ଜଙ୍ଗଲ ଜମି ପଟ୍ଟା ବଣ୍ଟନ: ଜଙ୍ଗଲ ବଞ୍ଚିଲେ ଆମେ ବଞ୍ଚିବା, ସୁରକ୍ଷା ଦେବାକୁ ନିବେଦନ

ବ୍ରାହ୍ମଣୀଗାଁ,୬ା୪ (ମନୋରଞ୍ଜନରଣା) : କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟ ପକ୍ଷରୁ ବ୍ରାହ୍ମଣୀଗାଁ ବନାଞ୍ଚଳ କାର୍ଯ୍ୟାଳୟ ପରିସର ମଧ୍ୟରେ ଶନିବାର ଦିନ ତହସିଲଦାର ଶରତ ଶବରଙ୍କ ଅଧ୍ୟକ୍ଷତାରେ ରାଜସ୍ବ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କାଟିଙ୍ଗା ଗ୍ରାମ ପଞ୍ଚାୟତ ରାମ୍ବେଲି ଗ୍ରାମର ୬୧ ଜଣ ହିତଧିକାରୀଙ୍କୁ ତହସିଲଦାର ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରିଥିଲେ । ପରେ ଜଙ୍ଗଲ ଜମି ପଟ୍ଟା ର ଉପଯୋଗୀତା , ଜଙ୍ଗଲ ଅଧିକାର ଆଇନ ୨୦୨୬ ବିଷୟ ରେ ଲୋକ ମାନଙ୍କୁ ପୁଙ୍ଖାନ ପୁଙ୍ଖ ଜଣାଇ ଦିଆଗଲା ଏବଂ ପ୍ରାକୃତିକ ବିପର୍ଯ୍ୟରେ ଧନ ଜୀବନ କ୍ଷେୟ କ୍ଷତି ହେଲେ କିପରି ସରକାରୀ ସହାୟତା ପାଇପାରିବେ ସେ ବିଷୟରେ ଅବଗତ କରାଯାଇଥିଲା । ପରେ ଜଙ୍ଗଲ , ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବ୍ରାହ୍ମଣୀଗାଁ ବନାଞ୍ଚଳ ଅଧିକାରୀ ହରିହର ବେହେରା ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା କରାଯାଇ ପାରିବ, ବନ୍ୟ ଜୀବଜନ୍ତୁ ଙ୍କ ସୁରକ୍ଷା ଏବଂ
ଲୋକେ ବିଭିନ୍ନ ଉପାୟରେ ଜଙ୍ଗଲକୁ ସୁରକ୍ଷା କଲେ ସେ ହିଁ ଦିନେ ଆମକୁ ଆକସ୍ମିକ ବିପର୍ଯ୍ୟରୁ ରକ୍ଷା କରିବା ବୋଲି ଲୋକଙ୍କୁ ସଚେତନତା କରିଥିଲେ । ଏହି କାର୍ଯ୍ୟକ୍ରମରେ ଗଦାପୁର ସେକ୍ସନ ଇନ୍ ଚାର୍ଜ ସନ୍ତୋଷ କୁମାର ପଟ୍ଟନାୟକ , କାଟିଙ୍ଗା ସେକ୍ସନ ଇନ୍ ଚାର୍ଜ ଆଶିଷ କୁମାର ପ୍ରଧାନ , ଅମିନ ଟୁନା ବେହେରା , ଏମ ଆଇ ଏସ ପ୍ରଦୀପ କୁମାର ସାହୁ , ପ୍ରଦାନ ସ୍ଵେଚ୍ଛସେବୀ ଅନୁଷ୍ଠାନ ର କର୍ମୀ ସୁମନ୍ତ ଦିଗାଲ ଯୋଗ ଦେଇଥିବା ବେଳେ ବ୍ରାହ୍ମଣୀଗାଁ ବନାଞ୍ଚଳ ର କର୍ମକର୍ତ୍ତା ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri