ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ମଞ୍ଜୁରୀ ସ୍ଥଗିତ

ନୂଆଦିଲ୍ଲୀ,୪।୭: ଓଡ଼ିଶାର ପୁରୀରେ ପ୍ରସ୍ତାବିତ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମୋଦନକୁ ପରିବେଶ ମନ୍ତ୍ରଣାଳୟର ଜଙ୍ଗଲ ପରାମର୍ଶଦାତା କମିଟି (FAC) ସ୍ଥଗିତ ରଖିଛି। ଅଲିଭ ରିଡଲେ କଇଁଛ ଏବଂ ବିଦେଶାଗତ ପକ୍ଷୀଙ୍କ ସମ୍ଭାବ୍ୟ କ୍ଷତି ଏବଂ ଘୂର୍ଣ୍ଣିବାତ୍ୟାରୁ ଉପକୂଳକୁ ସୁରକ୍ଷା ଦେଉଥିବା ୧୩୦୦୦ ଗଛ ନଷ୍ଟ ହେବା ପ୍ରଭାବ ସମ୍ପର୍କରେ ଉଲ୍ଲେଖ କରି ପରିବେଶ ମନ୍ତ୍ରଣାଳୟ ଏହି ନିଷ୍ପତ୍ତି ନେଇଛି।

ବଡ଼ ପ୍ରକଳ୍ପ ପାଇଁ ଜଙ୍ଗଲ ଜମି ଖୋଜୁଥିବା ପ୍ରସ୍ତାବଗୁଡ଼ିକର ଯାଞ୍ଚ କରୁଥିବା FAC, ଓଡ଼ିଶା ସରକାରଙ୍କୁ ସତର୍କତାମୂଳକ ପଦକ୍ଷେପ ନେବାକୁ ଏବଂ ଏହି ମାମଲାକୁ ଭାରତୀୟ ବନ୍ୟପ୍ରାଣୀ ପ୍ରତିଷ୍ଠାନ(WII)କୁ ପଠାଇବାକୁ ଅନୁରୋଧ କରିଛି।

ପୁରୀ ଉପକୂଳରେ ଅଲିଭ ରିଡଲେ କଇଁଛ, ଇରାୱାଡି ଡଲଫିନ ଏବଂ ଚିଲିକା ହ୍ରଦକୁ ଆସୁଥିବା ପ୍ରବାସୀ ପକ୍ଷୀଙ୍କ ପାଇଁ ସମ୍ଭାବ୍ୟ ବିପଦ ଏବଂ ସଂରକ୍ଷଣ ଆବଶ୍ୟକତା ସମ୍ପର୍କରେ ଉଠାଯାଇଥିବା ଚିନ୍ତାକୁ ଦୃଷ୍ଟିରେ ରଖି, ରାଜ୍ୟ ଏହି ବିଷୟ ଉପରେ WIIର ମତାମତ ଏବଂ ସୁପାରିଶ ଲୋଡିବ ବୋଲି FAC କହିଛି।

ଶ୍ରୀ ଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ଗତ ମେ ୫ରେ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରଣାଳୟ ଦ୍ୱାରା ମଞ୍ଜୁର ହୋଇଥିଲା। ପୁରୀ ଜିଲାର ସିପାସରୁବାଲିରେ ପ୍ରାୟ ୪୭୧ ହେକ୍ଟର ଜମିରେ ନିର୍ମାଣ କରାଯିବାର ପ୍ରସ୍ତାବ ରହିଛି। ରାଜ୍ୟ ସରକାର ଏହି ପ୍ରକଳ୍ପ ପାଇଁ ୨୭.୮୮ ହେକ୍ଟର ଜଙ୍ଗଲ ଜମି ବ୍ୟବହାର ପାଇଁ ଅନୁମୋଦନ ଲୋଡିଛନ୍ତି, ଯାହାର ମୂଲ୍ୟ ଆନୁମାନିକ ୫,୬୩୧କୋଟି ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri