜୁ କରାଯାଇଛି। ଥାନା ଅଧିକାରୀ ପ୍ରଦୀପ କୁମାର ଶବର ଘଟଣା ସମ୍ପର୍କରେ ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri