ଫରେଷ୍ଟଗାର୍ଡଙ୍କୁ ହତ୍ୟା: ସହାୟତା ରାଶି ଘୋଷଣା ସହ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୫: ଶିକାରୀ ଗୁଳିରେ ଶନିବାର ଜଣେ ଫରେଷ୍ଟଗାର୍ଡଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି।

ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ PCCFକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୃତକ ଜଣ ହେଲେ ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ। ସେ ପାଟ୍ରୋଲିଂ କରୁଥିବା ବେଳେ ଶିକାରୀଙ୍କ ଗୁଳିରେ ତାଙ୍କର ମୃତ୍ୟୁ ଘଟିଛି।

ଶୁକ୍ରବାର ବିଳମ୍ବିତ ରାତିରେ ତଣ୍ଟିଚିରାଠାରେ ବନ୍ୟଜନ୍ତୁ ଶିକାର କରି ଶିକାରୀମାନେ ମାଂସ ଭାଗ କରୁଥିବା ଖବର ପାଇ ଫରେଷ୍ଟର ପ୍ରହ୍ଲାଦ ବନ କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେଠାରେ ଶିକାରୀଙ୍କ ସହ ତାଙ୍କର ଧସ୍ତାଧସ୍ତି ହୋଇଥିଲା। ଏହା ପରେ ଶିକାରୀମାନେ ତାଙ୍କୁ ଗୁଳିମାଡ଼ କରିଥିଲେ। ଗୁଳି ମାନସଙ୍କ ପେଟ ନାଭି ସ୍ଥଳରେ ବାଜି ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ହିନ୍ଦୋଳ ଉପଖଣ୍ଡ ଚିକିତ୍ସାଳୟ ଓ ପରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ମାନସଙ୍କ ଘର କାମକ୍ଷାନଗର ଥାନା ଜିରିଡ଼ାମାଳି ଗ୍ରାମରେ ବୋଲି ଜଣାପଡ଼ିଛି। ବନବିଭାଗ ଓ ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି। ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅନୁଗୋଳସ୍ଥିତ ଆଞ୍ଚଳିକ ବନ ସଂରକ୍ଷକ ଓ ଢେଙ୍କାନାଳ ଜିଲା ବନଖଣ୍ଡ ଅଧିକାରୀ ଉପସ୍ଥିତ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri