ଜଳୁଛି ଜଙ୍ଗଲ: ୧୧ ସ୍ଥାନରେ ନିଆଁ, ବଢୁଛି ତାତି

ଭଞ୍ଜନଗର,୭ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର ବିଭିନ୍ନ ଜଙ୍ଗଲରେ ବିଗତ ୩ ଦିନ ମଧ୍ୟରେ ୧୦ରୁ ଉଦ୍ଧର୍‌ବ ଜଙ୍ଗଲରେ ନିଆଁ ଲାଗିଥିବା ଜଣାପଡ଼ିଛି। ଏହିଭଳି ପରିସ୍ଥିତିରେ ଶୁକ୍ରବାର ଆଉ ୧୧ଟି ସ୍ଥାନରେ ନିଆଁ ଲାଗିଥିବା ଜଣାପଡିଛି। ସେଥିମଧ୍ୟରୁ ମୁଜାଗଡ଼ ରେଞ୍ଜ ରମ୍ଭାବାଲି, ବିଞ୍ଜିଗିରି, ମୁଜାଗଡ଼, ଦୁର୍ଗାପ୍ରସାଦ, ବିରିପଦର ଜଙ୍ଗଲରେ ନିଆଁ ଲାଗିଛି। ସେହିଭଳି ତାରସିଂ ରେଞ୍ଜର ବ୍ରାହ୍ମଣସାହି, ଗାୟଗଣ୍ଡା ଏବଂ ଲାଠିପଡ଼ା ଜଙ୍ଗଲ ସମେତ ଅନ୍ୟାନ୍ୟ ଜଙ୍ଗଲରେ ନିଆଁ ଲାଗିଥିବା ସାଟେଲାଇଟ ତଥ୍ୟରୁ ଜଣାପଡ଼ିଛି। ନିଆଁକୁ ଦମନ କରିବା ପାଇଁ ବିଭାଗୀୟ କର୍ମଚାରୀ ଖବର ଲେଖା ହେବା ସୁଦ୍ଧା ଚେଷ୍ଟା ଚଳାଇଛନ୍ତି। ସେଥିମଧ୍ୟରୁ ମୁଜାଗଡ଼ ରେଞ୍ଜ ପକ୍ଷରୁ ୩ଟି ସ୍ଥାନରେ ନିଆଁକୁ ଲିଭାଯାଇଛି। ବଳକା ନିଆଁକୁ ଦମନ ପାଇଁ ଚେଷ୍ଟା ଚାଲିଛି। ଅନ୍ୟପଟେ ଆଜି ଭଞ୍ଜନଗର ଅଞ୍ଚଳରେ ତାପମାତ୍ରା ୩୪ ଡିଗ୍ରୀ ଥିବା ବେଳେ ବୁଧବାର ସୁଦ୍ଧା ତାହା ୩୮ ଡିଗ୍ରୀରେ ପହଞ୍ଚିବା ସମ୍ଭାବନା ରହିଛି। ଗୋଟିଏ ପଟେ ଜଙ୍ଗଲ ପୋଡ଼ି ଅନ୍ୟପଟେ ତାପମାତ୍ରା ବୃଦ୍ଧି ଯୋଗୁ ଆଗାମୀ ଦିନରେ ଲୋକେ ଧୂଆଁ ଏବଂ ଗରମ ପାଇଁ ଅସୁବିଧାର ସମ୍ମୁଖୀନ ହେବେ। ତେଣୁ ଜଙ୍ଗଲ ନିଆଁ ଯେଭଳି ନ ଲାଗିବ ସେଥିପାଇଁ ବିଭାଗ ପକ୍ଷରୁ ଆହୁରି ଅନେକ କିଛି ନୂଆ ପଦକ୍ଷେପ ନିଆଯିବାର ଆବଶ୍ୟକତା ରହିଛି। ବର୍ତ୍ତମାନ କର୍ମଚାରୀ ଏବଂ ବନ ସୁରକ୍ଷା ସମିତି କର୍ମକର୍ତ୍ତା ମିଳିତ ଭାବେ ନିଆଁକୁ ନିୟନ୍ତ୍ରଣ ପାଇଁ ଚେଷ୍ଟା ଚଳାଇଛନ୍ତି। ଜଙ୍ଗଲ ନିଆଁ ରୋକିବା ପାଇଁ ବିଭାଗ ପକ୍ଷରୁ ବାରମ୍ବାର ସଚେତନତା କାର୍ଯ୍ୟକ୍ରମ କରାଯାଇଛି। ତଥାପି କିଛି ଅସାମାଜିକ ଲୋକ ଜଙ୍ଗଲରେ ନିଆଁ ଲଗାଇ ଦେଉଛନ୍ତି। ଯାହାକି ଚିନ୍ତାଜନକ ବିଷୟ। ଖରାବେଳେ ପବନ ବହୁଥିବା ଯୋଗୁ ନିଆଁକୁ ନିୟନ୍ତ୍ରଣ କରିବା ସମୟରେ ବନ ବିଭାଗ କର୍ମଚାରୀ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?