ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ କରିବା ଦିଗରେ ସରକାରଙ୍କ ଏହା ଏକ ବଡ଼ ପଦକ୍ଷେପ। ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପୁରୀ ଜଙ୍ଗଲ ବିଭାଗର ୨୭.୮୮୭ ହେକ୍ଟର ଜଙ୍ଗଲ ଜମି ଯୋଗାଇ ଦିଆଯିବାକୁ ସରକାର ଅନୁମୋଦନ କରୁଛନ୍ତି।

