ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ମଞ୍ଜୁରୀ ସ୍ଥଗିତ

ନୂଆଦିଲ୍ଲୀ,୪।୭: ଓଡ଼ିଶାର ପୁରୀରେ ପ୍ରସ୍ତାବିତ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମୋଦନକୁ ପରିବେଶ ମନ୍ତ୍ରଣାଳୟର ଜଙ୍ଗଲ ପରାମର୍ଶଦାତା କମିଟି (FAC) ସ୍ଥଗିତ ରଖିଛି। ଅଲିଭ ରିଡଲେ କଇଁଛ ଏବଂ ବିଦେଶାଗତ ପକ୍ଷୀଙ୍କ ସମ୍ଭାବ୍ୟ କ୍ଷତି ଏବଂ ଘୂର୍ଣ୍ଣିବାତ୍ୟାରୁ ଉପକୂଳକୁ ସୁରକ୍ଷା ଦେଉଥିବା ୧୩୦୦୦ ଗଛ ନଷ୍ଟ ହେବା ପ୍ରଭାବ ସମ୍ପର୍କରେ ଉଲ୍ଲେଖ କରି ପରିବେଶ ମନ୍ତ୍ରଣାଳୟ ଏହି ନିଷ୍ପତ୍ତି ନେଇଛି।

ବଡ଼ ପ୍ରକଳ୍ପ ପାଇଁ ଜଙ୍ଗଲ ଜମି ଖୋଜୁଥିବା ପ୍ରସ୍ତାବଗୁଡ଼ିକର ଯାଞ୍ଚ କରୁଥିବା FAC, ଓଡ଼ିଶା ସରକାରଙ୍କୁ ସତର୍କତାମୂଳକ ପଦକ୍ଷେପ ନେବାକୁ ଏବଂ ଏହି ମାମଲାକୁ ଭାରତୀୟ ବନ୍ୟପ୍ରାଣୀ ପ୍ରତିଷ୍ଠାନ(WII)କୁ ପଠାଇବାକୁ ଅନୁରୋଧ କରିଛି।

ପୁରୀ ଉପକୂଳରେ ଅଲିଭ ରିଡଲେ କଇଁଛ, ଇରାୱାଡି ଡଲଫିନ ଏବଂ ଚିଲିକା ହ୍ରଦକୁ ଆସୁଥିବା ପ୍ରବାସୀ ପକ୍ଷୀଙ୍କ ପାଇଁ ସମ୍ଭାବ୍ୟ ବିପଦ ଏବଂ ସଂରକ୍ଷଣ ଆବଶ୍ୟକତା ସମ୍ପର୍କରେ ଉଠାଯାଇଥିବା ଚିନ୍ତାକୁ ଦୃଷ୍ଟିରେ ରଖି, ରାଜ୍ୟ ଏହି ବିଷୟ ଉପରେ WIIର ମତାମତ ଏବଂ ସୁପାରିଶ ଲୋଡିବ ବୋଲି FAC କହିଛି।

ଶ୍ରୀ ଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ଗତ ମେ ୫ରେ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରଣାଳୟ ଦ୍ୱାରା ମଞ୍ଜୁର ହୋଇଥିଲା। ପୁରୀ ଜିଲାର ସିପାସରୁବାଲିରେ ପ୍ରାୟ ୪୭୧ ହେକ୍ଟର ଜମିରେ ନିର୍ମାଣ କରାଯିବାର ପ୍ରସ୍ତାବ ରହିଛି। ରାଜ୍ୟ ସରକାର ଏହି ପ୍ରକଳ୍ପ ପାଇଁ ୨୭.୮୮ ହେକ୍ଟର ଜଙ୍ଗଲ ଜମି ବ୍ୟବହାର ପାଇଁ ଅନୁମୋଦନ ଲୋଡିଛନ୍ତି, ଯାହାର ମୂଲ୍ୟ ଆନୁମାନିକ ୫,୬୩୧କୋଟି ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

୨୦୨୬ରେ ବନ୍ଦ ହୋଇଯିବ ଏସବୁ ସରକାରୀ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୭।୧୨: କେନ୍ଦ୍ର ସରକାର ଏବେ ସାର୍ୱଜନୀନ କ୍ଷେତ୍ର ବ୍ୟାଙ୍କ (PSU ବ୍ୟାଙ୍କ)ର ପ୍ରତିଛବି ଏବଂ ଭାଗ୍ୟ ଉଭୟକୁ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ରିପୋର୍ଟ ଅନୁଯାୟୀ,...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri